ପ୍ରମୂଖ ଖବର
  • ବ୍ରହ୍ମପୁର : ବାଇକ୍ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ୍, ଜଣେ ମୃତ
  • ||
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ଟିମ୍‌ ଇଣ୍ଡିଆ ଭଳି କାର୍ଯ୍ୟ କରନ୍ତୁ ଦେଶ-ରାଜ୍ୟ…ନୀତି ଆୟୋଗ ବୈଠକରେ କହିଲେ ମୋଦୀ

Published By : Tapas Panda | May 24, 2025 5:22 PM

Image Courtesy:

ନୂଆଦିଲ୍ଲୀ: ନୂଆଦିଲ୍ଲୀରେ ଆଜି (ଶନିବାର) ନୀତି ଆୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ଦେଶର ଅଧିକାଂଶ ରାଜ୍ୟର ମୁଖ୍ୟମନ୍ତ୍ରୀ ଏଥିରେ ଅଂଶଗ୍ରହଣ କରିଥିଲେ। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀ ସଭାକୁ ସମ୍ବୋଧିତ କରିଥିଲେ। ସେ କହିଥିଲେ ଯେ, ଆମକୁ ବିକାଶର ଗତି ବୃଦ୍ଧି କରିବାକୁ ପଡିବ। ଯଦି କେନ୍ଦ୍ର ଏବଂ ସମସ୍ତ ରାଜ୍ୟ ଏକାଠି ହୋଇ ଟିମ୍ ଇଣ୍ଡିଆ ପରି କାମ କରନ୍ତି, ତେବେ କୌଣସି ଲକ୍ଷ୍ୟ ଅସମ୍ଭବ ନୁହେଁ ।

 ନୀତି ଆୟୋଗର ଦଶମ ଗଭର୍ଣ୍ଣିଂ କାଉନସିଲ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ ଯେ, ବିକଶିତ ଭାରତ ପ୍ରତ୍ୟେକ ଭାରତୀୟଙ୍କ ସ୍ୱପ୍ନ। ପ୍ରତ୍ୟେକ ରାଜ୍ୟ ବିକାଶ କଲେ ହିଁ ଭାରତ ବିକାଶ କରିବ। ଏହା ହେଉଛି ୧୪୦ କୋଟି ଦେଶବାସୀଙ୍କ ଆକାଂକ୍ଷା। ପ୍ରତ୍ୟେକ ରାଜ୍ୟ ବିଶ୍ୱ ମାନଦଣ୍ଡ ଅନୁଯାୟୀ ଅତି କମରେ ଗୋଟିଏ ପର୍ଯ୍ୟଟନ ସ୍ଥଳ ବିକଶିତ କରିବା ଉଚିତ । ଯେଉଁଠାରେ ସମସ୍ତ ସୁବିଧା ଏବଂ ଭିତ୍ତିଭୂମି ଉପଲବ୍ଧ ଥିବ। ଗୋଟିଏ ରାଜ୍ୟ, ଗୋଟିଏ ବିଶ୍ୱ ଗନ୍ତବ୍ୟସ୍ଥଳ ପଦ୍ଧତି କେବଳ ପର୍ଯ୍ୟଟନକୁ ବୃଦ୍ଧି କରିବ ତାହା ନୁହେଁ ବରଂ ନିକଟବର୍ତ୍ତୀ ସହରଗୁଡ଼ିକର ବିକାଶକୁ ମଧ୍ୟ ତ୍ୱରାନ୍ୱିତ କରିବ । 

ସେ ଆହୁରି ମଧ୍ୟ କହିଥିଲେ ଯେ, ଭାରତ ଦ୍ରୁତ ଗତିରେ ସହରୀକରଣ ଆଡକୁ ଅଗ୍ରସର ହେଉଛି। ଆମକୁ ଭବିଷ୍ୟତ ପାଇଁ ପ୍ରସ୍ତୁତ ସହରଗୁଡ଼ିକ ଦିଗରେ କାମ କରିବାକୁ ପଡିବ। ଅଭିବୃଦ୍ଧି, ନବସୃଜନ ଏବଂ ସ୍ଥିରତା ଆମ ସହରଗୁଡ଼ିକର ଇଞ୍ଜିନ ହେବା ଉଚିତ। ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ବୈଠକରେ (ନୀତି ଆୟୋଗ ବୈଠକ) ଜିଡିପି ଅଭିବୃଦ୍ଧି, ଜନସଂଖ୍ୟା ପରିଚାଳନା ଏବଂ ଏଆଇର ଲାଭ ପାଇଁ ୩ଟି ଉପ-ଗୋଷ୍ଠୀ ଗଠନ ପାଇଁ ପ୍ରସ୍ତାବ ଦେଇଥିଲେ। ବୈଠକରେ ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ବିକାଶର ବ୍ଲୁପ୍ରିଣ୍ଟକୁ ପ୍ରଶଂସା କରିଥିଲେ। କେବଳ ଏତିକି ନୁହେଁ, ସେ ସମସ୍ତ ରାଜ୍ୟକୁ ଆନ୍ଧ୍ରର ଏହି ସଂସ୍କାରଗୁଡ଼ିକୁ ଅଧ୍ୟୟନ କରିବାକୁ କହିଥିଲେ। ବୈଠକର ମୁଖ୍ୟ ପ୍ରସଙ୍ଗ ' ବିକଶିତ ଭାରତ ପାଇଁ ବିକଶିତ ରାଜ୍ୟ @୨୦୨୭' ଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.