ପ୍ରମୂଖ ଖବର
  • ଗାଜାରେ ଇସ୍ରାଏଲର ବଡ ଏୟାରଷ୍ଟ୍ରାଇକ୍, ୨୦୦ ମୃତ
  • ||
  • ବଦଳିବ ମେଟ୍ରୋ ରେଳ ପ୍ରକଳ୍ପର ଡିପିଆର୍, ତ୍ରିଶୁଳିଆ ନୁହେଁ କଟକ ଯାଏ ବିସ୍ତୃତ ହେବ ମେଟ୍ରୋ କରିଡର
  • ||
  • ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ଘରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍, ପରିବାରବର୍ଗଙ୍କର ହେଲା ବୟାନ ରେକର୍ଡ
  • ||
  • ଆମେରିକାର ଫ୍ଲୋରିଡାରେ ମର୍ମନ୍ତୁଦ ଦୁର୍ଘଟଣା, ଗୋଟିଏ ପରିବାରର ୩ ମୃତ
  • ||
  • ୨୪ରୁ ୨ ଦିନିଆ ବ୍ୟାଙ୍କ ଧର୍ମଘଟ, ୪ ଦିନ ମିଳିବନି ବ୍ୟାଙ୍କ ସେବା
  • ||
  • ସ୍ୱର୍ଗଦ୍ୱାରରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ
  • ||
  • ୧୯ରୁ ମାଟ୍ରିକ୍‌ ଖାତା ଦେଖା: ଆଜି କେନ୍ଦ୍ରରେ ଯୋଗ ଦେବେ ୧୨ ହଜାର ଶିକ୍ଷକ, ମୂଲ୍ୟାୟନ ବେଳେ କ୍ୟାମ୍ପସ୍‌ ବାହାରକୁ ଯିବା ମନା
  • ||
  • କାଳବୈଶାଖୀ ଆଣିବ ଆଶ୍ୱସ୍ତି, କାଲିଠୁ ଖସିବ ତାତି: ଆଜି ଝାରସୁଗୁଡ଼ା ଓ ବୌଦ୍ଧକୁ ଅରେଞ୍ଜ, ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Published By : Prameya | March 17, 2025 12:17 PM

ଭୁବନେଶ୍ୱର, ୧୭/୦୩ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗଭୀର ଶୋକ। ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଫୋନ୍ ଯୋଗେ କଥା ହୋଇ ସମବେଦନା ପ୍ରକାଶ କରିଛନ୍ତି। ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱର୍ଗତ ପ୍ରଧାନ ଜଣେ ଲୋକପ୍ରିୟ ଜନନେତା ଓ ଦକ୍ଷ ପାର୍ଲାମେଣ୍ଟାରିଆନ୍ ଥିଲେ । ୧୯୯୯ ମସିହାରୁ ୨୦୦୧ ମସିହା ପର୍ଯ୍ୟନ୍ତ କେନ୍ଦ୍ର ପରିବହନ ଓ କୃଷି ମନ୍ତ୍ରୀ ଭାବେ ଦକ୍ଷତାର ସହ ନିଜ ଦାୟିତ୍ୱ ନିର୍ବାହ କରିଥିଲେ । ଜଣେ ଜନପ୍ରତିନିଧି ଏବଂ ସାଂସଦ ଭାବରେ ସେ ଅନେକ ଜନକଲ୍ୟାଣ ମୂଳକ କାର୍ଯ୍ୟକରି ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ। ରାଜ୍ୟର ବିକାଶ ପାଇଁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି। 

ରାଜ୍ୟ ବିଜେପିର ସଭାପତି ଭାବେ ଦୃଢ ନେତୃତ୍ୱ ନେଇ ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ଅଭ୍ୟୁଦୟରେ ସ୍ୱର୍ଗତ ପ୍ରଧାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ଥିଲା। ସେବା ଓ ସଂକଳ୍ପ ମନୋଭାବରେ ସେ ରାଜ୍ୟର ବିକାଶ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହି ବର୍ଷିୟାନ ବ୍ୟକ୍ତିତ୍ୱଙ୍କ ବିୟୋଗ ଯୋଗୁ ଦେଶ ତଥା ରାଜ୍ୟ ଜଣେ ବିଶିଷ୍ଟ ଜନସେବକଙ୍କୁ ହରାଇଲା। ତାଙ୍କ ପୁତ୍ର ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପରିବାର ବର୍ଗଙ୍କୁ ସମବେଦନା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଦାରୁଣ ଦୁଃଖକୁ ସହ୍ୟ କରିବା ପାଇଁ ଭଗବାନ ଶକ୍ତି ପ୍ରଦାନ କରନ୍ତୁ। 

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନ ତଥା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପାଙ୍କ ପରଲୋକ ଘଟିଛି। ୮୪ ବର୍ଷ ବୟସରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ। ବାଜପେୟୀ ସରକାରରେ ପରିବହନ ଓ କୃଷି ମନ୍ତ୍ରୀ ଥିଲେ ଦେବେନ୍ଦ୍ର।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.