ପ୍ରମୂଖ ଖବର
  • ସମ୍ୱଲପୁର : ଜମିବାଡ଼ି ବିବାଦରୁ ରକ୍ତପାତ, ଛୁରାମାଡ଼ରେ ଜଣେ ଗୁରୁତର
  • ||
  • ଇଂଲଣ୍ଡ ଟୁର୍‌ ପାଇଁ ଭାରତୀୟ ଦଳ ଘୋଷଣା; ଶୁବମନ୍ କ୍ୟାପ୍ଟେନ୍‌, ପନ୍ତ ଉପ-ଅଧିନାୟକ, ସାମି ଆଉଟ୍
  • ||
  • ରାଜା ଚକ୍ର ଓ ଦୁଇ ସହଯୋଗୀ କେନ୍ଦୁଝର କୋର୍ଟରେ ହାଜର, ବୋଲ୍ ନେଇ ହେବ ଶୁଣାଣି
  • ||
  • ପୁରୀ: ବଢ଼ିବ ଜଗତଗୁରୁ ଶଙ୍କାରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା, ପୁରୀ ଏସ୍‌ପି ବିନୀତ୍ ଅଗ୍ରୱାଲଙ୍କ ସୂଚନା
  • ||
  • ବାଲେଶ୍ୱର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • କଟକ : ତିଗିରିଆରେ ବଢି ଚାଲିଛି ଖଣି ମାଫିଆଙ୍କ ରାଜ୍‌, ଏକକାଳୀନ ୧୬ଟି ସ୍ଥାନରେ ଚଢାଉ
  • ||
  • ସମ୍ବଲପୁରରୁ ହାତୀ ଶାବକର ମୃତଦେହ ଉଦ୍ଧାର, କିଛି ଦିନ ତଳେ ମୃତ୍ୟୁ ହୋଇଥିବା ଅନୁମାନ
  • ||
  • ବଲିଉଡ଼ରୁ ଆସିଲା ଦୁଃଖଦ ଖବର; ଆଉ ନାହାନ୍ତି ସଲମାନ ଖାନ୍‌ଙ୍କ କୋ-ଷ୍ଟାର ମୁକୁଲ ଦେବ
  • ||
  • କଳାହାଣ୍ଡି : ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଆକଳନର ୮ ଦିନ ପୂର୍ବରୁ ବର୍ଷିଲା
  • ||
  • ମୟୂରଭଞ୍ଜ : ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌, ଯୁବକ ମୃ
  • ||
  • 'ତୁମକୁ ସୁରକ୍ଷା ଉପରେ କହିବାର ଅଧିକାର ନାହିଁ ଭାଷଣ ବନ୍ଦ କର'; UNSCରେ ପାକ୍‌ ଉପରେ ବର୍ଷିଲା ଭାରତ
  • ||
  • ଛତିଶଗଡ଼ ବିଜାପୁର ପୁଲିସକୁ ବଡ଼ ସଫଳତା, ଏସ୍‌ପିଙ୍କ ନିକଟରେ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କଲେ ୨୪ ମାଓବାଦୀ
  • ||
  • ଆରବସାରଗରେ ଅବପାତରେ ପରିଣତ ହେଲା ଲଘୁଚାପ, ଆଗାମୀ କିଛି ଘଣ୍ଟା ମଧ୍ୟରେ ସ୍ଥଳଭାଗ ଛୁଇଁବ ସମ୍ଭାବନା
  • ||
  • ଯାଜପୁର: ଜାରକା-କୁଆଖିଆ ରାସ୍ତାରେ ଆମ୍ବୁଲାନ୍ସ ଦୁର୍ଘଟଣା, ଜଣେ ମୃତ, ୨ ଆହତ
  • ||
  • ନେଲଗୁଣ୍ଡା -ଇନ୍ଦ୍ରାବତୀ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୪ ମାଓବାଦୀ
  • ||
  • ଆପଲ୍‌କୁ ଟ୍ରମ୍ପଙ୍କ ନାଲିଆଖି; ଆଇଫୋନ୍ ସମେତ ବିଦେଶୀ ସ୍ମାର୍ଟଫୋନ୍ ଉପରେ ୨୫% ଟାରିଫ୍‌
  • ||
  • ୱାନ୍‌ ବିଗ୍‌ ବିଉଟିଫୁଲ ବିଲ୍‌ ପାସ୍‌: ଆମେରିକାରୁ ଭାରତ ଟଙ୍କା ପଠାଇଲେ ୩.୫% ଟିକସ,୨୦୨୬ ଜାନୁଆରୀରୁ ଲାଗୁ
  • ||
  • IPL 2025: ଆଜି କିଙ୍ଗ୍‌ସ- କ୍ୟାପିଟାଲ୍ସ ମଧ୍ୟରେ ଲଢ଼େଇ, ପଏଣ୍ଟ ତାଲିକାର ଶୀର୍ଷକୁ ଉଠିବାକୁ ଚେଷ୍ଟା କରିବ ପଞ୍ଜାବ
  • ||
  • ବାଲିପାଟଣା : ଅଟୋ-ବାଇକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୩ ଗୁରୁତର
  • ||
  • ଖୋର୍ଦ୍ଧା : ୧୦ ହଜାର ଲାଞ୍ଚ ନେଇ ଧରାପଡିଲେ ୨ ପୋଲିସ ବାବୁ, ବାଙ୍କୋଇ ସ୍ଥିତ ବାସଭବନରେ ଚଢାଉ
  • ||
  • ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆବେଦନ, ଜୁନ୍‌ ୩୦ ଯାଏ ଚାଲିବ, ଜୁଲାଇ ୭ରେ ପ୍ରଥମ ମେଧା ତାଲିକ
  • ||
  • ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ
  • ||
  • ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା, ୩୦ରୁ ୪୦କିମି ବେଗରେ ପବନ ବହିବ, ବଜ୍ରପାତର ଆଶଙ୍କା
  • ||
  • ଅନୁଗୁଳ: ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ, ୪ ଶିକାରୀ ଅଟକ
  • ||

