ପ୍ରମୂଖ ଖବର
  • ପଦ୍ମପୁର : ଶିକ୍ଷକ ଦାବିରେ ସ୍କୁଲରେ ପଡ଼ିଲା ତାଲା, ବିଦ୍ୟାଳୟ ବାହାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅବିଭାବକ
  • ||
  • ୨ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିର୍ବାଚନ ପ୍ରଚାର ହେବେ ସାମିଲ୍
  • ||
  • ବ୍ରହ୍ମପୁର : ଏମକେସିଜି ମେଡିକାଲ ନର୍ସିଙ୍ଗ ସଙ୍ଘର କାର୍ଯ୍ୟବନ୍ଦ ଆନ୍ଦୋଳନ; ଜରୁରୀ କାଳୀନ ସେବା ବନ୍ଦ, ରୋଗୀ ହନ୍ତସନ୍ତ
  • ||
  • ଆଠମଲ୍ଲିକ : ବାର୍‌ହା ଶିକାର କରିବାକୁ ଯାଇ ଶିକାରୀ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ବିଦ୍ୟୁତ ଆଘାତରେ ଯୁବକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • କାମାକ୍ଷାନଗର : ବିଦ୍ୟୁତ ଆଘାତରେ ଦେଢ଼ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଉମରକୋଟ : ତିନି ହାତୀ ଆକ୍ରମଣରେ ବ୍ୟକ୍ତିଙ୍କ ମୃତ୍ୟୁ, ମୃତକଙ୍କ ପରିବାରକୁ ମିଳିବ ସରକାରୀ ସାହାୟତା
  • ||
  • ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବଡ଼ ଧରଣର ବିସ୍ଫୋରଣ, ୫ ଶ୍ରମିକ ଆହତ
  • ||
  • ମର୍ଶାଘାଇ : ଦିବ୍ୟାଙ୍ଗଙ୍କ ଦୋକାନ ଉପରେ ମାଡିଗଲା ମାଲବାହୀ ଟ୍ରକ୍, ଅଳ୍ପକେ ବର୍ତ୍ତିଗଲେ ୪ ଜଣ
  • ||
  • ମୋହନା : ମିନି ଟ୍ରକ୍‌ ଧକ୍କାରେ ଶ୍ରମିକ ଗୁରୁତର, ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ
  • ||
  • ଦରମା ନପାଇବାରୁ ସମଲେଇ ମନ୍ଦିର ପରିସରରେ ସୁରକ୍ଷାକର୍ମୀଙ୍କ ଧାରଣା
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଲାଗିଲା ୧୬୩ ଧାରା, ୧୦ ପ୍ଲାଟୁନ୍‌ ଫୋର୍ସ ମୁତୟନ, ୧୦ ଗିରଫ
  • ||
  • ରେଳ ଧାରଣା ଦାବିରେ ପାଟଣାଗଡ ୧୨ଘଣ୍ଟିଆ ବନ୍ଦ, ଯାନବାହନ ଚଳାଚଳ ଠପ୍‌
  • ||
  • ବିଶ୍ୱ ଅର୍ଥନୀତି ପାଇଁ ସତର୍କଘଣ୍ଟି: ଚରମ ସ୍ତରରେ ବେକାରି ହାର, ୨୦୦୮ ଭଳି ଲକ୍ଷଣ ଦେଖିବାକୁ ମିଳିଲାଣି
  • ||
  • ବୌଦ୍ଧ : ସରପଞ୍ଚଙ୍କ ଗୁଳିମାଡରେ ଯୁବକ ଗୁରୁତର, ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ
  • ||
  • ଶନିବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ, ୪ଟି ପ୍ରସ୍ତାବରେ ବାଜିପାରେ ମୋହର
  • ||
  • ଜଳେଶ୍ୱର : ଅଧୁରା ରହିଗଲା ଜଗା ଦର୍ଶନ;୨୦ ଫୁଟ ତଳକୁ ଖସିଲା ଟୁରିଷ୍ଟ ବସ୍‌, ୪ ମୃତ
  • ||
  • ରାଜ୍ୟରେ ଆଜିଠୁ କମିବ ବର୍ଷା, ଅକ୍ଟୋବର ୧ରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା, ୬ରେ ଲଘୁଚାପ
  • ||

