ପ୍ରମୂଖ ଖବର
  • ୨୦୨୬ ସୁଦ୍ଧା ମୂଳପୋଛ ହେବ ନକ୍ସଲବାଦ; ୧୦ ବର୍ଷରେ ୨୯ ଜିଲ୍ଲା ନକ୍ସଲମୁକ୍ତ, ଗୃହମନ୍ତ୍ରୀଙ୍କ ବଡ଼ ଘୋଷଣା
  • ||
  • ଦୋଳମୁଣ୍ଡାଇ ଛକରେ ଭୟଙ୍କର ଅଗ୍ନିକାଣ୍ଡ: ହୁ ହୁ ହୋଇ ଜଳିଲା ସୋ' ରୁମ୍‌, ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ
  • ||
  • ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଲାଲ ସଂଗଠନକୁ ବଡ଼ ଝଟକା, ୧୩ ସକ୍ରିୟ ମାଓବାଦୀଙ୍କୁ ବାନ୍ଧିଲା ପୋଲିସ
  • ||
  • ଓଡ଼ିଶା ପୁଲିସର ୯୦ ତମ ପ୍ରତିଷ୍ଠା ଦିବସ, ମୁଖ୍ୟ ଅତିଥି ଭାବେ ଯୋଗଦେବେ ପୁଲିସ୍‌ ମହାନିର୍ଦ୍ଦେଶକ
  • ||
  • ଆଇପିଏଲ୍ ୨୦୨୫: ଆଜି ପଞ୍ଜାବ କିଙ୍ଗ୍‌ସକୁ ଭେଟିବ ଲକ୍ଷ୍ନୌ ସୁପରଜାଏଣ୍ଟ୍‌ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ପାର୍କ ନିକଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଖୋଜୁଛି ପୋଲିସ
  • ||
  • ପଶ୍ଚିମବଙ୍ଗରେ ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣ, ଚାଲିଗଲା ୭ ଜୀବନ, ମୃତକଙ୍କ ମଧ୍ୟ ୩ ମହିଳାଙ୍କ ସମେତ ୪ ଶିଶୁ
  • ||
  • କଟକରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ: ଆଜି ମଧୁବାବୁଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପର ଶୁଭ ପଡ଼ିବ
  • ||
  • ଏପ୍ରିଲ ୧ ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନକୁ ପୂରିଲା ୮୯ ବର୍ଷ
  • ||
  • ଏପ୍ରିଲରେ ପ୍ରଚଣ୍ଡ ତାତି, ଜୁନ୍‌ ଯାଏ ଜାଳିବ ଖରା: ଏବେ କାଳବୈଶାଖୀ ଆଣିବ ଆଶ୍ୱସ୍ତି, ୮ରୁ ହୁ ହୁ ବଢ଼ିବ ତାତି
  • ||

ସହିଦ ଲକ୍ଷ୍ମଣ ନାୟକଙ୍କ ତିରୋଧାନ ଦିବସ ପାଳିତ, ସହିଦଙ୍କ ସ୍ମୃତିରେ ମାର୍ଗ ନାମିତ ପାଇଁ ପ୍ରସ୍ତାବ

Published By : Prameya | March 29, 2025 10:57 PM

ମାଲକାନଗିରି, ୨୯/୩ :  ସହିଦ ଲକ୍ଷ୍ମଣ ନାୟକଙ୍କ ଜିଲ୍ଲାସ୍ତରୀୟ ତିରୋଧାନ ଦିବସ ପାଳିତ ହୋଇଯାଇଛି । ସହିଦଙ୍କ ସ୍ମୃତି ଉଦେଶ୍ୟରେ ମାର୍ଗ ନାମିତ ଓ ଶିକ୍ଷା ମେଧା ବୃତ୍ତି ଫଣ୍ଡ ସ୍ଥାପନ ପାଇଁ  ବିଶିଷ୍ଟ ବ୍ୟକ୍ତି ପ୍ରସ୍ତାବ ଦେଇଛନ୍ତି। 

