ପ୍ରମୂଖ ଖବର
  • ଭୁବନେଶ୍ବର ପାତ୍ରପଡା ଛକରେ ଦୁର୍ଘଟଣାରେ ଝିଅ ମୃତ, ମା’-ପୁଅ ଗୁରୁତର
  • ||
  • କୁଜଙ୍ଗ : ଦଶାହ କର୍ମ ସମୟରେ ତାଳଦଣ୍ଡା କେନାଲରେ ଭାସିଯାଇ ଯୁବକ ମୃତ
  • ||
  • ରକ୍ଷା ବନ୍ଧନରେ ରାଜ୍ୟ ସରକାରଙ୍କ ଭେଟି, ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା
  • ||
  • କୋରାପୁଟ : ମୁଖ୍ୟମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଜୟପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ
  • ||
  • ଉଜ୍ଜ୍ୱଳା ସବ୍‌ସିଡି ପାଇଁ ୧୨ ହଜାର କୋଟି ମଞ୍ଜୁରୀ, ତୈଳ କମ୍ପାନିଙ୍କୁ ୩୦ ହଜାର କୋଟି କ୍ଷତିପୂରଣ
  • ||
  • ବିଜେବି ନଗରରେ ବ୍ୟାପିଲା ଜଣ୍ଡିସ୍, ପାଣି ନମୁନା ସଂଗ୍ରହ ସହ ସତର୍କ ରହିବାକୁ ପରାମର୍ଶ
  • ||
  • ଜମ୍ମୁକାଶ୍ମୀରରେ ଆତଙ୍କବାଦୀଙ୍କ ସହ ଗୁଳିବିନିମୟରେ ୨ ଯବାନ ସହିଦ ୧୦ ଜଣ ଗୁରୁତର ଆହତ
  • ||
  • ନୂଆପଡ଼ା : ଏନ୍‌ଏଚ୍ ୩୫୩ କ୍ରିଷ୍ଣା ଛକରେ ଦୁର୍ଘଟଣା; ଟ୍ରକ୍‌ ଧକ୍କାରେ ମାମୁ ଭଣଜା ମୃତ
  • ||
  • ଋଷ-ୟୁକ୍ରେନ୍‌ ଯୁଦ୍ଧ ଶେଷ କରିବା ପ୍ରସ୍ତୁତି ,ଅଗଷ୍ଟ ୧୫ରେ ଡୋନାଲ୍ଡ ଟ୍ରମ୍ପ ଓ ପୁଟିନ୍‌ଙ୍କ ବଡ଼ ବୈଠକ
  • ||
  • ରାକ୍ଷୀ ପୂର୍ଣ୍ଣିମା; ଭାଇ ହାତରେ ସମ୍ପର୍କର ସୂତା ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେଲେ ଭଉଣୀ
  • ||
  • ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ତୃତୀୟ କିସ୍ତି; ଜୟପୁର ସଭାରୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ
  • ||

କେନ୍ଦ୍ର ଗୃହମନ୍ତ୍ରୀ ଓ ଜଳଶକ୍ତି ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ହେଲା ଆଲୋଚନା

Published By : Bijay Swain | August 6, 2025 9:15 PM

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଦିନ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ଏହି ସମୟରେ ସେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସହ ସାକ୍ଷାତ କରିଛନ୍ତି। ଏହାସହ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଏବଂ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଶାହଙ୍କ ସହ ସେ ଆଲୋଚନା କରିଥିବା ଜଣାପଡିଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏନେଇ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏନେଇ ସୂଚନା ପ୍ରଦାନ କରିଛନ୍ତି। ସେ ଲେଖିଛନ୍ତି ଯେ, ଆଜି ନୂଆଦିଲ୍ଲୀରେ କେନ୍ଦ୍ରଗୃହ ମନ୍ତ୍ରୀ ଅମିତ ଶାହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି। ଏହି ଅବସରରେ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ଓ କେନ୍ଦ୍ର-ରାଜ୍ୟ ସମନ୍ୱୟ ସମ୍ପର୍କିତ ବିଷୟଗୁଡ଼ିକ ଉପରେ ଆଲୋଚନା ହୋଇଥିଲା।



ସେହିପରି କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲଙ୍କ ସହ ଆଲୋଚନା ବେଳେ ଓଡିଶାର ମହାନଦୀ ଜଳ ବିବାଦ ଉପରେ ଆଲୋଚନା କରିଛନ୍ତି।  ନିକଟରେ ଓଡିଶା ମୁଖ୍ୟମନ୍ତ୍ରୀ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମହାନଦୀ ଜଳ ବିବାଦର ଆପୋଷ ସମାଧାନ କଥା କହିଥିଲେ । ଉଭୟ ରାଜ୍ୟକୁ ସୁହାଇଲା ଭଳି ଏକ ସମାଧାନର ରାସ୍ତା ବାହାର କରିବା ପାଇଁ ଆଜି କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି ।ଏହାସହ ଶ୍ରୀ ପାଟିଲଙ୍କୁ 'ଭିଜନ ଓଡ଼ିଶା ୨୦୩୬। ୨୦୪୭' ପ୍ରଦାନ କରିଛନ୍ତି। 



ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଗସ୍ତରେ ଥିବା ସମୟରେ ପାର୍ଲାମେଣ୍ଟ ପରିସରରେ ରାଜ୍ୟର ବିଜେପି ସାଂସଦମାନଙ୍କୁ ଭେଟି ଆଲୋଚନା କରିଛନ୍ତି। ଏହି ସାକ୍ଷାତରେ ଏମପି ଅନନ୍ତ ନାଏକ, ସମ୍ବିତ ପାତ୍ର ଏବଂ ନବଚରଣ ମାଝୀ ଉପସ୍ଥିତ ଥିଲେ ବୋଲି ସୂଚନା ମିଳିଛି। ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହି ସାକ୍ଷାତର ସୂଚନା ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ପୋଷ୍ଟ କରି ଜଣାଇଛନ୍ତି। ତେବେ ଏହି ଭେଟ ଓଡ଼ିଶାର ରାଜନୈତିକ ମହଲରେ ଆଲୋଚନାର ବିଷୟ ହୋଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.