ଦିଲ୍ଲୀରେ ଗସ୍ତରେ ମୁଖ୍ୟମନ୍ତ୍ରୀ: ଆଜି ନୀତି ଆୟୋଗ ବୈଠକରେ ଯୋଗଦେବେ, କାଲି ଏନ୍‌ଡିଏ ମୁଖ୍ୟମନ୍ତ୍ରୀଙ୍କ ବୈଠକରେ ସାମିଲ ଦେବେ

Published By : Prameya | May 24, 2025 7:35 AM

ଭୁବନେଶ୍ୱର,୨୪/୦୫:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଶୁକ୍ରବାର ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ  ଯାଇଛନ୍ତି । ଶନିବାର ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ।  ଓଡ଼ିଶାର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ  ସେ ବୈଠକରେ ଦାବି ଉପସ୍ଥାପନ କରିବେ । ୨୫ ତାରିଖରେ ଏନଡିଏ  ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ  ବୈଠକରେ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦାନ  କରିବେ । ଏହାଛଡ଼ା ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି  ଓଡ଼ିଶା ସରକାରଙ୍କ ପ୍ରଥମ ବର୍ଷ ପୂର୍ତ୍ତି  ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ  କରିବା ସହ ଗତ ବର୍ଷକ ମଧ୍ୟରେ  ସରକାର କରିଥିବା କାର୍ଯ୍ୟକ୍ରମର ଏକ  ରିପୋର୍ଟ କାର୍ଡ ପ୍ରଦାନ କରିବେ ବୋଲି  ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି । 

ଶନିବାର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗ ପରିଚାଳନା  ପରିଷଦର ୧୦ମ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ପରିଚାଳନା  ପରିଷଦ ବୈଠକରେ ଓଡ଼ିଶାର ବହୁ ପୁରୁଣା ଦାବି ଉପସ୍ଥାପନ କରିବେ  ବୋଲି ସୂଚନା ମିଳିଛି । ଓଡ଼ିଶାରେ ବନ୍ଦର ବିକାଶ, ଗଞ୍ଜାମରେ ୪୩ ହଜାର  ଏକର ଲୁଣଚାଷ ଜମିକୁ ରାଜ୍ୟକୁ ହସ୍ତାନ୍ତର, ବନ୍ୟା ଓ ବାତ୍ୟା ଦ୍ୱାରା ରାଜ୍ୟ  ପ୍ରଭାବିତ ହେଉଥିବାରୁ ବିପର୍ଯ୍ୟୟ ନିରୋଧକ ଭିତ୍ତିଭୂମି ନିର୍ମାଣ ପାଇଁ ପର୍ଯ୍ୟାପ୍ତ  ପାଣ୍ଠି ସହ ସବୁଜ ଅର୍ଥନୀତି ପାଇଁ ରାଜ୍ୟକୁ କେନ୍ଦ୍ରର ସହଯୋଗ ଉପରେ  ମୁଖ୍ୟମନ୍ତ୍ରୀ ଦୃଷ୍ଟି ଆକର୍ଷଣ କରିବେ । ଏହାଛଡ଼ା ଦୁର୍ଗମ ଅଞ୍ଚଳରେ ମୋବାଇଲ  ଟାୱାର ସହ ପ୍ରତି ପଞ୍ଚାୟତରେ ବ୍ୟାଙ୍କ ଶାଖା ଖୋଲିବାକୁ ମଧ୍ୟ ସେ ଦାବି ରଖିବେ ବୋଲି ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ୨୬ରେ ଭୁବନେଶ୍ୱର ଫେରିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.