ପ୍ରମୂଖ ଖବର
  • Mann ki Baat; ସାହସ ଓ ସଂକଳ୍ପର ପ୍ରତୀକ 'ଅପରେସନ୍ ସିନ୍ଦୂର, ଆତଙ୍କବାଦ ଶେଷ ଭାରତର ସଂକଳ୍ପ କହିଲେ ପ୍ରଧାନମନ୍ତ୍ରୀ
  • ||
  • ରଥଯାତ୍ରା ପ୍ରସ୍ତୁତି: ରଥଖଳାରେ ପହଞ୍ଚିଲା ୩୨ଟି ୪୦ ଫୁଟିଆ କାଠ
  • ||
  • ଭଦ୍ରକ : ନିଆଁ ଲାଗି ଜଳିଗଲା ୬ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ନଷ୍ଟ
  • ||
  • ବିଶ୍ୱର ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ଭାରତ, ଜାପାନକୁ ଟପିଲା
  • ||
  • IPL 2025: ଆଜି ଚେନ୍ନାଇ- ଗୁଜରାଟ ମଧ୍ୟରେ ଶେଷ ଲିଗ୍‌ ମ୍ୟାଚ୍‌, ଟାଇଟନ୍ସ ପାଇଁ ଗୁରୁତ୍ୱପୂର୍ଣ୍ଣ
  • ||
  • ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସି ଖବର, ଅଣ୍ଡାରୁ ଫୁଟି ବାହାରିଲେ ୧୪ ଘଡ଼ିଆଲ ଛୁଆ
  • ||
  • ଭାରତ ପ୍ରହାରରେ ଥରହର ପାକିସ୍ତାନ; ପ୍ରତିରକ୍ଷା ବଜେଟ୍ ବଢାଇବାକୁ ପ୍ଲାନ୍‌, କହିଲା ଆମ ପଡ଼ୋଶୀ...
  • ||
  • ସମ୍ବଲପୁର ବୁର୍ଲା ଥାନା ଲଡୁଖାଇ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପିଟିଲା କାର୍‌, ୨ ମୃତ, ୨ ଗୁରୁତର
  • ||
  • ରବିବାର ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ,ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ, ଫୋକସରେ ଭାରତ- ପାକ୍ ତିକ୍ତତା
  • ||
  • ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ଜଳିଗଲା ଗଦି ତିଆରି କାରଖାନା, ୧୦କୋଟି ଟଙ୍କାର ସମ୍ପତ୍ତି ନଷ୍ଟ
  • ||
  • ୫ ଦିନରେ ଓଡ଼ିଶାରେ ମୌସୁମୀ: ଏବେ ଝିପିଝିପି, ୨୭ରୁ ୩୦ ଯାଏଁ ଅଧିକ ବର୍ଷା ସମ୍ଭାବନା, ଜୁନ୍ ପୁଣି ଗରମ
  • ||

ଭାରସାମ୍ୟ ହରାଇ ଓଲଟିଲା କାର୍‌; ଚାଲିଗଲା ୨ଜଣଙ୍କ ଜୀବନ

Published By : Harapriya Sethi | May 25, 2025 8:37 AM

ଭୁବନେଶ୍ୱର,୨୫/୦୫: ସମ୍ୱଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ଲଡ଼ୁଖାଇ ନିକଟରେ କାର୍‌ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା କାର୍‌ । ଗାଡ଼ିରେ ଥିବା ୪ ଜଣଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୨ ଜଣ ଗୁରୁତର ହୋଇଛନ୍ତି । ଏହି ଦୁର୍ଘଟଣାରେ ଗୋଡଭଗା ଅଞ୍ଚଳର ମନୀଷ ଯାଦବ, ସୁବ୍ରତ ସାହୁ ପ୍ରାଣ ହରାଇଥିବା ବେଳେ ସୌରଭ ଗୁପ୍ତା ଏବଂ ଆକାଶ ପଟ୍ଟନାୟକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । 

ସୂଚନା ମୁତାବକ, ରାତି ପ୍ରାୟ ୧୧ଟା ହେବ ଏକ କାର୍‌ରେ ୪ ଜଣ ଯୁବକ ସମ୍ବଲପୁରରୁ ଗୋଡ଼ଭଗା ଅଭିମୁଖେ ଫେରୁଥିବା ବେଳେ ଗୋଶାଳା ନିକଟ ଏକ ଢ଼ାବାରେ ଖାଇଥିଲେ । ସେଠାରୁ ବାହାରି ଗୋଡ଼ଭଗା ଫେରିବା ବେଳେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାର୍‌ଟି ରାସ୍ତା ଡ଼ିଭାଇଡର୍‌ରେ ପିଟି ହୋଇ ଓଲଟି ପଡି ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ଗୁରୁତରଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.