ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଆଧାର ଏବଂ ପାନ୍ କାର୍ଡରୁ ଗୁପ୍ତ ତଥ୍ୟ ପ୍ରଦାନ କରୁଥିବା କିଛି ଓ୍ବେବସାଇଟକୁ ବନ୍ଦ କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ: ଆଧାର କାର୍ଡ ଏବଂ ପ୍ୟାନ କାର୍ଡ ସୂଚନା ଲିକ୍ କରୁଥିବା କିଛି ୱେବସାଇଟକୁ ବନ୍ଦ କରିଛନ୍ତି କେନ୍ଦ୍ର ସରକାର। ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଗୁରୁବାର ଦିନ ଏ ବାବଦରେ ଏକ ବିବୃତ୍ତି ଜାରି କରି ସୂଚନା ଦେଇଛି । ଯେଉଁଥିରେ କୁହାଯାଇଛି ଯେ, କେନ୍ଦ୍ର ସରକାର ଅନେକ ୱେବସାଇଟ୍ କୁ ବନ୍ଦ କରିଛନ୍ତି, ଯାହା ଆଧାର ଏବଂ ପାନ୍ କାର୍ଡ ବିବରଣୀ ସହିତ ସମ୍ବେଦନଶୀଳ ବ୍ୟକ୍ତିଗତ ସୂଚନା ପ୍ରକାଶ କରୁଥିଲା ।  

ବାସ୍ତବରେ ୟୁନିକ୍ ଆଇଡେଣ୍ଟିଫିକେସନ୍ ଅଥରିଟି ଅଫ୍ ଇଣ୍ଡିଆ (UIDAI) ଆଧାର ତଥ୍ୟର ସର୍ବସାଧାରଣ ପ୍ରଦର୍ଶନ ପରେ ପୋଲିସ ନିକଟରେ ଅଭିଯୋଗ କରିବା ପରେ ଏହି ପଦକ୍ଷେପ ନିଆଯାଇଛି, ଯାହାକି ଆଧାର ଆକ୍ଟ ୨୦୧୬ କୁ ଉଂଲଘନ କରିଛି । ଏହାକୁ ନେଇ ସରକାର କହିଛନ୍ତି ଯେ, ଏହି ଉଲ୍ଲଂଘନକୁ ଦୃଷ୍ଟିରେ ରଖି ସାଇବର ନିରାପତ୍ତା ଏବଂ ବ୍ୟକ୍ତିଗତ ତଥ୍ୟ ସୁରକ୍ଷାକୁ ପ୍ରାଥମିକତା ଦେବା ସରକାରଙ୍କ ଦାୟିତ୍ବ । ସୁରକ୍ଷିତ ସାଇବର ସୁରକ୍ଷା ଏବଂ ବ୍ୟକ୍ତିଗତ ତଥ୍ୟର ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଏହି ପ୍ରସଙ୍ଗକୁ ଗମ୍ଭୀରତାର ସହିତ ନିଆଯାଇଛି । ତେଣୁ ଏହି ୱେବସାଇଟ୍ ଗୁଡିକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନିଆଯାଇଛି।"

ସୂଚନାଥାଉକି, ଯେ ଭାରତୀୟ କମ୍ପ୍ୟୁଟର ଜରୁରୀକାଳୀନ ପ୍ରତିକ୍ରିୟା ଦଳ (CERT-IN) ଦ୍ୱାରା ଅନୁସନ୍ଧାନ ସମୟରେ ଏହି ୱେବସାଇଟ ଗୁଡିକରେ ସୁରକ୍ଷା ତ୍ରୁଟି ଦେଖିବାକୁ ମିଳିଥିଲା । ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ କହିଛି ଯେ ଦୁର୍ବଳତାକୁ ସୁଧାରିବା ପାଇଁ ସେମାନଙ୍କର ଆଇଟି ଭିତ୍ତିଭୂମିରେ ଉନ୍ନତି ଆଣିବା ପାଇଁ ସାଇଟ୍ ଅପରେଟର ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଆଇଟି ଉପକରଣ ପରିଚାଳନା କରୁଥିବା ସମସ୍ତ ସଂସ୍ଥା ପାଇଁ CERT-In ମଧ୍ୟ ସୁରକ୍ଷା ନିର୍ଦ୍ଦେଶାବଳୀ ଜାରି କରିଛି ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ୨୦୦୦ ଅନୁଯାୟୀ ସୂଚନା ସୁରକ୍ଷା ନିୟମ ଅନୁସରଣ କରିବାକୁ ନିର୍ଦ୍ଦେଶ ଦେଇଛି । 

ସୂଚନା ପ୍ରଯୁକ୍ତିବିଦ୍ୟା ଅଧିନିୟମ ଏବଂ ୨୦୨୩ ର ଡିଜିଟାଲ ପର୍ସନାଲ ଡାଟା ପ୍ରୋଟେକସନ ଆକ୍ଟ ଅନୁଯାୟୀ ବର୍ତ୍ତମାନର ନିୟମକୁ ଦର୍ଶାଇ ମନ୍ତ୍ରଣାଳୟ କହିଛି ଯେ ପ୍ରଭାବିତ ଲୋକମାନେ ରାଜ୍ୟ ନିଯୁକ୍ତ ବିଚାରପତିଙ୍କ ମାଧ୍ୟମରେ କ୍ଷତିପୂରଣ ମାଗିପାରିବେ । 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.