ପ୍ରମୂଖ ଖବର
  • ରାୟଗଡ଼ା : ଟ୍ରେଲର ଧକ୍କାରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ, ୨ ଗୁରୁତର
  • ||
  • 'ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ, ବିପଦ ସଙ୍କେତ ତଳେ ଜଳସ୍ତର': ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ
  • ||
  • ବୌଦ୍ଧ : ଭାରସାମ୍ୟ ହରାଇ ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଆହତ
  • ||
  • ବାହୁଡ଼ା ଯାତ୍ରା ପାଇଁ ଜନସମୁଦ୍ର ବଡ଼ଦାଣ୍ଡ, ଘଣ୍ଟଘଣ୍ଟା ନାଦରେ ପ୍ରକମ୍ପିତ ଶ୍ରୀକ୍ଷେତ୍ର
  • ||
  • ଜନ୍ମବେଦୀରୁ ବାହୁଡ଼ିବେ ଦାରୁବ୍ରହ୍ମ, ଶରଧାବାଲିରେ ରଥାରୂଢ ଚତୁର୍ଦ୍ଧାମୂର୍ତ୍ତି
  • ||
  • ବୌଦ୍ଧ : ରେଳ ଧାରଣାରେ ଶୋଇ ରିଲ୍ସ ବନାଇଲେ ନାବାଳକ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ
  • ||
  • ନୌସେନାରେ ପ୍ରଥମ ମହିଳା ଫାଇଟର ପାଇଲଟ ହେଲେ ଆସ୍ଥା ପୁନିଆ, ମିଳିଲା ୱିଙ୍ଗ୍ ଅଫ୍‌ ଗୋଲ୍ଡ
  • ||
  • ବାହୁଡ଼ିବେ ଦାରୁଦିଅଁ, ସୁରକ୍ଷା ବଳୟରେ ଶ୍ରୀକ୍ଷେତ୍ର: ପହଣ୍ଡିରେ ୨, ରଥ ସୁରକ୍ଷାରେ ୬ ଆଇପିଏସ୍‌କୁ ଦାୟିତ୍ୱ
  • ||
  • ଆହୁରି ୩ ଦିନ ଭିଜିବ ଓଡ଼ିଶା, ବାହୁଡ଼ାରେ ବର୍ଷା ସମ୍ଭାବନା; ୬ ଜିଲ୍ଲାକୁ ଆଲର୍ଟ
  • ||

ଚନ୍ଦ୍ର ଶେଖର ପରିଡା ପୁଣି କନ୍ଧମାଳ ଜିଲ୍ଲା କଂଗ୍ରେସ ସଭାପତି

Published By : Suraj Kumar | July 1, 2025 4:51 PM

ଫୁଲବାଣୀ,୧/୭ :ପିସିସି ସଭାପତି ଭକ୍ତ ଚରଣ ଦାସ ରାଜ୍ୟର ସମସ୍ତ ଜିଲ୍ଲା କଂଗ୍ରେସ କମିଟିର ନୂତନ ସଭାପତିଙ୍କ ନାମ ଘୋଷଣା କରିଛନ୍ତି। ଚନ୍ଦ୍ର ଶେଖର ପରିଡାଙ୍କୁ କନ୍ଧମାଳ ଜିଲ୍ଲା କଂଗ୍ରେସ ସଭାପତି ଭାବେ ପୁନଃ ଦାୟିତ୍ବ ଦିଆଯାଇଛି।

 ସୂଚନାଯୋଗ୍ୟ, ଶ୍ରୀ ପରିଡା ଗତ ୨୦୨୪ ଫେବୃଆରୀରେ କନ୍ଧମାଳ ଜିଲ୍ଲା କଂଗ୍ରେସ ସଭାପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। କିଛି ମାସ ତଳେ କଂଗ୍ରେସର ସମସ୍ତ କମିଟି ଭଙ୍ଗ କରି ଦିଆଯିବା ପରେ ସେ ଭାରପ୍ରାପ୍ତ ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ। ନୂତନ ସଭାପତି ପାଇଁ ଗତ କିଛି ଦିନ ଧରି ଜିଲ୍ଲାରେ ଅଙ୍କକଷା ଚାଲିଥିବା ବେଳେ ଚନ୍ଦ୍ର ଶେଖରଙ୍କ ଉପରେ ପୁଣି ଆସ୍ଥା ପ୍ରକଟ କରିଛନ୍ତି ରାଜ୍ୟ ସଭାପତି। ଛାତ୍ର ରାଜନିତିରୁ କଂଗ୍ରେସ ସହିତ ସଂଶ୍ଲିଷ୍ଟ ଶ୍ରୀ ପରିଡା ଜିଲ୍ଲା କଂଗ୍ରେସର ଜଣେ ଦକ୍ଷ ସଂଗଠକ ଭାବେ ଜଣାଶୁଣା। ପୁଣିଥରେ ଜିଲ୍ଲା ସଭାପତି ଦାୟିତ୍ୱ ମିଳିଥିବାରୁ ସେ ରାଷ୍ଟ୍ରୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କୁ କୃତଜ୍ଞତା ଜଣାଇବା ସହିତ କନ୍ଧମାଳ ଜିଲ୍ଲାରେ ଦଳର ସଙ୍ଗଠନକୁ ଅଧିକ ମଜବୁତ କରିବା ପାଇଁ ଉଦ୍ୟମ ଜାରୀ ରଖିବେ ବୋଲି କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.