ପ୍ରମୂଖ ଖବର
  • ତାଳଚେର ହାଣ୍ଡିଧୁଆ ସ୍କୁଲର ରୂପାନ୍ତରଣ ପ୍ରକଳ୍ପର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • ତାଳଚେରରେ “ଏକ୍ ପେଡ୍ ମା’ କେ ନାମ ୨.୦” ଅଭିଯାନ ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
  • ||
  • କଟକ : ଟ୍ରକ୍ ଧକ୍କାରେ ମହିଳା ହୋମଗାର୍ଡଙ୍କ ମୃତ୍ୟୁ, ଚାଳକ ଥାନାରେ ଅଟକ
  • ||
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

Published By : Anindita Ratha | July 1, 2025 3:02 PM

ଭୁବନେଶ୍ୱର,୦୧/୦୭: ମଙ୍ଗଳବାର ଲୋକସେବା ଭବନରେ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା।  ବିଭିନ୍ନ ଜନକଲ୍ୟାଣ  ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବା ପାଇଁ ପରାମର୍ଶ ଦେଇଛନ୍ତି । 

ତେବେ ଓଡିଶାରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଯଥା କୃଷି ୠଣ, ପ୍ରଧାନମନ୍ତ୍ରୀ ରୋଜଗାର ସୃଷ୍ଟି ଯୋଜନା ବା PMEGP, ପିଏମ୍ ସ୍ୱନିଧି ଯୋଜନା, ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା, ଗୃହ ୠଣ, ଶିକ୍ଷା ୠଣ ଓ ରପ୍ତାନୀ ୠଣ ଆଦି ବିଭିନ୍ନ ଯୋଜନାରେ ଏହି ବ୍ୟାଙ୍କ ଗୁଡିକର ପ୍ରଦର୍ଶନ ଅତ୍ୟନ୍ତ କମ୍ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍ ୨୧ ତାରିଖରେ ଏହି ବ୍ୟାଙ୍କ ଗୁଡିକୁ ନିଜର Empanelled List ରୁ କାଢି ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଅନେକ ଗରୀବ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଲୋକମାନଙ୍କୁ ଋଣ ଜରିଆରେ ଆର୍ଥିକ କାର୍ଯ୍ୟକ୍ରମରେ ସାମିଲ କରିବା ସହିତ ସେମାନଙ୍କ ରୋଜଗାର ବୃଦ୍ଧି କରିବା ହେଉଛି ସରକାରଙ୍କ ଲକ୍ଷ୍ୟ। କିନ୍ତୁ, ଏହି ସବୁ ଯୋଜନାଗୁଡିକରେ ଏହି ୩ଟି ବ୍ୟାଙ୍କର ପ୍ରଦର୍ଶନ ଓଡିଶାରେ ଆଦୌ ସନ୍ତୋଷ ଜନକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। 

ସରକାରଙ୍କ ଗରିବ କଲ୍ୟାଣ ଯୋଜନାରେ ବ୍ୟାଙ୍କଗୁଡିକ ହେଉଛନ୍ତି ଏକ ବଡ ମାଧ୍ୟମ। ତେଣୁଯେଉଁଥିରେ ଗରିବ ଲୋକମାନେ ଉପକୃତ ହେଉଛନ୍ତି, ସେଥିରେ ଅଧିକ ଲୋକଙ୍କୁ ୠଣ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ବ୍ୟାଙ୍କମାନଙ୍କ ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କରି କହିଛନ୍ତି ଯେ, ସେମାନେ ଏହି ସବୁ ଯୋଜନାରେ ଲୋକଙ୍କୁ ୠଣଦେବା ପାଇଁ ଆଗ୍ରହୀ ଅଛନ୍ତି ଏବଂ ଖୁବଶୀଘ୍ର ଏହି ପ୍ରଦର୍ଶନରେ ଉନ୍ନତି ଆସିବ ।ତେବେ ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ବ୍ୟାଙ୍କମାନଙ୍କ ପ୍ରଦର୍ଶନ ବିଷୟରେ ଅବଗତ କରିଥିଲେ। ବୈଠକରେ ଆକ୍ସିସ୍ ବ୍ୟାଙ୍କର ଏକଜୁକ୍ୟୁଟିଭ ଡାଇରେକ୍ଟର ମୁନୀଷ ସାରଦା, ସରକାରୀ ବିଜନେସ କଣ୍ଟ୍ରିହେଡ୍ ଅନୀଲ ଅଗ୍ରୱାଲ୍, ଇଷ୍ଟ ରିଜିଓନାଲ ହେଡ୍  ସୌରଭ ଦତ୍ତା, ଏଚଡିଏଫସି ବ୍ୟାଙ୍କ ପକ୍ଷରୁ କଣ୍ଟ୍ରି ହେଡ୍ ସ୍ମିତା ଭଗତ୍, ବ୍ରାଞ୍ଚ ବ୍ୟାଙ୍କିଙ୍ଗ ହେଡ୍ ଇଷ୍ଟ ସନ୍ଦୀପ କୁମାର, ରିଜିଓନାଲ ହେଡ୍ ଦୀପକ ସିଂହ ଏବଂ ଆସିଆଇସିଆଇ ବ୍ୟାଙ୍କ ପକ୍ଷରୁ ବିଜନେସ ହେଡ ସୁମିତ ମେହେରୋତ୍ରା, ଓଡିଶା ସିଟି ବିଜିନେସ ହେଡ୍  ବିନୋଦ ଏଲ୍ ଏବଂ ରିଜିଓନାଲ ହେଡ୍ ଅମିୟ ନାୟକ ପ୍ରମୁଖ ଯୋଗ ଦେଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.