ପ୍ରମୂଖ ଖବର
  • ପିପିଲି ଓଭରବ୍ରିଜ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ବସ୍ ଧକ୍କାରେ ୩ ଯୁବତୀ ମୃତ
  • ||
  • ପୁରୀରେ ପରିବାର ସହ ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀ, ରଥରେ ମହାପ୍ରଭୁଙ୍କୁ କଲେ ଦର୍ଶନ
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ପତ୍ନୀଙ୍କୁ ପିଟିପିଟି ହତ୍ୟା କଲା ନୃଶଂସ ସ୍ୱାମୀ
  • ||
  • ଗଞ୍ଜାମ : ଅଟୋ ଓଲଟି ଜଣେ ମୃତ,୧୦ ଗୁରୁତର
  • ||
  • ଦ୍ଵିତୀୟ ଦିନରେ ଆରମ୍ଭ ହେଲା ରଥ ଟଣା, ଘଣ୍ଟଘଣ୍ଟା, ହରିବୋଲରେ ଉଛୁଳି ପଡ଼ୁଛି ବଡ଼ଦାଣ୍ଡ
  • ||
  • ଭଦ୍ରକ : ଅନହରପୁର ଗାଁରେ ଅଘଟଣ, ଡିଜେ ଗାଡ଼ି ଓଲଟି ନାବାଳକ ମୃତ
  • ||
  • ଅଭିନେତ୍ରୀ ଶେଫାଳି ଜରିୱାଲାଙ୍କ ବିୟୋଗ, ୪୨ ବର୍ଷରେ ହୃଦଘାତରୁ ଚାଲିଗଲା ଜୀବନ
  • ||
  • ଶନିବାର ଆଉ ଏକ ଲଘୁଚାପ, ଜୁଲାଇ ୩ ଯାଏ ବର୍ଷିବ; ୧୬ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି
  • ||

ଜୁନ୍‌ ୩୦ରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

Published By : Harapriya Sethi | June 27, 2025 2:21 PM

ଭୁବନେଶ୍ୱର, ୨୭/୦୬: ସୋମବାର ଅର୍ଥାତ୍ ଜୁନ୍‌ ୩୦ ତାରିଖରେ ଜନ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଦିନ ୧୦ଟା୩୦ରୁ ଭୁବନେଶ୍ୱର ଅଶୋକ ନଗରର ୟୁନିଟ୍-୨ ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ)ଠାରେ ସାଧାରଣ ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ । ଏନେଇ ଶୁକ୍ରବାର ଦିନ  ୧୨ଟାରୁ ପଞ୍ଜୀକରଣ ଆରମ୍ଭ ହୋଇଛି । 

୨୭ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନଲାଇନ୍ ପଞ୍ଜୀକରଣରେ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେସନ୍ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ରେଜିଷ୍ଟ୍ରାସନ କରିପାରିବେ । 

ଲୋକମାନେ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.