ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ଗଞ୍ଜେଇ ଚୋରା ଚାଲାଣ : ୭୦କିଲୋ ଗଞ୍ଜେଇ ସହ କାର୍ ଜବତ, ଜଣେ ଗିରଫ

Published By : Gurupada Nath | May 30, 2025 7:59 PM

ଖଲ୍ଲିକୋଟ,୩୦/୫ : ଦାମୀ ଗାଡିରେ ହେଉଥିଲା ଗଞ୍ଜେଇ ଚୋରା ଚାଲାଣ। ଖବରପାଇ ମାଡ଼ି ବସିଲା ଅବକାରୀ ଗୁଇନ୍ଦା ବିଭାଗ। ୭୦କିଲୋ ଗଞ୍ଜେଇ ସହ ଗୋଟିଏ ମହିନ୍ଦ୍ରା ଏସୟୁଭି ଗାଡ଼ିକୁ ଜବତ କରିବା ସହ ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ଅବକାରୀ ଗୁଇନ୍ଦା ବିଭାଗ। 

ସୂଚନା ଅନୁଯାୟୀ, ମହିନ୍ଦ୍ରା ଏକ୍ସୟୁଭି କାର୍ ଯୋଗେ ବାଲିଗୁଡ଼ାରୁ ନୟାଗଡ଼ ଅଭିମୁଖେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଏକ ବିଶେଷ ସୂତ୍ରରୁ ଖବରପାଇ ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଡିଏସଇ ଶ୍ରୁତିକାନ୍ତ ରାଉତଙ୍କ ନେତୃତ୍ୱରେ ଅବକାରୀ କର୍ମଚାରୀମାନେ ଖଲ୍ଲିକୋଟ ସାନ ଘାଟିଠାରେ ଚଢ଼ଉ କରି ୭୦କିଲୋ ଗଞ୍ଜେଇ ସହ କାରକୁ ଜବତ କରିଥିବାବେଳେ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଥିଲେ । ଗିରଫ ଯୁବକ ଜଣଙ୍କ ନୟାଗଡ଼ ଜିଲ୍ଲା ସରଣକୁଳ ଅଂଚଳର ବିକାଶ ଭଟ୍ଟ ବୋଲି ଜଣା ପଡ଼ିଛି । 

ଚୋରା ଗଞ୍ଜେଇ ଚାଲାଣ ଅଭିଯୋଗରେ ଗିରଫ ହୋଇଥିବା ବିକାଶ ଭଟ୍ଟଙ୍କୁ ଆଜି ଦିନ ଗୋଟାଏ ସମୟରେ ଖଲ୍ଲିକୋଟ କୋର୍ଟରେ ହାଜର କରାଯାଇଥିବାବେଳେ ଜବତ ଗଞ୍ଜେଇ ଓ ଏକ୍ସୟୁଭି କାରର ଆନୁମାନିକ ମୂଲ୍ୟ ପ୍ରାୟ ୨୧ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ଗୁଇନ୍ଦା ବିଭାଗ ଡିଏସଇ ଶ୍ରୁତିକାନ୍ତ ରାଉତ ସୂଚନା ପ୍ରଦାନ କରିଛନ୍ତି । ଏହି ଚଢ଼ଉରେ ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗର ଏସଆଇ ଅଜିତ ନାୟକ, ବଳରାମ ଜେନା, ପ୍ରବୀର ସାମଲ, କୁମୁଦ ପ୍ରଧାନ, କପିଳାସ ଭତ୍ରା, ସନ୍ତୋଷ ନାୟକ ପ୍ରମୁଖ ସାମିଲ ଥିଲେ । ଏହି ଚୋରା ଗଞ୍ଜେଇ ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବଶୀଘ୍ର ଧରାଯିବ ବୋଲି ଡିଏସଇ ଶ୍ରୀ ରାଉତ କହିଛନ୍ତି।

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.