ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼

Published By : Rasmita Pradhan | February 18, 2025 11:23 AM

ଭୁବନେଶ୍ଵର, ୧୮/୦୨ : IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍। ବିଷ୍ଣୁପଦଙ୍କ ସରକାରୀ କ୍ଵାର୍ଟର୍ସରେ ପହଞ୍ଚିଲେ ସିବିଆଇର ୮ ଜଣିଆ ଟିମ୍। ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼ କରୁଛି ଟିମ୍। 

ସୂଚନାନୁଯାୟୀ, ଭୁବନେଶ୍ବରର ଏକ ହୋଟେଲ ନିକଟରେ ଏକ ଦାମୀ କାର ଭିତରେ ଲାଞ୍ଚ କାରବାର ପାଇଁ ଡିଲ ଚାଲିଥିବା ବେଳେ ସିବିଆଇ ଚଢାଉ କରିଥିଲା। କାରରୁ ସିବିଆଇ ୧୦ ଲକ୍ଷ ଟଙ୍କା ଜବତ କରିଥିଲା। ଏହି ଅଭିଯୋଗରେ ବ୍ରିଜ୍ ଆଣ୍ଡ୍ ରୁଫ୍‌ ଗ୍ରୁପ୍ ଜେନେରାଲ ମ୍ୟାନେଜର ଚଞ୍ଚଲ ମୁଖାର୍ଜୀଙ୍କ ସହ  ‘ଆଦିତ୍ୟଦେବ ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ ଲିମିଟେଡ’  ମାଲିକ ଦେବଦତ୍ତ ମହାପାତ୍ର ଓ ପେଣ୍ଟା ଏ ଷ୍ଟୁଡିଓ ପ୍ରାଇଭେଟ୍‌ ଲିମିଟେଡ୍‌ କନ୍‌ଷ୍ଟ୍ରକ୍ସନ ସଂସ୍ଥାର ନିର୍ଦ୍ଦେଶକ ସନ୍ତୋଷ ମହାରଣାଙ୍କୁ ସିବିଆଇ ଗିରଫ କରିଥିଲା । ଦେଢଶହ କୋଟିର ଏକ ଟେଣ୍ଡର ହାତେଇବାକୁ ଡିଲ ବେଳେ ଏମାନଙ୍କୁ ସିବିଆଇ ଧରିଥିଲା। ଏହି ଟେଣ୍ଡର ଘୋଟାଲାରେ ଲିଙ୍କ ଥିବା ଅଭିଯୋଗରେ ଆଇଏଏସ୍‌ ଅଫିସର ବିଷ୍ଣୁପଦ ସେଠୀଙ୍କୁ ସିବିଆଇର ସମନ କରିଥିଲା। ସିବିଆଇ ସମନ ପରେ ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ଦାୟିତ୍ବ ମୁକ୍ତ କରିଥିଲେ। ପ୍ରମୁଖ ଶାସନ ସଚିବ ପଦରୁ ଅବ୍ୟାହତି କରିଥିଲେ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.