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମା' ତାରିଣୀ ପୀଠ ପାଇଁ ୫୦ କୋଟିର ଅନୁଦାନ

କେନ୍ଦୁଝର ୨୩/୦୬: ଜନ୍ମମାଟିରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝର ଅଧିଷ୍ଠାତୀ ଦେବୀ ମା' ତାରିଣୀ ପୀଠ ପାଇଁ ୫୦ କୋଟି ଅନୁଦାନ ରାଶି ଘୋଷଣା। ଏହା ଦ୍ବାର ମନ୍ଦିରର ବିକାଶ କରାଯିବ। ଏଥି ସହିତ  ମା' ତାରିଣୀଙ୍କ ପୀଠକୁ ଜାତୀୟ ପର୍ଯ୍ୟଟନସ୍ଥଳୀ ଜାତୀୟ ମାନ୍ୟତା ପାଇଁ କେନ୍ଦ୍ରଙ୍କୁ ଅନୁରୋଧ କରିବେ ରାଜ୍ୟ ସରକାର।  ମନ୍ଦିର ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି।

ସୂଚନା ମୁତାବକ, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯାଇଛନ୍ତି। ଦିନ ୧୧ଟାରେ ଘଟଗାଁ ହାଇସ୍କୁଲରେ ନିର୍ମିତ ହେଲିପ୍ୟାଡରେ ଅବତରଣ କରିଥିଲେ । ସେଠାରେ ମୁଖ୍ୟମନ୍ତ୍ରୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ କେନ୍ଦୁଝରବାସୀ। ପରେ ଘଟଗାଁରେ ବିଶାଳ ରୋଡ଼ ସୋ କରିଥିଲେ ମୁଖ୍ୟମନ୍ତ୍ରୀ। ମା ତାରିଣୀଙ୍କ ପୀଠରେ ପହଞ୍ଚିବା ପରେ ସେ ଭୋଗ ଦୋକାନରୁ ଭୋଗ କିଣିଥିଲେ।  ଦୋକାନୀଙ୍କ ଭଲମନ୍ଦ ମଧ୍ୟ ବୁଝିଥିଲେ। ସେଠାରେ ମନ୍ଦିର ବେଢ଼ା ପରିର୍ଶନ କରିବା ସହ ମା ତାରିଣୀଙ୍କୁ ଦର୍ଶନ କରିଥିଲେ। ଏହାପରେ ପୀଠ ଉନ୍ନତିକରଣ ପାଇଁ ୫୦ କୋଟିର ଅନୁଦାନ ରାଶି ଘୋଷଣା କରିଥିଲେ। କେନ୍ଦ୍ର ନିକଟରେ ତାରିଣୀ ପୀଠକୁ ଜାତୀୟ ମାନ୍ୟତା ପାଇଁ ଅନୁରୋଧ କରିବେ ବୋଲି କହିଥିଲେ।

୨୪ ତାରିଖ ସକାଳ ୧୦ଟା ୩୦ ମିନିଟ୍‌  ସମୟରେ ହେଲିକପ୍ଟର ଯୋଗେ ନିଜ ଗ୍ରାମ ରାଇକଳା ଅଭିମୁଖେ ଯାତ୍ରା କରିବେ । ଝୁମ୍ପୁରା ବ୍ଲକ୍‌ ଦୁର୍ଗା ପଡ଼ିଆଠାରେ ଜନସମାବେଶକୁ ସମ୍ବୋଧିତ କରିବା ସହିତ ବିଭିନ୍ନ ସଙ୍ଗଠନ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବେ ବୋଲି ଜଣାପଡ଼ିଛି । ଅପରାହ୍ନ ୨ଟା ୪୫ ମିନିଟ୍‌ରେ ସଡ଼କ ପଥରେ ରାଇକଳା ନିଜ ଗ୍ରାମରେ ପହଞ୍ଚିବା ପରେ ମଧ୍ୟାହ୍ନଭୋଜନ ନିଜ ଘରେ କରିବେ । ରାଇକଳାରେ ଲୋକମାନଙ୍କ ସହିତ ଭାବ ବିନିମୟ କରିବା ପରେ ଅପରାହ୍ନ ୫ଟାରେ ଭୁବନେଶ୍ୱର ଫେରିଯିବାର କାର୍ଯ୍ୟକ୍ରମ ରହିଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.