ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ଉପରମୁଣ୍ଡରେ ଲଗାଣ ବର୍ଷା, ଚାକିଡି ଗ୍ରାମ ପଞ୍ଚାୟତର ବିଭିନ୍ନ ଗାଁ ଜଳବନ୍ଦୀ

ବାଙ୍ଗିରିପୋଷି,୧୬/୯: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଚାକିଡି ଗ୍ରାମ ପଞ୍ଚାୟତର ବହୁ ଗାଁ ଏବେ ଜଳବନ୍ଦୀ। ଗତ ତିନି ଦିନ ଧରି ଲଗାଣ ବର୍ଷା ଫଳରେ ଫୁଲଝରା ଓ ବାସିଲକଚା ନିକଟରେ ଥିବା ଛୋଟ ପୋଲ ଗୁଡିକ ବନ୍ୟା ପାଣିରେ ବୁଡିଯାଇଛି। ଫଳରେ ଯାତାୟାତ ବିଚ୍ଛିନ୍ନ ହୋଇ ଯାଇଛି। ସେଠାକାର ସ୍ଥାନୀୟ ଲୋକେ ନାହିଁ ନଥିବା ଅସୁବିଧା ଭୋଗ କରୁଥିବାରୁ ପ୍ରଶାସନ ଦୃଷ୍ଟି ଦେବାକୁ ସ୍ଥାନୀୟ ବାସିନ୍ଦା ଲକ୍ଷ୍ମଣ ମୁର୍ମୁ କହିଛନ୍ତି। 

ସେହିପରି ବୁଢାବଳଙ୍ଗ ନଦୀରେ ବନ୍ୟା ସୃଷ୍ଟି ହେବାରୁ କୁସୁମତୋଟା, ଜାମତଳିଆ ଓ ଖଡିଘାଟି ଗ୍ରାମର ଲୋକମାନେ ସମ୍ପୂର୍ଣ୍ଣ ଭାବେ ବାହ୍ୟ ଜଗତରୁ ବିଚ୍ଛିନ୍ନ  ହୋଇ ଯାଇଛନ୍ତି । ଉକ୍ତ ଗ୍ରାମ ଗୁଡିକୁ ପହଞ୍ଚିବା ପାଇଁ ବୁଢାବଳଙ୍ଗ ନଦୀ ପାର ହେବା ହିଁ ଏକମାତ୍ର ରାସ୍ତା। ବନ୍ୟାଜଳ ନ କମିବା ପର୍ଯ୍ୟନ୍ତ ଗ୍ରାମବାସୀଙ୍କ ସହ ଯୋଗାଯୋଗ ସମ୍ଭବ ହେବନାହିଁ ବୋଲି ସ୍ଥାନୀୟ ସରପଞ୍ଚ ବିକ୍ରମ ମୁର୍ମୁ କହିଛନ୍ତି। ଗ୍ରାମବାସୀଙ୍କ ସୁରକ୍ଷା ଦୃଷ୍ଟିରୁ ନିକଟସ୍ଥ ସ୍କୁଲ କିମ୍ବା ଅନ୍ୟ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ଅପିଲ କରିଛନ୍ତି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.