ପ୍ରମୂଖ ଖବର
  • ଖୁବ୍‌ଶୀଘ୍ର ସରିବ ନିର୍ବାଚନ ପ୍ରକ୍ରିୟା, ଫେବୃଆରୀ ପ୍ରଥମ ସପ୍ତାହ ସୁଦ୍ଧା ବିଜେପିକୁ ମିଳିବ ନୂଆ ରାଜ୍ୟ ସଭାପତି
  • ||
  • ରେଢାଖୋଲ ଧଉରାଖମନ ନିକଟରେ ଓଲଟିଲା ପିକ୍‌ଅପ୍ ଭ୍ୟାନ୍: ୨୨ ଆହତ,୮ ଗୁରୁତର
  • ||
  • ​ଢ଼େଙ୍କାନାଳ: ଦନ୍ତା ଆତଙ୍କରେ ଅତିଷ୍ଠ ଗ୍ରାମବାସୀ, ଶିଶୁର ମୃତ୍ୟୁ ପରେ କ୍ଷତିପୂରଣ ଦାବିରେ ରାସ୍ତାରୋକ୍
  • ||
  • ଭିଜିଲାନ୍ସ ଜାଲରେ ବଣାଇ ITDAର ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ ସାହୁ, ଏକକାଳୀନ ୭ଟି ସ୍ଥାନରେ ରେଡ଼
  • ||
  • ଆଜିଠୁ ଟାଇଁ ଟାଇଁ ଖରା,୪ ଡିଗ୍ରୀ ବଢ଼ିବ ତାପମାତ୍ରା: ୨୩ ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ
  • ||

ଫେବୃୟାରୀ ୩ ରେ ଜନଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

Published By : Prameya | January 30, 2025 9:33 PM

ଭୁବନେଶ୍ୱର,୩୦।୧ : ଫେବୃୟାରୀ ୩ରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ  ଜନ ଅଭିଯୋଗ ଶୁଣାଣୀ କରିବେ। ଭୁବନେଶ୍ୱର ସ୍ଥିତ ୟୁନିଟ୍-୫ରେ ‌ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ   ଜାନୁଆରୀ ୩୧ ତାରିଖ ପୂର୍ବାହ୍ନ ୧୧ ଘଟିକା ଠାରୁ ଆରମ୍ଭ ହେବ । ସର୍ବାଧିକ ୧୦୦୦ ଜଣ  ପଞ୍ଜୀକରଣ କରିପାରିବେ । 

ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ  (https://janasunani.odisha.gov.in/)  ଅଥବା  ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ ।  ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.