ପ୍ରମୂଖ ଖବର
  • କନ୍ଧମାଳ : ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କଲା ବାପା
  • ||
  • ୪ ଡିସମିଲ ଜାଗାରୁ କମ ଥିଲେ ଭୂମିହୀନ ଭାବେ ଗଣନା କରାଯିବ: ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ୱର : ଅତ୍ୟଧିକ ଗରମରୁ ATM ମେସିନ୍‌ରେ ଲାଗିଲା ନିଆଁ, ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ
  • ||
  • ବରଗଡ଼ : ଚାଉଳ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ; ବେଆଇନ୍‌ ଚାଲାଣ ସନ୍ଦେହରେ ଥାନାରେ ଅଟକ
  • ||
  • ଅନୁଗୁଳ : ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଏନଟିପିସି ଓ କଣିହାଁ ବନ୍ଦ; ସନ୍ଧ୍ୟା ୬ଟା ଯାଏଁ ଚାଲିବ ଆନ୍ଦୋଳନ
  • ||
  • ତୁଟିବ ପୋଲାଭରମ୍ ବିବାଦ, ମେ ୨୮ରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ଭଉଁରି ଯାତ୍ରା ପାଇଁ କଡା ସୁରକ୍ଷା ବଳୟରେ ନରେନ୍ଦ୍ର ପୁଷ୍କରିଣୀ: ୧୧ ପ୍ଲାଟୁନ୍‌ ଫୋର୍ସ ମୁତୟନ, ଯାନବାହନ ଚଳାଚଳ ଉପରେ କଟକଣା
  • ||
  • ବରଗଡ଼ : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗରେ ସୈତାନ ବାପାକୁ ଆଜୀବନ ସଜା
  • ||
  • ଗଞ୍ଜାମ : ଗଉଞ୍ଜୁ ଗାଁରେ କାର୍ ପୋଡ଼ିଦେଲେ ଦୁର୍ବୃତ୍ତ, କାରଣ ଅସ୍ପଷ୍ଟ
  • ||
  • ଆନ୍ଧ୍ରପ୍ରଦେଶ: କାର୍ ଭିତରେ ଖେଳୁଥିଲେ ୪ ଶିଶୁ, ଶ୍ଵାସରୁଦ୍ଧ ହୋଇ ଚାଲିଗଲା ଜୀବନ
  • ||
  • IPL 2025: ଏକାନ୍ନାରେ ମୁହାଁମୁହିଁ ହେବେ ସୁପରଜାଏଣ୍ଟ୍‌ସ - ସନ୍‌ରାଇଜର୍ସ, କର ବା ମର’ ସ୍ଥିତିରେ ପନ୍ତ ବାହିନୀ
  • ||
  • କଳାହାଣ୍ଡି : ନିମ୍ନମାନର ରାସ୍ତା ପାଇଁ ବାତେଲିମା ପଞ୍ଚାୟତବାସୀଙ୍କ ରାସ୍ତା ଅବରୋଧ, ୭ ଘଣ୍ଟା ପରେ ସ୍ୱାଭାବିକ ହେଲା ଯାତାୟାତ
  • ||
  • ବଢ଼ିପାରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତିଙ୍କ କାର୍ଯ୍ୟକାଳ, ଉଚ୍ଚଶିକ୍ଷା ବିଭାଗକୁ ୧ ବର୍ଷ ଅବଧି ବୃଦ୍ଧି ପାଇଁ ସୁପାରିସ
  • ||
  • ଭଦ୍ରକ : ସ୍ତ୍ରୀକୁ ପିଟି ପିଟି ମାରିଦେଲା ସୈତାନ ସ୍ୱାମୀ, ଅଭିଯୁକ୍ତ ଅଟକ
  • ||
  • ଆମେରିକା ପୂର୍ବତନ ରାଷ୍ଟ୍ରପତିଙ୍କୁ ପ୍ରୋଷ୍ଟେଟ୍ କ୍ୟାନସର, ହାରିସ୍‌ କହିଲେ ସେ ଫାଇଟର ହାରିବେନି
  • ||
  • କେନ୍ଦୁଝର : ହାତୀ ଆକ୍ରମଣରେ ବୃଦ୍ଧା ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
  • ||
  • କଟକ : କାଠଯୋଡିରେ ୨ଯୁବ ଇଞ୍ଜିନିୟର ବୁଡିଯିବା ଘଟଣା, ଉଦ୍ଧାର ହେଲା ଆଉ ଜଣଙ୍କ ମୃତଦେହ
  • ||
  • ଅଶୋକନଗର ନୂଆ କାର୍ଯ୍ୟାଳୟରେ ବସିଲା ଜନତା ଦରବାର, ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ
  • ||
  • ସମ୍ୱଲପୁର : ମଜୁରିଆପଡ଼ାରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ, ତଦନ୍ତ କରୁଛି ବନବିଭାଗ
  • ||
  • ରାଜ୍ୟରେ କମିବ ତାତି, ନାକେଦମ୍ କରିବ ଭୀଷଣ ଗୁଳୁଗୁଳି: ଆସନ୍ତା ସପ୍ତାହରେ ଦୁଇଟି ଲଘୁଚାପ ସମ୍ଭାବନା
  • ||

