ଭୁବନେଶ୍ବର,୨୩।୧ : ଜାନୁଆରୀ ୨୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ବପୂର୍ଣ୍ଣ କାମ ଥିବାରୁ ଜନଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।
ଜାନୁଆରୀ ୨୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ କାମ ଥିବାରୁ ଭୁବନେଶ୍ବର ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।