ପ୍ରମୂଖ ଖବର
  • ମାଲକାନଗିରି : ଆତ୍ମସମର୍ପଣ କଲେ ୩ ହାର୍ଡକୋର ମାଓବାଦୀଙ୍କ ୮ ନକ୍ସଲ, ତନ୍ମଧ୍ୟରୁ ଜଣେ ମହିଳା
  • ||
  • କଣ୍ଟାବାଞ୍ଜି : ଘରୋଇ ସ୍କୁଲର ମହିଳା ଆକାଉଣ୍ଟାଣ୍ଟଙ୍କୁ ହତ୍ୟା! ତଦନ୍ତ କରୁଛି ପୋଲିସ
  • ||
  • ସମ୍ୱଲପୁର : ମଶାଣି ନିକଟରୁ ଅଜଣା ଗଳିତ ମୃତଦେହ ଉଦ୍ଧାର, ହତ୍ଯା ସନ୍ଦେହ
  • ||
  • ନୂଆପଡ଼ା : ଜମିବାଡ଼ିକୁ ନେଇ ଗଣ୍ଡଗୋଳ, ୩ ଗୁରୁତର
  • ||
  • ଭରତପୁର ଥାନାରେ ଲାଗିବ ୨୫ ସିସିଟିଭି, ଆରମ୍ଭ ହେଲା ପ୍ରକ୍ରିୟା
  • ||
  • ଭୁବନେଶ୍ୱର : ବନ୍ଦ ଡାକରା ପ୍ରତ୍ୟାହାର କଲା ବିଜେଡି, ହେବନି ଆନ୍ଦୋଳନ
  • ||
  • ବଲାଙ୍ଗୀର : ବଲାଙ୍ଗୀରରେ କମୁନି ଦାଦନ ଦୁଃଖ; ଚାଲାଣ ବେଳେ ୧୨ ଶ୍ରମିକ ଉଦ୍ଧାର, ୨ ଦଲାଲ ଗିରଫ
  • ||
  • ଚୌଦ୍ୱାର : ବିରୂପା ବ୍ୟାରେଜ ନିକଟରେ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ମାଲକାନଗିରି : ଡଙ୍ଗା ଚଳାଇ ଚିତ୍ରକୋଣ୍ଡା ଗାଁକୁ ଗଲେ ବିଧାୟକ, ଲୋକଙ୍କ ଦୁଃଖ ପଚାରି ବୁଝିଲେ
  • ||
  • ଭରତପୁର ଥାନାରେ ହଙ୍ଗାମା ଘଟଣା: କିଏ ସତ କହୁଛି ? ମିଛଧରା ପରୀକ୍ଷାକୁ ଭରସା କରିଛି କ୍ରାଇମ୍‌ବ୍ରାଞ୍ଚ
  • ||
  • ଚାନ୍ଦବାଲି : ଅଙ୍ଗନବାଡ଼ି କେନ୍ଦ୍ରରେ ୧୫ ଦିନ ହେଲା ଝୁଲୁଛି ତାଲା, ଅଭିଭାବକ ମହଲରେ ତୀବ୍ର ଅସନ୍ତୋଷ
  • ||
  • ରାଉରକେଲାରେ ଲଜ୍ଜ୍ୟା: ନାବାଳିକାଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ, ମୋବାଇଲ ଟ୍ରାକିଂରୁ ଧରାପଡ଼ିଲେ ୩ ଅଭିଯୁକ୍ତ
  • ||
  • ନବରଙ୍ଗପୁର : ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା : ୬ ଘଣ୍ଟା ବନ୍ଦ ଡାକରା ଦେଲା ଜୟ ତେନ୍ତୁଳୀଖୁଣ୍ଟି ସାମାଜିକ ସଂଘଠନ, ୨୦ଲକ୍ଷ ଟଙ୍କା କ୍ଷତିପୂରଣ ଦାବି
  • ||
  • ଆଜି ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ, ସର୍ବାଧିକ ୧୦୦୦ଟି ଅଭିଯୋଗର ଶୁଣାଣି ହେବ
  • ||
  • ୨୪ ଘଣ୍ଟାରେ ସୃଷ୍ଟି ହୋଇପାରେ ଲଘୁଚାପ: ୪ ଦିନ ପ୍ରବଳ ବର୍ଷିବ, ୧୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ଛତିଶଗଡ ନାରାୟଣପୁରରେ ସୁରକ୍ଷା ବାହିନୀ-ନକ୍ସଲ ମୁହାଁମୁହିଁ, ୩ ନକ୍ସଲ ମୃତ...

ନୂଆଦିଲ୍ଲୀ: ଛତିଶଗଡର ନକ୍ସଲ ପ୍ରଭାବିତ ନାରାୟଣପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି । ଏଥିରେ ତିନି ଜଣ ନକ୍ସଲଙ୍କ ମୃତ୍ୟୁ ହୋଇଛି। ଏନେଇ ଜଣେ ପୋଲିସ ଅଧିକାରୀ କହିଛନ୍ତି ଯେ, ପଡୋଶୀ ରାଜ୍ୟ ମହାରାଷ୍ଟ୍ର ସୀମାରେ ନାରାୟଣପୁର ଏବଂ ମାଡ ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ନକ୍ସଲ ବିରୋଧୀ ଅପରେସନ ଆରମ୍ଭ ହୋଇଛି । 

ଆଜି (ସୋମବାର) ଅପରାହ୍ନ ୪ରୁ ଏହି ଏନକାଉଣ୍ଟର ଆରମ୍ଭ ହୋଇଛି । ପୋଲିସ ଅଧିକାରୀ କହିଛନ୍ତି ଯେ, ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଚାଲିଛି । ସୁରକ୍ଷା ବାହିନୀର ସମସ୍ତ କର୍ମଚାରୀ ସୁରକ୍ଷିତ ଅଛନ୍ତି । ଏହି ଅଞ୍ଚଳରେ ନକ୍ସଲ ମାନଙ୍କ ବିରୋଧରେ ଅପରେସନ ଚାଲିଛି । ଅଧିକାରୀ କହିଛନ୍ତି ଯେ ଏ ବାବଦରେ ଅଧିକ ସୂଚନା ଅପେକ୍ଷା କରାଯାଇଛି। ତେବେ ବର୍ତମାନ ସୁଦ୍ଧା ଘଟଣାସ୍ଥଳରୁ AK-47 ଏବଂ ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି । ସର୍ଚ୍ଚ ଅପରେସନ୍ ଚାଲିଛି । 

ଏହା ପୂର୍ବରୁ ଗତକାଲି (ରବିବାର) ଚାରିଜଣ ନକ୍ସଲ ଡାଣ୍ଟେୱାଡା ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ । ଏମାନଙ୍କ ମୁଣ୍ଡ ପାଇଁ ୨୦ ଲକ୍ଷ ଟଙ୍କାର ପୁରସ୍କାର ଥିଲା। ଏମାନଙ୍କ ମଧ୍ୟରେ ତିନିଜଣ ମହିଳା ଏବଂ ଜଣେ ପୁରୁଷ ନକ୍ସଲ ଅନ୍ତର୍ଭୁକ୍ତ। 

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.