ମୁଖ୍ୟମନ୍ତ୍ରୀଙ୍କ ବୌଦ୍ଧ ଗସ୍ତ, ପ୍ରକଳ୍ପଗୁଡ଼ିକୁ ଅଧିକ ତ୍ୱରାନ୍ୱିତ ଗତିରେ କାର୍ଯ୍ୟକାରୀ କରିବାକୁ ଅଧିକାରୀଙ୍କୁ ଦେଲେ ପରାମର୍ଶ

Published By : Prameya | May 18, 2025 4:49 PM

ଭୁବନେଶ୍ୱର, ୧୮।୫ :ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକ ରେ ସନ୍ତୋଷ ପ୍ରକାଶ କରିଛନ୍ତି।

ସମୀକ୍ଷାରୁ ଜଣା ଯାଇଛି ଯେ, ବୌଦ୍ଧ ଜିଲ୍ଲାବାସୀଙ୍କୁ ଉନ୍ନତ ଗମନାଗମନ ସୁବିଧା ଉପଲବ୍‍ଧ କରିବା ପାଇଁ ପ୍ରାୟ ୨୮ କୋଟି ଟଙ୍କା ମୂଲ୍ୟର ସଡ଼କ ପ୍ରକଳ୍ପ ପାଇଁ ନିକଟରେ ଶିଳାନ୍ୟାସ ଦିଆଯାଇଛି । ଖୁବ୍‍ ଶୀଘ୍ର ବୌଦ୍ଧରେ ଏକ ୩୦୦ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ବୌଦ୍ଧର ନୂଆ ବସ୍‍ଷ୍ଟାଣ୍ଡ ଏବଂ ବୌଦ୍ଧ ରେଳଷ୍ଟେସନ କାର୍ଯ୍ୟ ପ୍ରାୟତଃ ସଂପୂର୍ଣ୍ଣ ହୋଇଛି। ଖୁବ୍ ଶୀଘ୍ର ଏହି ସବୁ ପ୍ରକଳ୍ପ ଗୁଡ଼ିକ ଉଦ୍‍ଘାଟନ ହେବା ପାଇଁ ଯାଉଛି ବୋଲି ବୈଠକର ଆଲୋଚନାରୁ ଜଣାଯାଇଛି । 

ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ସମସ୍ତ ବିଭାଗୀୟ କାର୍ଯ୍ୟ ଗୁଡିକ ସମ୍ବନ୍ଧରେ ଜିଲ୍ଲାପାଳ ଓ ସମ୍ପୃକ୍ତ ଅଧିକାରୀଙ୍କ ଠାରୁ ତଥ୍ୟ ନେବା ସହିତ କାର୍ଯ୍ୟର ଅଗ୍ରଗତି ସମ୍ବନ୍ଧରେ ପ୍ରଶ୍ନ କରିଥିଲେ । ଯେଉଁ କାର୍ଯ୍ୟ ଗୁଡିକ ମନ୍ଥର ଗତିରେ କାର୍ଯ୍ୟକାରୀ ହେଉଛନ୍ତି ତାହାକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବୈଠକରେ ମୁଖ୍ୟମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ, ସଡ଼କ, ପରିବହନ, ସ୍ୱାସ୍ଥ୍ୟ, ଶିକ୍ଷା, ଜଳସେଚନ, ମହିଳା ସଶକ୍ତିକରଣ, କୃଷି ସମେତ ଶିଳ୍ପ ସମ୍ବନ୍ଧରେ ବିଶଦ ଭାବେ ଜିଲ୍ଲାପାଳ ଓ ଅଧିକାରୀଙ୍କ ସହ କଥା ହୋଇଥିଲେ। ବୌଦ୍ଧ ଜିଲ୍ଲା ରେ ଏହି ସବୁ କାର୍ଯ୍ୟର ଉପଯୁକ୍ତ କାର୍ଯ୍ୟନ୍ୱୟନ ଏବଂ ଏହାର କାର୍ଯ୍ୟକାରୀ ହାର ଦେଖି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିବା ସହିତ ଏହାର ଆହୁରି ପ୍ରଗତି ପାଇଁ ନିର୍ଦ୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବୌଦ୍ଧ ଜିଲ୍ଲାରେ ଅନେକ ବିକାଶମୂଳକ ପ୍ରକଳ୍ପ ଯଥା ରାସ୍ତା ଓ ପୋଲ ନିର୍ମାଣ, ପାନୀୟ ଜଳ ଯୋଗାଣ, ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ନିର୍ମାଣରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହା ସହିତ ଜନ ଶୁଣାଣୀ, ଭତ୍ତା ବଣ୍ଟନ  , ବରିଷ୍ଠ ଅଧିକାରୀ ଓ ର ମନ୍ତ୍ରୀ ଙ୍କ ପରିଦର୍ଶନ, ମଧ୍ୟାହ୍ନ ଭୋଜନ ଯୋଜନା, ମୁଖ୍ୟମନ୍ତ୍ରୀ ଅନ୍ତ୍ୟୋଦୟ ଯୋଜନା, ମିଶନ ଶକ୍ତି ଇତ୍ୟାଦି ରେ ଉଲ୍ଲେଖନିୟ ସଫଳତା ପାଇଁ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଉଛି। ଏହି କାର୍ଯ୍ୟଗୁଡ଼ିକ ଜନସାଧାରଣଙ୍କ ଜୀବନଧାରାକୁ ଉନ୍ନତ କରୁଛି। 

କିଛି ପ୍ରକଳ୍ପରେ ବିଳମ୍ବ ହେଉଥିବା ଜଣାପଡୁଛି। ସମସ୍ତ ପ୍ରକଳ୍ପ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବା ଆବଶ୍ୟକ। ସେହିପରି, କାର୍ଯ୍ୟର ଗୁଣବତ୍ତା ସହ କୌଣସି ସାଲିସ କରାଯିବ ନାହିଁ। ଗୁଣବତ୍ତା ଯାଞ୍ଚ ପାଇଁ ନିୟମିତ ନିରୀକ୍ଷଣ ବ୍ୟବସ୍ଥା କଡ଼ାକଡ଼ି କରାଯାଉ। ବିକାଶ କାର୍ଯ୍ୟ ସଫଳ ହେବା ପାଇଁ ସ୍ଥାନୀୟ ଜନସାଧାରଣଙ୍କ ସହଭାଗିତା ଅତ୍ୟନ୍ତ ଜରୁରୀ। ପ୍ରକଳ୍ପ ସମ୍ପର୍କରେ ସ୍ଥାନୀୟ ଲୋକଙ୍କୁ ଅବଗତ କରାଯାଉ ଏବଂ ସେମାନଙ୍କ ମତାମତକୁ ଗ୍ରହଣ କରାଯାଉ। ଏହା ଦ୍ୱାରା ପ୍ରକଳ୍ପଗୁଡ଼ିକ ଅଧିକ ସ୍ୱଚ୍ଛ ଓ ଲୋକାଭିମୁଖୀ ହେବ ବୋଲି ସେ କହିଥିଲେ। 

