ପ୍ରମୂଖ ଖବର
  • ଭୁବନେଶ୍ୱର : ଦାନା ବାନ୍ଧୁଛି ଲଘୁଚାପ; ଆସନ୍ତା ୪ ଦିନ ବର୍ଷାରେ ଭିଜିବ, ଶନିବାର ୮ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||
  • ମୟୂରଭଞ୍ଜ : ଶିମିଳିପାଳ ବାଙ୍ଗିରିପୋଷି ରେଞ୍ଜରେ ଅଘଟଣ, ମାଈ ହାତୀର ମୃତଦେହ ଠାବ
  • ||
  • ଆନନ୍ଦପୁର : ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମାନିକୁ ବିରୋଧ, ସ୍କୁଲରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଗ୍ରାମବାସୀ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଥିଲେ ଯୁବତୀ,୨୪ ଘଣ୍ଟା ପରେ ମିଳିଲା ମୃତଦେହ
  • ||
  • ସୁନ୍ଦରଗଡ଼ : ରେଳ ଧାରଣା ଉପରେ ପୁଣି ଲାଗିଲା ମାଓ ପୋଷ୍ଟର, ଜାରି ହେଲା ହାଇ ଆଲର୍ଟ
  • ||
  • ଚାନ୍ଦବାଲି : ଚିଙ୍ଗୁଡ଼ି ମାଫିଆଙ୍କ କବ୍ଜାରେ ଚାଷୀଙ୍କ ସ୍ଲୁଇସଗେଟ, ମତ୍ସ୍ୟ ଅଧିକାରୀଙ୍କୁ ଅଭିଯୋଗ କରିଲେ ଚାଷୀ
  • ||
  • ଜଳେଶ୍ବର : ସୁବର୍ଣ୍ଣରେଖା ନଦୀରେ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଧର୍ମଗଡ଼ : ସ୍କୁଲ ଜାଗାକୁ ନିଜର କହି ବିଦ୍ୟାଳୟରେ ତାଲା ପକାଇଲେ ବ୍ୟକ୍ତି, ଗଛ ମୂଳେ ପାଠ ପଢୁଛନ୍ତି ପିଲା
  • ||
  • ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି, ଜନଶୁଣାଣି ପୋର୍ଟାଲ କରିପାରିବେ ପଞ୍ଜୀକରଣ
  • ||
  • ବାଲେଶ୍ଵର : ଭିଜିଲାନ୍ସ ଜାଲରେ ଅତିରିକ୍ତ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, କୁକୁଡ଼ା ପଦା ଅଫିସରେ ରେଡ୍‌
  • ||
  • ଜଳେଶ୍ବର : କମିଲା ସୁବର୍ଣ୍ଣରେଖା ନଦୀର ଜଳସ୍ତର, ପାଣି ଘେରରେ ତଳିଆ ଅଞ୍ଚଳ
  • ||
  • ଆଜିଠୁ ୩ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ବୈଠକରେ ଦେବେ ଯୋଗ
  • ||
  • ଆସୁଛି ଲଘୁଚାପ: ଆସନ୍ତା ୨୩ରୁ ଓଡ଼ିଶାରେ ବଢ଼ିବ ବର୍ଷା, ଅତି କମ୍‌ରେ ୪୮ ଘଣ୍ଟା ବର୍ଷିବ
  • ||
  • ଆନନ୍ଦପୁର : ଏସବିଆଇ ଶାଖାରେ ଲାଗିଲା ନିଆଁ, ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ଅନୁମାନ
  • ||

ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ୨ ହଜାର ମଡେଲ ପୋଲିଂ ଷ୍ଟେସନ ବ୍ୟବସ୍ଥା ନେଇ CEOଙ୍କ ସୂଚନା

ଭୁବନେଶ୍ବର ୨୩/୫: ରାଜ୍ୟରେ ଦୁଇ ପର୍ଯ୍ୟାୟରେ ମତଦାନ ସରିଥିବା ବେଳେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି । ଏ ନେଇ ରାଜ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି । ତୃତୀୟ ପର୍ଯ୍ୟାୟରେ ୬ ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ହେବ । ୬ ସଂସଦୀୟ କ୍ଷେତ୍ର ପାଇଁ ୬୪ ପ୍ରାର୍ଥୀ, ୪୨ ବିଧାନସଭା ପାଇଁ ୩୮୩ ପ୍ରାର୍ଥୀ ରହିଛନ୍ତି । 

ତୃତୀୟ ପର୍ଯ୍ୟାୟରେ ୧୦,୫୫୧ ବୁଥ୍‌ରେ ଭୋଟ୍ ଗ୍ରହଣ କରାଯିବ । ୨ ହଜାର ମଡେଲ ପୋଲିଂ ଷ୍ଟେସନର ବ୍ୟବସ୍ଥା କରାଯାଇଛି । ୨୦ ପ୍ରତିଶତ ସମ୍ବେଦନଶୀଳ ପୋଲିଂ ଷ୍ଟେସନ ଚିହ୍ନଟ ହୋଇଛି । ସୁରକ୍ଷା ଦୃଷ୍ଟିରୁ ତୃତୀୟ ପର୍ଯ୍ୟାୟରେ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ (CAPF) ମୁତୟନ ରହିବେ ।  ଏହି ପର୍ଯ୍ୟାୟରେ ୯୪.୪୮ ଲକ୍ଷ ଭୋଟର ରହିଛନ୍ତି । ସେଥି ମଧ୍ୟରୁ ପୁରୁଷ ୪୮.୩୦ ଲକ୍ଷ, ମହିଳା ଭୋଟର ୪୬.୧୮ଲକ୍ଷ ରହିଛନ୍ତି । ୨୧ ପ୍ରତିଶତ ଯୁବ ଭୋଟର ଅଛନ୍ତି । ପୋଷ୍ଟାଲ ବାଲାଟରେ ୩୦ ହଜାରୁ ଅଧିକ ଭୋଟ୍ ଗ୍ରହଣ କରାଯାଇଛି । ବିଶେଷକରି ସହରୀ ଭୋଟର ଅଧିକ ସଂଖ୍ୟାରେ ଭୋଟ୍‌ ଦେବା ପାଇଁ ଅପିଲ୍ କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.