ପ୍ରମୂଖ ଖବର
  • ଗଞ୍ଜାମ: ଛତ୍ରପୁର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଭିନ୍ନ ଦାବି ନେଇ ଗଞ୍ଜାମ ବ୍ଲକ ଘେରାଉ
  • ||
  • ରାଉଲକେଲା: ଦଶାହ କର୍ମ ପାଇଁ ଆସିଥିବା ଯୁବକଙ୍କୁ ତୀର ମାଡ଼,ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି, ଅଭିଯୁକ୍ତ ଫେରାର
  • ||
  • ବୁଧବାର ରାଜ୍ୟ କ୍ୟାବିନେଟର ବୈଠକ, ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ବାଜିପାରେ ମୋହର
  • ||
  • 'ଏ ଜୋକର ଭାରତ ସହ ଲଢିବେ', ଜାଣନ୍ତୁ କେଉଁ ଫଟୋକୁ ନେଇ ପାକିସ୍ତାନ ଉପରେ ବର୍ଷିଲେ ୱୱେସୀ
  • ||
  • ନୂଆଦିଲ୍ଲୀ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦେଶ ତଥା ରାଜ୍ୟର ସୁରକ୍ଷା ସମ୍ପର୍କିତ ବିଭିନ୍ନ ଦିଗକୁ ନେଇ କଲେ ଆଲୋଚନା
  • ||
  • ଭଦ୍ରକ ଅଲଟ୍ରା ସାଉଣ୍ଡର ତ୍ରୁଟି ପୂର୍ଣ୍ଣ ରିପୋର୍ଟ ଅଭିଯୋ, ମୃତ ଶିଶୁକୁ ଧରି ରାସ୍ତାରୋକ, ଗାଡ଼ି ଚଳାଚଳ ଠପ୍‌
  • ||
  • ଗଞ୍ଜାମ: ବଡ଼ ଆର୍ଜିପଲ୍ଲୀରେ ଡେଙ୍ଗୁ ଆତଙ୍କ: ୧୩ବର୍ଷର ନାବାଳକର ମୃତ୍ୟୁ ଅଭିଯୋଗ, ୮ଜଣ ଆକ୍ରାନ୍ତ
  • ||
  • ନାକଟିଦେଉଳ : ବିଦ୍ୟୁତ୍ ଆଘାତରେ ସ୍ତ୍ରୀ ମୃତ, ସ୍ଵାମୀ ଗୁରୁତର
  • ||
  • ମୁଣ୍ଡ ନୁଆଁଇଲା ପାକିସ୍ତାନ; ଭାରତ ସହ ଶାନ୍ତି ଆଲୋଚନା ଚାହୁଁ କହିଲେ ଶହବାଜ୍ ସରିଫ୍
  • ||
  • ଗଞ୍ଜାମ: ଘର ଆଗରେ ଗଣ୍ଡଗୋଳ କରିବାକୁ ମନା କରିବାରୁ ଯୁବକଙ୍କୁ ଛୁରାମାଡ଼
  • ||
  • ଢ଼େଙ୍କାନାଳ: ବାଇକ୍‌କୁ ଧକ୍କା ଦେଲା ତେଲ ବୋଝେଇ ଟ୍ୟାଙ୍କର , ପତ୍ନୀ ମୃତ, ସ୍ୱାମୀ ଓ ଶିଶୁପୁତ୍ର ଆହତ
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସକୁ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ଟେବୁଲ୍‌ ଟପ୍ପର ଲକ୍ଷ୍ୟରେ ରଜତ ବାହିନୀ
  • ||
  • ଚାଞ୍ଚଲ୍ୟ; ପ୍ରବଚନ ଶୁଣି ଫେରୁଥିଲେ, କାର୍‌ରୁ ମିଳିଲା ପରିବାରର ୭ ଜଣଙ୍କ ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ରଥ ଖଳା ହାଲ୍‌ଚାଲ୍...ରଥ ବ୍ରେକ୍‌ ଅଖ ନିର୍ମାଣ ଆରମ୍ଭ, ଚକରେ ଲାଗୁଛି ପନ୍ଦାରି ଚାବି
  • ||
  • ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା,୨୯ ତାରିଖ ବେଳକୁ ମୌସୁମୀ ପହଞ୍ଚିପାରେ
  • ||

ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲାଟିଲା କାର୍‌, ନାବାଳକ ସମେତ ୩ ଗୁରୁତର

Published By : Harapriya Sethi | May 26, 2025 8:28 AM

ସୁବର୍ଣ୍ଣପୁର, ୨୬/୦୫: ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲାଟିଲା କାର୍‌ । ଦୁର୍ଘଟଣାରେ ନାବାଳକ ସମେତ ୩ଜଣ ଗୁରୁତର ହୋଇଛନ୍ତି । ଉକ୍ତ କାର୍‌ରୁ ଏକ ବନ୍ଧୁକ ଓ କିଛି ଅଫୁଟା ଗୁଳି ଜବତ କରାଯାଇଛି । ଯାହାକୁ ନେଇ ତଦନ୍ତ କରୁଛି ପୁଲିସ। ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ନିକଟ ମାଟିଖାଇ ନୂଆବସ୍ତି ଠାରେ ଏହି ଦୁର୍ଘଟଣା ଘଟିଛି । 

ସୂଚନା ମୁତାବକ, ରବିବାର ରାତି ପ୍ରାୟ ସାଢ଼େ ୧୧ଟାରେ ଏକ କାର୍‌ ସୋନପୁରରୁ ସମ୍ବଲପୁର ଯାଉଥିଲା । ମାଟିଖାଇ ନୂଆବସ୍ତି ଠାରେ କାର୍‌ଟି ଭାରସାମ୍ୟ ହରାଇ ଏକ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଇ ଓଲଟି ପଡ଼ିଥିଲା । ଫଳରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି ଯିବା ଶହ କାର୍‌ଟି ଚୁରମାର୍ ହୋଇଯାଇଥିଲା । ଏସମ୍ପର୍କରେ ଖବର ପାଇଁ ଅଗ୍ନିଶମ ବାହିନୀ ଏବଂ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲେ । କାର୍‌ ଭିତରେ ଫସିଥିବା ନାବାଳକ ସମେତ ୩ଜଣଙ୍କୁ ରେସକ୍ୟୁ ଟିମ୍ ଉଦ୍ଧାର କରି ସଦର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ୩ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି । ଅନ୍ୟପଟେ ଉକ୍ତ କାର୍‌ରୁ ଏକ ବନ୍ଧୁକ ଓ କିଛି ଅଫୁଟା ଗୁଳି ଜବତ କରି ତଦନ୍ତ ଜାରି ରଖିଛି ପୁଲିସ ।


ଏନେଇ ଖବର ପାଇବା ପରେ ସୋମବାର ପୂର୍ବାହ୍ଣ ଘଟଣାସ୍ଥଳକୁ ପରିଦର୍ଶନ କରିଛନ୍ତି ଏସପି ନାରାୟଣ ନାୟକ । ସେଠାରେ କେଉଁ କାରଣରୁ ଦୁର୍ଘଟଣା ଘଟିଥିଲା, ତାହାର ତଦାରଖ କରିବା ସହ ମାମଲା ରୁଜୁ କରିବା ପାଇଁ ଆଇଆଇସିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏସପିଙ୍କ ଗସ୍ତ ସମୟରେ ଆଇଆଇସି ଏଲ ଆର୍ ଶେଠ୍ ଏବଂ ଏସଆଇ ଏକଦୁସିଆ ପ୍ରଧାନ ଉପସ୍ଥିତ ରହିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.