ପ୍ରମୂଖ ଖବର
  • ରାଉରକେଲା : ପାରିବାରିକ କଳହର କରୁଣ ପରିଣତି , ୨ ଝିଅକୁ ବିଷ ଦେଇ ନିଜେ ବିଷ ପିଇଲା ମା’
  • ||
  • ରାଜ୍ୟରେ ଖୋଲିବ ୫ ନୂଆ ଏନସିସି ଛାତ୍ରୀ ବାଟାଲିୟନ
  • ||
  • ଆମେରିକାର ପୋଲ୍ ଖୋଲିଲା ଏହି ରିପୋର୍ଟ, ଇରାନର କେବଳ ଗୋଟିଏ ପରମାଣୁ ଠିକଣା ହୋଇଥିଲା ଧ୍ବଂସ
  • ||
  • ବିନିକା : ମହାନଦୀରୁ ମିଳିଲା ଏକ କୁଇଣ୍ଟାଲର ବୋଦା ମାଛ
  • ||
  • ପ୍ରତିବନ୍ଧକର ଧମକ ଦେଇଥିଲେ ନାଟୋ ମୁଖ୍ୟ, କଡ଼ା ଜବାବ ଦେଲା ଭାରତ
  • ||
  • ଏଫଏମ କଲେଜ ଘଟଣା ପରେ ଆକ୍ସନରେ ସରକାର; ଜିଏମ୍ ବିଶ୍ବବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଗିରଫ
  • ||
  • କଣ୍ଟାବଞ୍ଜି: ରାୟପୁର- ବିଶାଖପାଟଣା ପାସେଞ୍ଜର ଟ୍ରେନର ଏକ ବଗିର ଯାନ୍ତ୍ରିକ ତ୍ରୁଟି,ଦୀର୍ଘ ସମୟ ଧରି ଅଟକିଥିଲା ଟ୍ରେନ
  • ||
  • ନୂଆପଡ଼ା : ସାହାଜଟ ସେବାଶ୍ରମରେ ଅଘଟଣ, ଗଛରେ ଝୁଲି ପଡ଼ିଲେ ଅଷ୍ଟମ ଶ୍ରେଣୀ ଛାତ୍ର
  • ||
  • କେନ୍ଦ୍ରାପଡ଼ା : ଖରସ୍ରୋତାକୁ ଡେଇଁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଓଡ଼ିଶା ବନ୍ଦ; ସାଲେପୁର କଂଗ୍ରେସରେ ଫାଟ, ସମର୍ଥକଙ୍କ ମଧ୍ୟରେ ଛକାପଞ୍ଝା
  • ||
  • କୋଣାର୍କ : ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ପର୍ଯ୍ୟଟକଶୂନ୍ୟ କୋଣାର୍କ ଓ ଚନ୍ଦ୍ରଭାଗା
  • ||
  • କଳାହାଣ୍ଡି : କେସିଙ୍ଗାରେ ଓଡିଶା ବନ୍ଦ ପ୍ରଭାବ, ସହରର ସମସ୍ତ ଦୋକାନ ବଜାର ସହ ବିଭିନ୍ନ କାର୍ଯ୍ୟାଳୟ ବନ୍ଦ
  • ||
  • ଆଲାସ୍କା ଦ୍ୱୀପରେ ୭.୩ ତୀବ୍ରତାର ଭୂମିକମ୍ପ ଅନୁଭୂତ, ସୁନାମି ଚେତାବନୀ ଜାରି
  • ||
  • ସପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ; ଜିଅନ୍ତା ଜଳି ୫୦ ମୃତ, ଅନେକ ଆହତ
  • ||
  • ଖଲ୍ଲିକୋଟ : ୧୬ ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍, ଜଣେ ମୃତ ୮ ଗୁରୁତର
  • ||
  • ଓଡ଼ିଶା ବନ୍ଦ, ଚକଅଖ ଜାମ୍, ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି କଂଗ୍ରେସ, ବାମପନ୍ଥୀ ଦଳ
  • ||
  • ଗୁରୁବାରଠୁ କମିବ ବର୍ଷାର ପରିମାଣ, ୨୩ ଜିଲ୍ଲାରେ ବଜ୍ରଘାତ ଆଶଙ୍କା; ୨୦ରୁ ଅନେକ ସ୍ଥାନରେ ବର୍ଷା ସମ୍ଭାବନା
  • ||

ତାରିଣୀ ଦର୍ଶନ ସାରି ଫେରିବା ବେଳେ ଦୁର୍ଘଟଣା : ଭାରସାମ୍ୟ ହରାଇ ଓଲଟିଲା କାର୍, ଜଣେ ମୃତ ୧୨ ଆହତ

Published By : Rasmita Pradhan | July 17, 2025 7:40 AM

ଖଲ୍ଲିକୋଟ, ୧୭/୦୭ : ଘଟଗାଁ ତାରିଣୀ ଦର୍ଶନ ସାରି ଫେରିବା ବେଳେ ମର୍ମନ୍ତୁଦ ଦୁର୍ଘଟଣା। ଗଞ୍ଜାମ ଜିଲ୍ଲା ୧୬ନଂ ଜାତୀୟ ରାଜପଥ ନାରାୟଣୀ ଛକରେ ଓଲଟିଲା କାର୍। ଜଣେ ମୃତ ୧୨ ଆହତ। ସମସ୍ତ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନା ଅନୁଯାୟୀ, ବ୍ରହ୍ମପୁର ଆଙ୍କୁଲି ଅଞ୍ଚଳରୁ ଗୋଟିଏ ପରିବାରର ୧୨ ଜଣ ସଦସ୍ୟ ଏକ କାର ଯୋଗେ ଘଟଗାଁ ତାରିଣୀ ଦର୍ଶନ କରିବାକୁ ଯାଇଥିଲେ। ଗାଡିରେ ଡ୍ରାଇଭରକୁ ମିଶାଇ ମୋଟ ୧୩ ଜଣ ଥିଲେ। ସେମାନଙ୍କ ମଧ୍ୟରେ ୫ ନାବାଳିକା ଥିଲେ। ସମସ୍ତେ ଘଟଗାଁ ତାରିଣୀ ଦର୍ଶନ ସାରି ପୁରୀ ଯାଇଥିଲେ। ପୁରୀରୁ ବ୍ରହ୍ମପୁର ଫେରିବା ବେଳେ ଭୋର୍ ସାଢେ ୫ଟା ବେଳେ କାର୍‌ଟି ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ନାରାୟଣୀ ଛକ ଠାରେ ଓଲଟି ପଡିଥିଲା। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଗାଡିଟି ରାସ୍ତା ଉପରେ ୪ ଥର ପଲଟିଥିଲା। 

ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତଙ୍କୁ ଉଦ୍ଧାର କରାଯାଇ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସା ପରେ ୪ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତକ ଜଣଙ୍କ ନରସିମା ରେଡ୍ଡି ବୋଲି ଜଣାପଡ଼ିଛି। 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.