ପ୍ରମୂଖ ଖବର
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ, ଗ୍ୟାସ୍‌ ଲିକ୍‌ରେ ୮ ଶ୍ରମିକ ଗୁରୁତର, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ରଥଖଳା ହାଲ୍‌ଚାଲ୍‌...କନକମୁଣ୍ଡି କାମ ଶେଷ, ଚକା ବେଦି ନିର୍ମାଣ ଆରମ୍ଭ
  • ||
  • ଭାରତୀୟ ନ୍ୟାୟ ସଂହିତା ଆଧାରରେ ଭୁବନେଶ୍ୱରରେ ପ୍ରଥମ ମାମଲା ରୁଜୁ
  • ||
  • ବାରବାଡୋସରେ ଭୟଙ୍କର ବାତ୍ୟା, ହୋଟେଲରେ ଅଟକିଲେ ଟିମ୍‌ ଇଣ୍ଡିଆ ଖେଳାଳି ଏବଂ ଷ୍ଟାଫ୍
  • ||
  • ସପ୍ତଶଯ୍ୟା ପାହାଡ଼ରେ ନିଖୋଜ ୫ ଛାତ୍ର ଉଦ୍ଧାର କଲା ବନ ବିଭାଗ, ଆଜି ପରିବାର ଲୋକଙ୍କୁ କରାଯିବ ହସ୍ତାନ୍ତର
  • ||
  • ସୋମବାରଠୁ ଜନତା ଦରବାର, ଲୋକ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ ଅଭିଯୋଗ
  • ||
  • ଅନବସର ସେବା ପରେ ଆରୋଗ୍ୟଲାଭ କରୁଛନ୍ତି ମହାପ୍ରଭୁ: ଆଜି ଚକା ବିଜେ, ଜାଗ୍ରତ ଅବସ୍ଥାକୁ ଆସିବେ ଠାକୁରେ
  • ||
  • ମୌସୁମୀ ସକ୍ରିୟ: ଆସନ୍ତା ଦୁଇ ଦିନ ରାଜ୍ୟରେ ହାଲୁକା ବର୍ଷା, ୩ରୁ ପ୍ରବଳ ଛେଚିବ
  • ||

ଓଓ୍ବେସୀଙ୍କ ବାସଭବନ ଉପରେ ଆକ୍ରମଣ, ମାମଲା ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୨୯/୬: AIMIM ସାଂସଦ ଅସଦୁଦ୍ଦିନ ଓଓ୍ବେସୀଙ୍କ  ଘର ବାହାରେ ନାରାବାଜି ଓ  କାଳି ଫିଙ୍ଗିବା ମାମଲାକୁ ନେଇ ଆକ୍ସନ ମୋଡରେ ପୋଲିସ । ଏହି ଘଟଣାରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ତେବେ  ପୋଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ପାର୍ଲାମେଣ୍ଟ ଷ୍ରିଟ୍ ଥାନାରେ ଆଇପିସିର ଧାରା ୧୪୩, ୫୦୬, ୧୫୩ଏ ଏବଂ ୧୪୭ ଅନୁଯାୟୀ ଏକ ମାମଲା ରୁଜୁ କରାଯାଇଛି। 

ସୂଚନା ମୁତାବକ, ଗୁରୁବାର କିଛି ଲୋକ ଦିଲ୍ଲୀର ୩୪-ଅଶୋକ ରୋଡରେ ଥିବା ଓୱେସିଙ୍କ ବାସଭବନରେ ପହଞ୍ଚି  ପୋଷ୍ଟର ଲଗାଇଥିଲେ। ଯେଉଁଥିରେ ଲେଖାଥିଲା ଭାରତ ମାତା କି ଜୟ, ମୁଁ ଇସ୍ରାଏଲ ସହ ଅଛି ଏବଂ ଓୱେସିଙ୍କୁ ନିଲମ୍ବିତ କରାଯିବା ଉଚିତ। ଏଥିସହ ତାଙ୍କ ବାସଭବନ ଉପରକୁ କାଳି ଫିଙ୍ଗିଥିଲେ। ଏହି ଘଟଣାରେ ୫ ଜଣଙ୍କ ସମ୍ପୃକ୍ତି ଥିବା ପୋଲିସ ସୂଚନା ଦେଇଛି। ଏହି ଲୋକମାନେ ଓୱେସିଙ୍କ ବାସଭବନ ବାହାରେ ପୋଷ୍ଟର ଲଗାଇଥିଲେ।ଏନେଇ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିବା ଦିଲ୍ଲୀ ପୋଲିସ ପୋଷ୍ଟରଗୁଡ଼ିକୁ ହଟାଇ ଦେଇଛି। ଏନେଇ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ସେମାନେ ଏହି ବ୍ୟକ୍ତିମାନଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା କରୁଛନ୍ତି ଏବଂ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.