ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

କେନ୍ଦ୍ର ପ୍ରାକ-ବଜେଟ୍ ପରାମର୍ଶ ବୈଠକ , ସମ୍ବଲପୁରରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ଦାବି

ଭୁବନେଶ୍ବର : କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରାକ-ବଜେଟ୍ ପରାମର୍ଶ ବୈଠକରେ ଓଡିଶାର ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହଦେଓ ଯୋଗଦାନ କରିଥିଲେ । ଆଗାମୀ କେନ୍ଦ୍ର ବଜେଟ୍, ୨୦୨୪-୨୫ ପାଇଁ ସମସ୍ତ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀଙ୍କ ପରାମର୍ଶ ନେବାକୁ ଏହି ବୈଠକ ଅନୁଷ୍ଠିତ ହୋଇଥିଲା । ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଲ ଦେବ ଉପମୁଖ୍ୟମନ୍ତ୍ରୀଙ୍କ ସହ ଏହି ବୈଠକରେ ଯୋଗ ଦେଇଥିଲେ । ଓଡ଼ିଶା ପକ୍ଷରୁ ରାଜ୍ୟର ଅର୍ଥନୀତି, ବିକାଶ ପ୍ରସଙ୍ଗକୁ ନେଇ ଏକ ଲିଖିତ ସ୍ମାରକପତ୍ର କେନ୍ଦ୍ର ବଜେଟ୍, ୨୦୨୪-୨୫ ରେ ଉପଯୁକ୍ତ ପଦକ୍ଷେପ ନିମନ୍ତେ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ନିକଟରେ ଦାଖଲ କରାଯାଇଥିଲା । ତେବେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଓଡିଶାର ଉପମୁଖ୍ୟମନ୍ତ୍ରୀ ତାଙ୍କ ସଂକ୍ଷିପ୍ତ ବକ୍ତବ୍ୟ ମାଧ୍ୟମରେ ଉପସ୍ଥାପନ କରିଥିଲେ । 

 ସେଗୁଡିକ ନିମ୍ନରେ ପ୍ରଦତ୍ତ:

 ଓଡିଶାରେ ଆନ୍ତର୍ଜାତୀୟ ନିବେଶ, ସେମିକଣ୍ଡକ୍ଟର ଶିଳ୍ପକୁ ଆକର୍ଷିତ କରିବା ସହ ଓଡିଶାକୁ ଏକ ନିବେଶ କେନ୍ଦ୍ର ଭାବରେ ଉପଯୁକ୍ତ ପ୍ରୋତ୍ସାହନ ଏବଂ ପାରାଦୀପ ବନ୍ଦରର ସମ୍ପ୍ରସାରଣ ନିମନ୍ତେ କେନ୍ଦ୍ର ସରକାରଙ୍କ ବିଶେଷ ସହାୟତା।

 ଭିତ୍ତିଭୂମି ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ ପୁଞ୍ଜି ନିବେଶ ନିମନ୍ତେ ସ୍ୱତନ୍ତ୍ର ସହାୟତା ଯୋଜନା ୨୦୨୪-୨୫ (SACI) ଅଧୀନରେ ରାଜ୍ୟକୁ ଅଧିକ ଆବଣ୍ଟନ;

 କେନ୍ଦ୍ର ବଜେଟରେ CSS ଯୋଜନା ଅଧୀନରେ ରାଜ୍ୟ-ୱାରି ବାର୍ଷିକ ଆବଣ୍ଟନର ଅଗ୍ରୀମ ସୂଚନା, ଯାହା ରାଜ୍ୟମାନଙ୍କୁ ସେମାନଙ୍କର ବଜେଟକୁ ବାସ୍ତବ ଭିତ୍ତିରେ ପ୍ରସ୍ତୁତ ଏବଂ ପାଣ୍ଠିର ସମୟାନୁବର୍ତ୍ତୀ ଉପଯୋଗ କରିବାରେ ସହାୟକ ହେବ।

 ଓଡ଼ିଶାର ସମ୍ବଲପୁର ଠାରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ କେନ୍ଦ୍ର ବଜେଟ, 2024-25 ରେ ଉପଯୁକ୍ତ ବ୍ୟବସ୍ଥା

 ଓଡିଶାରେ ଜାତୀୟ ରାଜପଥ, ବିଶେଷକରି କୋଷ୍ଟାଲ୍ ହାଇୱେ ଏବଂ କ୍ୟାପିଟାଲ୍ ରିଜିଅନ୍ ରିଙ୍ଗ୍ ରୋଡ୍ (CRRR) ପ୍ରକଳ୍ପର ଶୀଘ୍ର ସମାପ୍ତି ନିମନ୍ତେ ଉପଯୁକ୍ତ ପଦକ୍ଷେପ

 ସୁଭଦ୍ରା ଯୋଜନା ମାଧ୍ୟମରେ ମହିଳା ସଶକ୍ତିକରଣ ପାଇଁ କେନ୍ଦ୍ର ସରକାରଙ୍କ ଆଂଶିକ ସହାୟତା

 PMAY ଯୋଜନା ଅଧୀନରେ ଓଡିଶାର ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ପାଇଁ ଅତି କମରେ ୫ ଲକ୍ଷ ଘର ନିର୍ମାଣ ପାଇଁ କେନ୍ଦ୍ର ବଜେଟରେ ଆବଶ୍ୟକୀୟ ଆବଣ୍ଟନ

ଓଡିଶାରେ ନୂତନ ସହରର ବିକାଶ ଏବଂ ଦ୍ରୁତ ସହରୀକରଣ ପାଇଁ କେନ୍ଦ୍ର ସରକାରଙ୍କ ସହାୟତା  ଏବଂ ଓଡ଼ିଶାରେ ବିଦ୍ୟୁତ୍ କ୍ଷେତ୍ର ସମସ୍ୟାର ସମାଧାନ ନିମନ୍ତେ, ସଂଶୋଧିତ ବିତରଣ ସେକ୍ଟର ସ୍କିମ୍ (RDSS) ଅଧୀନରେ ଓଡିଶା ବିଦ୍ୟୁତ ବିତରଣ ସଂସ୍ଥା (DISCOM) ଗୁଡ଼ିକୁ ଅନ୍ତର୍ଭୁକ୍ତ କରିବା, ସବୁଜ ହାଇଡ୍ରୋଜେନ ଭଳି ନୂତନ ପ୍ରଯୁକ୍ତିବିଦ୍ୟା ପାଇଁ ଆର୍ଥିକ ସହାୟତା ଏବଂ ଓଡିଶାରେ ଗ୍ରୀନ୍ ଏନର୍ଜି କରିଡର ପ୍ରକଳ୍ପ ପାଇଁ କେନ୍ଦ୍ରୀୟ ଅର୍ଥ ପ୍ରଦାନ ଆବଶ୍ୟକ ଅଟେ ।

  କେନ୍ଦ୍ର ଅର୍ଥ ମନ୍ତ୍ରୀ ଉପସ୍ଥାପିତ ସମସ୍ତ ଦାବି ଏବଂ ପରାମର୍ଶଗୁଡିକ ଅନୁଧ୍ୟାନ କରି ଉପଯୁକ୍ତ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.