ପ୍ରମୂଖ ଖବର
  • କୋଣାର୍କ : ଗୋପର ୨ଟି ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର ଯନ୍ତ୍ରାଂଶ ଜବତ
  • ||
  • ଅନ୍‌ଲାଇନ୍‌ ଆବେଦନ କରି ନିରାଶ ହେଲେ ହବିଷ୍ୟାଳୀ: ଶିବିର ସାମ୍ନାରେ ଧାରଣା ଦେଲେ, କାନ୍ଦିକାନ୍ଦି ଘରକୁ ଫେରିଲେ
  • ||
  • ଅଧା ସହରବାସୀ ଭୋଗିବେ ଜଳ କଷ୍ଟ, ଦୁର୍ବଳ ପାଇପ ମରାମତି ପାଇଁ ଅପରାହ୍ନ ୨ଟାରୁ ୨୪ ଘଣ୍ଟା ଜଳ ଯୋଗାଣ ବନ୍ଦ
  • ||
  • ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ: ୧୧୮ ଓଏଏସ୍‌ଙ୍କ ବଦଳି, ୭୦ରୁ ଅଧିକ ତହସିଲଦାର ବଦଳିଲେ
  • ||
  • ଆଜିଠୁ ମୁମ୍ୱାଇରେ ନିବେଶକ ସମ୍ମିଳନୀ, ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • କଳିଙ୍ଗ ଷ୍ଟାଡିୟମ୍‌ ଟ୍ରାଫିକ୍‌ ପୋଷ୍ଟରେ ଆସହାୟ ପୋଲିସ, ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର
  • ||
  • ପୁରୀ : ଆଜିଠୁ ମହାକାର୍ତ୍ତିକ ବ୍ରତ: ଶ୍ରୀକ୍ଷେତ୍ରରେ ସଂକଳ୍ପ କରି ଚଉରା ମୂଳେ ରାଇଦାମୋଦର ବ୍ରତ କରିବେ ହବିଷ୍ୟାଳୀ
  • ||

ଜଗନ୍ନାଥଙ୍କ ଭଜନ ଗାଉଗାଉ ଟଳିପଡ଼ିଲେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ପାରଳାଖେମୁଣ୍ଡି, ୧୧/୦୭ : ଜଗନ୍ନାଥଙ୍କ ଜଣାଣ ଗାଉଗାଉ ଚାଲିଗଲା ଜୀବନ। ସଭାମଞ୍ଚରେ ଟଳିପଡ଼ିଲେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର ଦାସ। ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ସୂଚନା। 

ସୂଚନାନୁଯାୟୀ, ବୁଧବାର ରାତିରେ ପାରଳାଖେମୁଣ୍ଡି ସ୍ଥିତ ବୃନ୍ଦାବନ ପ୍ୟାଲେସ୍ ନିକଟରେ ପ୍ରଶାସନିକ ଅଧିକାରୀମାନେ ଏକ ନୈଶ ଭୋଜିର ଆୟୋଜନ କରିଥିଲେ। ଏହି ଅବସରରେ ଏକ ସଭାର ଆୟୋଜନ କରାଯାଇଥିଲା। ଏହି ସଭାରେ ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର ଦାସ ଜଗନ୍ନାଥ ଜଣାଣ ଗାଉଥିଲେ।  'ଭକତ ବିଦୁର ଶାଗ ଭଜା ନେଇ' ଗୀତ ଗାଉଥିବା ବେଳେ ହଠାତ୍ ବିରେନ୍ଦ୍ର ଦାସ ଟଳି ପଡ଼ିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପାରଳାଖେମୁଣ୍ଡି ପରେ ବ୍ରହ୍ମପୁର MKCG ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ହୃଦଘାତରେ ତାଙ୍କର ପରଲୋକ ଘଟିଥିବା ସୂଚନା ମିଳିଛି। 


ବିରେନ୍ଦ୍ର କୁମାର ଦାସଙ୍କ ଅକାଳ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଵର୍ଗତ ଦାସ ଜଣେ ନିଷ୍ଠାପର, ଦାୟିତ୍ଵ ସମ୍ପନ୍ନ ଅଧିକାରୀ ଭାବେ ଜନସାଧାରଣଙ୍କ ହିତ ପାଇଁ ସର୍ବଦା କର୍ମରତ ଥିଲେ। ଉଚ୍ଚକୋଟୀର ପ୍ରଶାସନିକ ଦକ୍ଷତା ପାଇଁ ସେ ସବୁମହଲରେ ପ୍ରଶଂସିତ ଥିଲେ। ତାଙ୍କ ବିୟୋଗରେ ରାଜ୍ୟର ଜଣେ ଦକ୍ଷ ପ୍ରଶାସନିକ ଅଧିକାରୀଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ସ୍ବର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.