 ଜମି ଅଧିଗ୍ରହଣ, ଅର୍ଥ ଯୋଗାଣ ଓ ଜନବଳ ଅଭାବ ଭଳି ଚ୍ୟାଲେଞ୍ଜଗୁଡ଼ିକ ସମ୍ପର୍କରେ ଉଲ୍ଲେଖ କରାଯାଇଛି।   ଏହି ସମସ୍ୟାଗୁଡ଼ିକର ତୁରନ୍ତ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ସହ ଜିଲ୍ଲା ପ୍ରଶାସନକୁ ସମନ୍ୱୟ କରନ୍ତୁ। ବୌଦ୍ଧ ଜିଲ୍ଲାରେ ଶିକ୍ଷା, ସ୍ୱାସ୍ଥ୍ୟ, କ୍ରୀଡ଼ା ଓ କୃଷି କ୍ଷେତ୍ରରେ ଅଧିକ ଧ୍ୟାନ ଦେବାର ଆବଶ୍ୟକତା ରହିଛି। ସ୍କୂଲ ଓ ହସ୍ପିଟାଲଗୁଡ଼ିକରେ ଭିତ୍ତିଭୂମି ଉନ୍ନତି ଏବଂ କୃଷକମାନଙ୍କ ପାଇଁ ଆଧୁନିକ ସୁବିଧା ଯୋଗାଇ ଦିଆଯାଉ। ଏହି କ୍ଷେତ୍ରଗୁଡ଼ିକୁ ଅଗ୍ରାଧିକାର ଦିଆଯାଇ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। 

ସମସ୍ତ ସରକାରୀ ଯୋଜନା ଓ ପ୍ରକଳ୍ପଗୁଡ଼ିକରେ ସ୍ୱଚ୍ଛତା ବଜାୟ ରଖିବା ଆମର ମୁଖ୍ୟ ଲକ୍ଷ୍ୟ। ସମସ୍ତ ଅଧିକାରୀ ଏହା ନିଶ୍ଚିତ କରନ୍ତୁ ଯେ ସରକାରୀ ଅର୍ଥର ସଠିକ ବ୍ୟବହାର ହେଉଛି ଏବଂ ଜନସାଧାରଣଙ୍କୁ ଏହାର ସୁଫଳ ମିଳୁଛି। କୌଣସି ଅନିୟମିତତା ଦୃଷ୍ଟିଗୋଚର ହେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ସେ ପୁଣି କହିଥିଲେଯେ, , ଆମେ ବୌଦ୍ଧ ଜିଲ୍ଲାକୁ ଉନ୍ନତିର ଶିଖରରେ ପହଞ୍ଚାଇବୁ।ଆଗାମୀ ଦିନରେ ବୌଦ୍ଧ ଜିଲ୍ଲାକୁ ଏକ ଆଦର୍ଶ ଜିଲ୍ଲା ଭାବେ ଗଢ଼ି ତୋଳିବା ଆମର ଲକ୍ଷ୍ୟ। ଏଥିପାଇଁ ନୂଆ ପ୍ରକଳ୍ପ ଯଥା ଶିଳ୍ପ ସ୍ଥାପନ, ପର୍ଯ୍ୟଟନ ବିକାଶ ଓ ନବୀକରଣୀୟ ଶକ୍ତି ଉପରେ ଧ୍ୟାନ ଦିଆଯାଉ। ଏହା ସମ୍ପର୍କରେ ଏକ ବିସ୍ତୃତ ଯୋଜନା ଆଗାମୀ ଏକ ମାସ ମଧ୍ୟରେ ପ୍ରସ୍ତୁତ କରନ୍ତୁ। 

 ଉକ୍ତ ସମୀକ୍ଷା ବୈଠକ କାର୍ଯ୍ୟକ୍ରମରେ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ବିଧାୟକ ବୌଦ୍ଧ ତଥା ସରକାରୀ ଦଳ ମୁଖ୍ୟ ସଚେତକ  ସରୋଜ କୁମାର ପ୍ରଧାନ, ବିଧାୟକ କଣ୍ଟାମାଳ କହ୍ନାଇ ଚରଣ ଡାଙ୍ଗ, ଆରକ୍ଷୀ ମହା ନିରୀକ୍ଷକ  ନୀତି ଶେଖର, ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଆରକ୍ଷୀ ଅଧିକ୍ଷକ ରାହୁଲ ଗୋଏଲ, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ସିଡିଓ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ପ୍ରଶାସନିକ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.