ପ୍ରମୂଖ ଖବର
  • ସାଉଥ୍‌ ବ୍ଲକ୍‌ରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସମୀକ୍ଷା ବୈଠକ, CDS, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ
  • ||
  • ପ୍ରକାଶ ପାଇଲା ସିବିଏସ୍‌ସି ଯୁକ୍ତ ଦୁଇ ପରୀକ୍ଷା ଫଳ; ୮୮. ୩୯% ପାସ୍‌ହାର, ଝିଅଙ୍କୁ ଟପିଲେ ପୁଅ
  • ||
  • ନୂଆପଡ଼ା ଜିଲ୍ଲା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ, ଗୁହାଲରେ ପଶି ଗାଈକୁ ଶିକାର କଲା
  • ||
  • ଜମ୍ମୁକାମୀର ସୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ, ଏନ୍‌କାଉଣ୍ଟରରେ ଜଣେ ଆତଙ୍କୀ ନିହତ
  • ||
  • ପିପିଲିରେ ନାବାଳିକା ଦୁଷ୍କର୍ମ ଅଭିଯୋଗ, ଥାନାରେ ଫେରିବାଲା ଅଟକ
  • ||
  • ରାଜଧାନୀ ଭୁବନେଶ୍ବରରେ ‘ଆମ ବସ୍‌’ ସେବା ଠପ୍‌,ବିନା କାରଣରେ ଡ୍ରାଇଭର୍‌ ଓ କଣ୍ଡକ୍ଟର୍‌ଙ୍କୁ ମାଡ଼ ଅଭିଯୋଗରେ ଆନ୍ଦୋଳନ
  • ||
  • ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା, ଆଜି ଶେଷ ପର୍ଯ୍ୟାୟ ଶୁଣାଣି
  • ||
  • ରାୟାଗଡ଼ ଲୁଟେରାଙ୍କ ଆତଙ୍କ, ଘରେ ପଶି ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କଲେ ସୁନା ଓ ରୁପା ଅଳଙ୍କାର
  • ||
  • ଇଣ୍ଡିଗୋ ପରେ ୮ଟି ସହରକୁ ଉଡ଼ାଣ ବାତିଲ କଲା ଏୟାର ଇଣ୍ଡିଆ
  • ||
  • ରାଜଧାନୀରେ ଆତଙ୍କ। ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୮ ଦୁ‍ର୍ବୃତ୍ତ
  • ||
  • ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ
  • ||
  • ରାଜ୍ୟରେ ପ୍ରଚଣ୍ଡ ତାତି, ୧୬ ଯାଏ ଭୀଷଣ ଗରମ ଓ ଗୁଳୁଗୁଳି; ଆଜି ଆଣ୍ଡାମାନ ଛୁଇଁପାରେ ମୌସୁମୀ ବାୟୁ
  • ||

ମଙ୍ଗଳବାର ବାହାରିବ ସିବିଏସ୍‌ଇ ରେଜଲ୍ଟ ,ପୂର୍ବାହ୍ନରେ ଦଶମ ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ

Published By : Prameya | May 13, 2025 7:37 AM

ଭୁବନେଶ୍ୱର,୧୩/୦୫: ମଙ୍ଗଳବାର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପରିଚାଳିତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା  ଫଳ ପ୍ରକାଶ ପାଇବ । ପୂର୍ବାହ୍ନରେ ଦଶମ  ଶ୍ରେଣୀ ଓ ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ପରୀକ୍ଷା  ଫଳ ପ୍ରକାଶ ପାଇବ । ସିବିଏସ୍‌ଇ ପରିଚାଳିତ ଘରୋଇ ସ୍କୁଲକୁ ଏପରି ଖବର ଆସିଥିବା ନେଇ  ଏକ ବିଶେଷ ସୂତ୍ରରୁ ସୂଚନା ମିଳିଛି । କେବଳ  ଏତିକି ନୁହେଁ ଡିଜି ଲକର ୱେବ୍‌ସାଇଟ୍‌ରେ ରେଜଲ୍ଟ ଖୁବ୍‌ ଶୀଘ୍ର ଆସିବ ବୋଲି ଲେଖାଯାଇଛି । 

ସୂଚନାଯୋଗ୍ୟ, ସିବିଏସ୍‌ଇ ଦଶମ ପରୀକ୍ଷା  ଗତ ଫେବ୍ରୁଆରୀ ୧୫ରୁ ମାର୍ଚ୍ଚ ୧ ଯାଏ ହୋଇଥିଲା ।  ସେହିପରି ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫେବ୍ରୁଆରୀ ୧୫ରୁ  ଆରମ୍ଭ ହୋଇ ଏପ୍ରିଲ୍‌ ୪ରେ ଶେଷ ହୋଇଛି । ଚଳିତ  ବର୍ଷ ସାରା ଦେଶରେ ଦଶମ ଓ ଦ୍ୱାଦଶ ଶ୍ରେଣୀର ୪୪  ଲକ୍ଷ ପିଲା ପରୀକ୍ଷା ଦେଇଛନ୍ତି । ବିଶେଷ ସୂତ୍ରରୁ  ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ପୂର୍ବାହ୍ନ  ୧୦ଟାରେ ସିବିଏସ୍‌ଇ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ  ପାଇବ । ଅପରାହ୍ନରେ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ  ଆସିବ । ସିବିଏସ୍‌ଇ ପକ୍ଷରୁ ଏନେଇ କୌଣସି  ସୂଚନା ଦିଆଯାଇନାହିଁ । ୱେବ୍‌ସାଇଟ୍‌ www.cbseresults.nic.in ରେ ରେଜଲ୍ଟ ଉପଲବ୍ଧ  ହେବ । ପିଲାମାନେ ସେମାନଙ୍କର ରୋଲ୍‌ ନମ୍ବର,  ଜନ୍ମ ତାରିଖ ପ୍ରଦାନ କରି ରେଜଲ୍ଟ ଦେଖିପାରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.