ପ୍ରମୂଖ ଖବର
  • ପ୍ୟାରିସ୍‌ ଅଲିମ୍ପିିକ୍ସରେ ଭାରତକୁ ପ୍ରତିନିଧିତ୍ଵ କରିବେ ୨ ଓଡ଼ିଆ କ୍ରୀଡ଼ାବିତ୍‌, ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
  • ||
  • ମଣିପୁର ଗସ୍ତରେ ଯିବେ ରାହୁଲ ଗାନ୍ଧି, ହିଂସା ପୀଡିତ ଓ ବନ୍ୟା ପୀଡ଼ିତଙ୍କ ସହ କରିବେ ଆଲୋଚନା
  • ||
  • ଦୁଇ ଦିନିଆ ଋଷ୍‌ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ପୁଟିନ୍‌ଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା
  • ||
  • ପୁରୀ ବେଳାଭୂମିରେ ମର୍ଣ୍ଣିଂଓ୍ବାକ କଲେ ରାଷ୍ଟ୍ରପତି, ଅପରାହ୍ନରେ ଖଣ୍ଡଗିରି-ଉଦୟଗିରି କରିବେ ପରିଦର୍ଶନ
  • ||
  • ୧୪ରେ ଆଉ ଏକ ଲଘୁଚାପ ସମ୍ଭାବନା, ଆଜି କୋରାପୁଟ, ରାୟଗଡ଼ା ଓ ଗଜପତିରେ ବର୍ଷିବ
  • ||

ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, କହିଲେ ରାଜ୍ୟ ପାଇଁ ଏକ ବଡ କ୍ଷତି

ଭୁବନେଶ୍ୱର, ୫/୭ : ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ନାୟକ ଜଣେ ଲୋକପ୍ରିୟ ନେତା ଓ ଦକ୍ଷ ପ୍ରଶାସକ ଥିଲେ। ସାଧାରଣ ଲୋକଙ୍କ ଭିତରେ ସେ ଅତ୍ୟନ୍ତ ପ୍ରିୟପାତ୍ର ଥିଲେ। ବିଧାୟକ ତଥା ମନ୍ତ୍ରୀ ଭାବରେ ସେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ଉନ୍ନତିରେ ଗୁରୁତ୍ଵ ପୂର୍ଣ୍ଣ ଅବଦାନ ରଖିଥିଲେ। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସଂତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

ସୂଚନା ଥାଉକି, କାକଟପୁରର ପୂବର୍ତନ ବିଧାୟକ ତଥା ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ ଘଟିଛି। ଶୁକ୍ରବାର ସକାଳ ୬ଟାରେ ଭୁବନେଶ୍ୱର ବାସଭବନରେ ୯୩ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ତାଙ୍କର ପରଲୋକରେ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି। 

ସ୍ଵାଧୀନ କୁମାର ନାୟକ ୧୯୩୭ ମସିହା ମେ ୧୭ ତାରିଖରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଛୁରିଆନା ପଞ୍ଚାୟତରେ ଜନ୍ମଗ୍ରହଣ କରିଥିଲେ। ସେ ପ୍ରଥମେ ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ଥିଲେ। ଏହାପରେ କାକଟପୁର ବିଧାୟକ ହୋଇଥିଲେ। ସେ ଉପବାଚସ୍ପତି ମଧ୍ୟ ଥିଲେ। ତାଙ୍କର ବିୟୋଗରେ କାକଟପୁର ନିର୍ବାଚନ ମଣ୍ଡଳୀରେ ଶୋକର ଛାୟା ଖେଳିଯାଇଛି। ଭୁବନେଶ୍ୱର ବାସଭବନରେ ତାଙ୍କର ଶେଷ ଦର୍ଶନ ପରେ ମରଶରୀରକୁ ଅସ୍ତରଙ୍ଗ ବାସଭବନକୁ ଅଣାଯିବ ବୋଲି ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.