ପ୍ରମୂଖ ଖବର
  • ଜାନୁଆରୀରେ ଆସିବ ସୁଭଦ୍ରା ଟଙ୍କା, ବଣ୍ଡା ଘାଟିରେ ସମସ୍ତ ମହିଳାଙ୍କ ଆକାଉଣ୍ଟକୁ ଯିବ କିସ୍ତି
  • ||
  • ସୁବର୍ଣ୍ଣପୁର : ଶିବ ମନ୍ଦିରରୁ ଚୋରି, ତାଲା କାଟି ଏକାଧିକ ମୂର୍ତ୍ତି ଲୁଟି ନେଲେ ଦୁର୍ବୃତ୍ତ
  • ||
  • ସୁବର୍ଣ୍ଣପୁର : ଟ୍ରେନ୍‌ ଧକ୍କାରେ ଚାଲିଗଲା ମହିଳାଙ୍କ ଜୀବନ
  • ||
  • ପଦ୍ମପୁର : ସ୍ତ୍ରୀର ତଣ୍ଟି କାଟିଦେଲା ନୃସଂଶ ସ୍ୱାମୀ, ଅଭିଯୁକ୍ତ ଫେରାର
  • ||
  • ପଟ୍ଟାମୁଣ୍ଡାଇ : ରାଜନଗରରୁ ପ୍ରାୟ ୧୮ ଫୁଟ ଲମ୍ୱର ଅଜଗର ଉଦ୍ଧାର, ଚିକିତ୍ସା ପରେ ଯିବ ଭିତରକନିକା
  • ||
  • ଭୁବନେଶ୍ୱର : ସୁନା ଦୋକାନରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି କଲେ ଦୁର୍ବୃତ୍ତ
  • ||
  • ଚାନ୍ଦବାଲି : ନବ ବିବାହିତା ମହିଳାଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ କଲେ ବାପଘର ଲୋକେ
  • ||
  • ଖଲ୍ଲିକୋଟ : ଚାଷୀଙ୍କ ଚିନ୍ତା ବଢାଇଲା ଅଦିନିଆ ବର୍ଷା, ନଷ୍ଟ ହୋଇଗଲା ଫସଲ
  • ||
  • ଶନିବାର ଜିଏସ୍‌ଟି ପରିଷଦ ବୈଠକ: ଶସ୍ତା ହୋଇପାରେ ଅନ୍‌ଲାଇନ୍‌ ଖାଦ୍ୟ ଅର୍ଡର, କମିପାରେ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ୍‌
  • ||
  • ଭୂକମ୍ପ ଝଟ୍‌କାରେ ଥରିଲା ନେପାଳ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ,କ୍ଷୟକ୍ଷତି ନେଇ ନାହିଁ ସୂଚନା
  • ||
  • ଜର୍ମାନୀରେ ଖ୍ରୀଷ୍ଟମାସ ମାର୍କେଟରେ ଲୋକଙ୍କ ଉପରେ ମାଡ଼ିଗଲା କାର୍‌, ୨ ମୃତ, ୬୫ ଆହତ,ଚାଳକ ଅଟକ
  • ||
  • ଆସିକା : ଲଗାଣ ବର୍ଷାରେ ନଷ୍ଟ ହୋଇଗଲା ଅମଳ ଧାନ, ଚିନ୍ତାରେ ପଡିଛନ୍ତି ଚାଷୀ
  • ||
  • ଜଗତସିଂହପୁର : ଅଦିନିଆ ବର୍ଷା ପାଇଁ ଚିନ୍ତାରେ ଚାଷୀ, ନଷ୍ଟ ୫୦ ହଜାର ହେକ୍ଟର ଜମିର ଫସଲ
  • ||
  • ଶୀତରେ ବର୍ଷା ଦାଉ: ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା
  • ||

ମଙ୍ଗଳବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସର୍ବଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀରେ ଯୋଗଦେବେ

Published By : Prameya | December 17, 2024 8:53 AM

କେନ୍ଦୁଝର ସଦର,୧୭/୧୨: ମଙ୍ଗଳବାର ତିନିଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସ୍ୱତନ୍ତ୍ର ବିମାନରେ ସେ ଦିନ ୧୦ଟାରେ କେନ୍ଦୁଝର ରାଇସୁଆଁ ହେଲିପ୍ୟାଡରେ ପହଞ୍ଚିବେ । ୧୦ଟା ୨୫ରେ  ଅଶୋକ ବାଟିକାରେ ପହଞ୍ଚି ସପ୍ତମ ସର୍ବଭାରତୀୟ ସାନ୍ତାଳୀ ଲେଖକ ସମ୍ମିଳନୀରେ  ଯୋଗଦେବେ । ୧୧ଟା ୪୦ରେ ସେଠାରୁ ବାହାରି ୧୨ଟା ୫ରେ ମୁକୁନା ସତ୍ୟନାରାୟଣ  ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେବେ । ଅପରାହ୍ଣ ୪ଟାରେ  ତାଳପଦା ଫୁଟବଲ ମ୍ୟାଚ୍‌ରେ ଯୋଗଦେବେ । ୬ଟା ୩୦ କେନ୍ଦୁଝର ଅଡିଟୋରିୟମ ଯୋଗଦେବା ପରେ ସର୍କିଟ ହାଉସରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି ।  

୧୮ ତାରିଖ ଦିନ ୧୧ଟାରେ ସିଦ୍ଧମଠ କାର୍ଯ୍ୟକ୍ରମରେ ଯୋଗଦେବେ । ୧୨ଟାରେ  ଅଡିଟୋରିୟମ୍‌ରେ ଯୋଗ ଦେବା ପରେ ସର୍କିଟ ହାଉସ୍‌ରେ ବିଶ୍ରାମ ନେବେ । ସନ୍ଧ୍ୟା ୭ଟାରେ କାଳୀପଡ଼ିଆରେ ଗୋନାସିକା ମହୋତ୍ସବରେ ଯୋଗଦେବେ । ରାତ୍ରି  ୧୦ଟା ୧୫ରେ ସେଠାରୁ ଫେରି ସର୍କିଟହାଉସ୍‌ରେ ବିଶ୍ରାମ ନେବେ । ୧୯ ତାରିଖ  ପୂର୍ବାହ୍ଣ ୧୧ଟାରେ ସରକାରୀ ମହତାବ ଉଚ୍ଚ ବିଦ୍ୟାଳୟ ଚମ୍ପୁଆ ହୀରକ ଜୟନ୍ତୀରେ  ଯୋଗଦେବେ । ଅପରାହ୍‌ଣ ୨ଟା ୫ରେ ସର୍କିଟ ହାଉସ୍‌ରେ ପହଞ୍ଚିବେ । ୩ଟା ୩୦ରେ  ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ନିକଟରୁ ଶୁଣିବା  ପାଇଁ ସ୍ଥାନୀୟ ଲୋକେ ଉତ୍ସୁକତାର ସହିତ ଅପେକ୍ଷା କରିଛନ୍ତି।

  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.