ପ୍ରମୂଖ ଖବର
  • କଟକ : ଶୈଳବାଳା ମହିଳା ମହାବିଦ୍ୟାଳୟରେ ଅଘଟଣ , ନିର୍ମାଣାଧୀନ କୋଠାରୁ ପଡି ଶ୍ରମିକ ମୃତ
  • ||
  • କଟକ : ମାହାଙ୍ଗା ବ୍ଲକ ଖନ୍ଦୋଳ ଗ୍ରାମରେ ବନ୍ଦ ଘରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର
  • ||
  • ବେଙ୍ଗାଲୁରୁ ଦଳାଚକଟା ଘଟଣା; KSCA ସମ୍ପାଦକ ଏ. ଶଙ୍କର ଓ କୋଷାଧ୍ୟକ୍ଷ ଏଇ ଜୟରାମଙ୍କ ଇସ୍ତଫା
  • ||
  • ମିଠି ନଦୀ ଦୁର୍ନୀତି ମାମଲା: ଅଭିନେତା ଡିନୋ ମୋରିଆଙ୍କୁ ଇଡି ସମନ୍
  • ||
  • ସରଣ୍ଡା ଜଙ୍ଗଲରୁ ୧ କୁଇଣ୍ଟାଲ ବିସ୍ଫୋରକ ଜବତ, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଫୁଲବାଣୀ : ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା
  • ||
  • French Open 2025: 'ବୋଧ ହୁଏ ଏହା ମୋର ଶେଷ ମ୍ୟାଚ ଥିଲା', ଫ୍ରେଞ୍ଚ ଓପନ୍ ହାରିବା ପରେ ଅବସର ନେଲେ କି ନୋଭାକ ?
  • ||
  • ଭଦ୍ରକ : ଜାତିଆଣ ବିବାଦରୁ କଙ୍ଗାରୁ କୋର୍ଟ, ଗାଁରୁ ନିଆଁପାଣି ବନ୍ଦ ଚିନ୍ତାରେ ଚାଲିଗଲା ଜୀବନ !
  • ||
  • ବରଗଡ଼ ପଞ୍ଚାୟତ କଲେଜ ପଛପଟୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ଚାନ୍ଦବାଲି : ରୋଗୀଙ୍କ ମୁହଁରୁ ଅକ୍ସିଜେନ କାଢିନେବାରୁ ମୃତ୍ୟୁ ଅଭିଯୋଗ, ଚାନ୍ଦବାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା
  • ||
  • ଶନିବାର ମୁଖ୍ୟମନ୍ତ୍ରୀଙ୍କ ଫୁଲବାଣୀ ଗସ୍ତ : ୪୨ ପ୍ରକଳ୍ପର ଉଦ୍‌ଘାଟନ ସହ ୬୫ ନୂଆ ପ୍ରକଳ୍ପର କରିବେ ଶିଳାନ୍ୟାସ
  • ||
  • 'ଅପରେସନ୍ ସିନ୍ଦୂର ପାକ୍ ସହ ଡିଲ ଥିଲା'; ଟିଏମ୍‌ସି ବିଧାୟକଙ୍କ ବୟାନକୁ ନେଇ ବିବାଦ, ଦୂରରେ ରହିଲା ଦଳ
  • ||
  • ଯୋଗେଶ ଗୌଡ଼ା ହତ୍ୟା ମାମଲା; କଂଗ୍ରେସ ବିଧାୟକ ବିନୟ କୁଲକର୍ଣ୍ଣିଙ୍କୁ ସୁପ୍ରିମ ଝଟକା, ଜାମିନ ଆବେଦନ ଖାରଜ
  • ||
  • କଟକ : ରାସ୍ତାରେ ପଡ଼ିଛି ମାନସିକ ବିକାରଗ୍ରସ୍ତ ମହିଳାଙ୍କ ମୃତଦେହ, ଅଜଣା ଗାଡ଼ି ଧକ୍କା ଦେଇଥିବା ସନ୍ଦେହ
  • ||
  • ଇଂଲଣ୍ଡରେ କେଏଲ ରାହୁଲଙ୍କ ବିସ୍ଫୋରକ ଶତକ, ଭାରତ ଏ'- ୩୧୯/୭
  • ||
  • କଟକ : ହୋଟେଲ ଭିତରକୁ ମାଡିଗଲା ଟ୍ରେଲର, ଜଣେ ମୃତ
  • ||
  • ଦେବଗଡ଼ : ଅଜଣା ଗାଡ଼ି ଧକ୍କାରେ ଚାଷୀ ସହ ବଳଦ ମୃତ
  • ||
  • ଆହୁରି ୫ ଦିନ ଅସହ୍ୟ ଗୁଳୁଗୁଳି, ଉପକୂଳବର୍ତ୍ତୀ ୧୧ ଜିଲ୍ଲାରେ କଲବଲ କରିବ ତାତି, ୧୦ ଯାଏ ନିସ୍ତାର ନାହିଁ
  • ||

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା

Published By : Rasmita Pradhan | June 7, 2025 12:17 PM

ଫୁଲବାଣୀ, ୭/୬ : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ଅବତରଣ କରିଥିଲେ। ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ ମେଡିକାଲ କଲେଜକୁ ଯାଇଥିଲେ। ସେଠାରେ ସେ ମେଡିକାଲ କଲେଜ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦବୋଧନ ଦେଇଥିଲେ। 

ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ୍ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପଢିବା ବ୍ୟବସ୍ଥା ଥିବାବେଳେ ଏଠାରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ରହିଛି। ଚଳିତ ଶିକ୍ଷା ବର୍ଷରୁ ଏଠାରେ ପାଠପଢା ଆରମ୍ଭ ହେବ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଫୁଲବାଣୀ ଗସ୍ତ। ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.