ଜିଲ୍ଲା ପ୍ରଶାସନ ଓ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ସହିଦ ଲକ୍ଷ୍ମଣ ନାୟକ ତିରୋଧାନ ଦିବସ ପାଳନ କରାଯାଇଛି। ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସହୀଦଙ୍କ ପ୍ରତି ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସ୍ୱାଧୀନତା ସଂଗ୍ରାମର ପ୍ରତ୍ୟେକ ପର୍ଯ୍ୟାୟରେ ଓଡ଼ିଶାର ଆଦିବାସୀ ସମାଜ ସମସ୍ତ ପ୍ରତିବନ୍ଧକକୁ ଅତିକ୍ରମ କରି ସେମାନଙ୍କର ଦେଶପ୍ରେମ, ଜାତୀୟତାବୋଧ ଓ ସ୍ବାଭିମାନର ପରିଚୟ ଦେବାକୁ କେବେ ଭୁଲି ନାହାନ୍ତି ବୋଲି ଶ୍ରୀ ପ୍ରଧାନ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ କୋରାପୁଟ ଜିଲ୍ଲାରେ ଭାରତଛାଡ ଆନ୍ଦୋଳନର ନେତୃତ୍ଵ ନେଇଥିବା ଆଦିବାସୀ ବୀର ଲକ୍ଷ୍ମଣ ନାୟକଙ୍କ ଅସାଧାରଣ ଦେଶପ୍ରେମ, ଅଦମ୍ୟ ସାହସ ଓ ନିର୍ଭୀକ ସଂଗ୍ରାମୀ ଜୀବନ ଓ ଅସୀମ ତ୍ୟାଗ ଏ ଜାତି ପାଇଁ ଗର୍ବ ଓ ଗୌରବର ବିଷୟ। ଲକ୍ଷ୍ମଣ ନାୟକଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପ୍ରତ୍ୟେକ ଦିନ ତାଙ୍କୁ ଭକ୍ତି  ଓ ନତମସ୍ତକ କରିବାକୁ ଛାତ୍ରଛାତ୍ରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ଆହ୍ଵାନ କରିଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରମିଳା ମାଝୀ ସମସ୍ତଙ୍କୁ ସ୍ୱାଗତ ଜଣାଇ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ବିଦ୍ୟାଳୟ ଅଧ୍ୟକ୍ଷ ଦୁଷ୍ମନ୍ତ ଜେନାଙ୍କ ତତ୍ତ୍ଵାବଧାନରେ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। 

ଶ୍ରୀ ଜେନା କହିଥିଲେ ଯେ ଲକ୍ଷ୍ମଣ ନାୟକ ଜଣେ ସ୍ଵାଧିନତା ସଂଗ୍ରାମୀ ସହ ସମାଜ ସଂସ୍କାରକ ଥିଲେ। କୋରାପୁଟ ଜିଲ୍ଲାର ତେନ୍ତୁଲିଗୁମ୍ମା ଠାରେ ୧୮୯୯ ନଭେମ୍ବର ୨୨ ରେ ଲକ୍ଷ୍ମଣ ନାୟକ ଜନ୍ମ ଗ୍ରହଣ କରିଥିଲେ। ନିଶା ନିବାରଣ, ବାଲ୍ୟ ବିବାହ, ଜାତି ପ୍ରଥା, ବଳି ପ୍ରଥା ଭଳି କୁସଂସ୍କାର ବିରୁଦ୍ଧରେ ସ୍ବର ଉତ୍ତୋଳନ କରିଥିଲେ। ସେହିପରି ଅଧ୍ୟାପିକା ଇନ୍ଦୁରେଖା ପଟ୍ଟନାୟକ, ଗାୟତ୍ରୀ ଜେନା ଓ ରତ୍ନାକର ଦାଶ ମଧ୍ଯ ଲକ୍ଷ୍ମଣ ନାୟକଙ୍କ ଜୀବନୀ ଉପରେ ସ୍ମୃତି ଚାରଣ କରିଥିଲେ। କାର୍ଯ୍ୟକ୍ରମ ଆୟୋଜନ କରିବାରେ ହରେକୃଷ୍ଣ କିର୍ତ୍ତନିଆ ଓ ରଞ୍ଜନ ମହାନ୍ତି ସହଯୋଗ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ଛାତ୍ରୀମାନେ ଉପସ୍ଥିତ ଥିଲେ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.