ଭୁବନେଶ୍ୱର ୨୪/୧୦: ବାତ୍ୟା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ଆରମ୍ଭ। ଏହି ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସମେତ ବହୁ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଅଛନ୍ତି । ରେସକ୍ୟୁ ରିଲିଫ ଓ ରିଷ୍ଟୋରେସେନ ନେଇ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଛନ୍ତି।
ବାତ୍ୟା ଦାନା ପ୍ରଭାବରେ ସମୁଦ୍ର ଅଶାନ୍ତ ହେଲାଣି। ପଶ୍ଚିମବଙ୍ଗ ଗଙ୍ଗା ସାଗର ବିଚ୍ରେ ସମୁଦ୍ରରେ ଉଚ୍ଚ ଜୁଆର ଆସିବାରେ ଲାଗିଛି । ଧୀରେ ଧୀରେ ପବନର ବେଗ ମଧ୍ୟ ତୀବ୍ର ହେଲାଣି। ଗଙ୍ଗାସାଗର ଅଞ୍ଚଳରେ ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ବର୍ଷା ମଧ୍ୟ ଆରମ୍ଭ ହୋଇଗଲାଣି । ସ୍ଥାନୀୟ ପ୍ରଶାସନ ପକ୍ଷରୁ ବୃଦ୍ଧ ବୃଦ୍ଧା ଏବଂ ଗର୍ଭବତୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇ ସାରିଛି। ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗରେ ଅନେକ ଟ୍ରେନ୍ ବାତିଲ କରାଯାଇଛି।