ପ୍ରମୂଖ ଖବର
  • ଜଗତସିଂହପୁର ପିଏନ୍‌ବି ବ୍ୟାଙ୍କରେ ଅଗ୍ନିକାଣ୍ଡ, ନିଆଁ ଆୟତ୍ତ କରିବାକୁ ଉଦ୍ୟମ ଜାରି
  • ||
  • ହେଲିକପ୍ଟର ଯୋଗେ କଟକ ଯିବେ ମୁଖ୍ୟମନ୍ତ୍ରୀ, ବାରବାଟୀରେ ଭାରତ- ଇଂଲଣ୍ଡ ଲଢ଼େଇ ଦେଖିବେ
  • ||
  • ବାରବାଟୀ ଲଢ଼େଇ: ସୁପର ସନ୍‌ଡେ'ରେ ଭାରତ-ଇଂଲଣ୍ଡ ଦ୍ୱିତୀୟ ଦିନିକିଆ, ଟିମ୍‌କୁ ଫେରିବେ କୋହଲି, ରିଷଭ
  • ||
  • ରବିବାରଠୁ ଉପରମୁହାଁ ହେବ ପାରଦ,୨ରୁ ୪ ଡିଗ୍ରୀ ବଢ଼ିବ ରାତି ତାପମାତ୍ରା
  • ||

ଦେବଗଡ଼, ଛେଣ୍ଡିପଦା ଓ ଆଠମଲ୍ଲିକରେ ମୁଖ୍ୟମନ୍ତ୍ରୀଙ୍କ ମାରଥନ ପ୍ରଚାର

Published By : Prameya | May 15, 2024 8:07 PM

ଭୁବନେଶ୍ୱର,୧୫।୫ : ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ସମ୍ୱଲପୁର ଲୋକସଭା କ୍ଷେତ୍ରରେ ମାରାଥନ୍‍ ପ୍ରଚାର କରିଛନ୍ତି। ଦେବଗଡ଼, ଛେଣ୍ଡିପଦା ଓ ଆଠମଲ୍ଲିକରେ ଆୟୋଜିତ ନିର୍ବାଚନୀ ସଭାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ।

ମୁଖ୍ୟମନ୍ତ୍ରୀ ବିଜେପି ଉପରେ ଶାଣିତ ଆକ୍ରମଣ କରି କହିଲେ ଯେ ବିଜେପି ଦଳ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଓଡ଼ିଶାରେ ଜୁଲାଇରୁ ମାଗଣା ବିଜୁଳି ମିଳିବ । ବିଭିନ୍ନ କଲ୍ୟାଣକାରୀ ଯୋଜନାର ସୁଫଳ ସମ୍ପର୍କରେ ଲୋକଙ୍କୁ ପଚାରିଥିଲେ । ବି.ଏସ୍‍.କେ.ୱାଇ, ମିଶନ ଶକ୍ତି, ମମତା, କାଳିଆ, ଲକ୍ଷ୍ମୀ ବସ୍‍, 5T ସ୍କୁଲ   ରୂପାନ୍ତରଣ, ପିଲାଙ୍କ ସ୍କଲାରସିପ୍‍, ଚାଉଳ କାର୍ଡ ଭଳି ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ପଚାରିଥିଲେ ।ମା’ ସମଲେଇ ଏବଂ ପରିକ୍ରମା ପ୍ରକଳ୍ପ ବିଷୟରେ ମତାମତ ନେଇଥିଲେ।ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଆଶିର୍ବାଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଥିଲେ ।

 ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ କହିଥିଲେ ଯେ କେନ୍ଦ୍ର ସରକାର ଓଡ଼ିଶାର ଯେଉଁ ପରିମାଣର ଅର୍ଥ ବିଭିନ୍ନ କର ଆକାରରେ ନେଉଛି ସେଇ ଅନୁଯାୟୀ ଓଡ଼ିଶାକୁ କିଛି ଦେଉନାହିଁ । ବିଜେପି କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି । ୨୦୧୪ ଏବଂ ୨୦୧୯ ନିର୍ବାଚନରେ ବିଜେପି କହିଥିଲା ଧାନର ସର୍ବନିମ୍ନ ସହାୟକ ମୁଲ୍ୟକୁ ଦୁଇ ଗୁଣ କରିବେ । ତେଲ ଦର କମାଇବେ । ଏଲ୍‍.ପି.ଜି. ଦର, ପେଟ୍ରୋଲ, ଡିଜେଲ ଦର କମାଇବେ । ୧୦ ବର୍ଷ ମଧ୍ୟରେ କମାଇଲେ କି ? ସେମାନେ କେବଳ ମିଛ କହିବା ଛଡ଼ା କିଛି ଜାଣି ନାହାନ୍ତି । ଏବେ ନିର୍ବାଚନ ଆସିଲା ମା’ମାନଙ୍କୁ, ଚାଷୀମାନଙ୍କୁ ମନେ ପକାଉଛନ୍ତି ।

ସେ ପୁଣି କହିଲେ ଯେ ଜୁନ ୯ ତାରିଖରେ ନବୀନ ପଟ୍ଟନାୟକ ପୁନର୍ବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ।ମୁଖ୍ୟମନ୍ତ୍ରୀ ହେବା ପରେ ତାଙ୍କର ପ୍ରଥମ ତିନୋଟି ଦସ୍ତଖତ ହେବ ଓଡ଼ିଶାର ୯୦ ପ୍ରତିଶତ ପରିବାର ପାଇଁ ବିଜୁଳି ବିଲ ଛାଡ଼ବି.ଏସ୍‍.କେ.ୱାଇରେ ସରକାରୀ କର୍ମଚାରୀଙ୍କ ଠାରୁ ଆରମ୍ଭ କରି ମିଶନ ଶକ୍ତି ଓ ଆଶାକର୍ମୀ ପର୍ଯ୍ୟନ୍ତ ସମସ୍ତେ ସାମିଲ ହେବେ, ମିଶନ ଶକ୍ତି ମା’ ଓ କର୍ମଚାରୀମାନଙ୍କ ପାଇଁ ୬୦ ବର୍ଷ ପରେ ଭତ୍ତା ବ୍ୟବସ୍ଥା । ସେଥିପାଇଁ ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କୁ ଶଙ୍ଖ ଚିହ୍ନରେ ବିପୁଳ ଭୋଟ ଦେଇ ଜୟଯୁକ୍ତ କରିବାକୁ ଅନୁରୋଧ କରିଥିଲେ।

ନିର୍ବାଚନୀ ସଭାରେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ, ଦେବଗଡ଼ ବିଧାୟକ ପ୍ରାର୍ଥୀ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ଏବଂ ଆଠମଲ୍ଲିକ ବିଧାୟକ ପ୍ରାର୍ଥୀ ନଳିନୀ କାନ୍ତ ପ୍ରଧାନ ନିଜ ନିଜର ଅଭିଭାଷଣରେ ବିଜୁ ଜନତା ଦଳକୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଟାଣ କରିବା ପାଇଁ ନିବେଦନ କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.