ଭୁବନେଶ୍ବର,୨।୧୦ : ଜାନୁଆରୀ ୬ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୬ ତାରିଖରେ ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।