ପ୍ରମୂଖ ଖବର
  • ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପାରଳାଖେମୁଣ୍ଡି ସିଡିଏମଓ କାର୍ଯ୍ୟାଳୟର କିରାଣି, ପିଅନ
  • ||
  • ୭ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ, ରାଜ୍ୟରେ ଖୋଲିବ ଆଉ ୭ ନର୍ସିଂ କଲେଜ
  • ||
  • ୬୦୦୦ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ମୁନିଗୁଡ଼ା ହସ୍ପିଟାଲର ସ୍ୱାସ୍ଥ୍ୟକର୍ମୀ, ଏକକାଳୀନ ୨ ଟି ସ୍ଥାନରେ ଭିଜିଲାନ୍ସ ଚଢାଉ
  • ||
  • କଟକ : କେନାଲରେ ଗାଧୋଇବା ବେଳେ ଅଘଟଣ; ନବମ ଶ୍ରେଣୀ ଛାତ୍ରୀ ନିଖୋଜ
  • ||
  • ଇଡ଼ି ଅଫିସ୍‌ରେ ହାଜର ହେଲେ ପୂର୍ବତନ କ୍ରିକେଟର ସୁରେଶ ରାଇନା, ବେଟିଂ ଆପ୍‌ ମାମଲାରେ ହୋଇଥିଲା ସମନ୍
  • ||
  • ସୁନ୍ଦରଗଡ଼ : ପାରିବାରିକ କଳହରୁ ଗଡ଼ିଲା ମୁଣ୍ଡ, ସ୍ୱାମୀର ତଣ୍ଟି ଚିପି ହତ୍ୟା କଲା ସ୍ତ୍ରୀ
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୧୫ ତାରିଖ ଯାଏଁ ଅତିପ୍ରବଳ ବର୍ଷା ସମ୍ଭାବନା
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଷ୍ଟପବୋର୍ଡରେ ପିଟିହେଲା ବାଇକ୍‌, ଚାଳକ ମୃତ
  • ||
  • ରାୟଗଡ଼ା : ଭାରସାମ୍ୟ ହରାଇ ଓଲଟିଲା OSRTC ବସ୍‌, ୧୫ ଆହତ
  • ||
  • ବିଶ୍ୱ ଅଙ୍ଗଦାନ ଦିବସ : ଓଡ଼ିଶାରେ ହେଲାଣି ୨ ହଜାର କିଡ୍‌ନୀ ପ୍ରତିରୋପଣ
  • ||
  • ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଢିଲା, ପରିକ୍ରମା କାନ୍ଥରେ ଧମକପୂର୍ଣ୍ଣ ମେସେଜ୍, ଆତଙ୍କବାଦୀ ଆକ୍ରମଣ ନେଇ ବଢିଲା ଆଶଙ୍କା
  • ||
  • ରାଜସ୍ଥାନ ଦୌସାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୧୦ ମୃତ
  • ||

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Published By : Gurupada Nath | August 12, 2025 9:36 PM

ଭୁବନେଶ୍ୱର,୧୨/୮ :   ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ । ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ ଆଧାର କରି ପୋଲିସ ସବୁ ସମୟରେ ଆକ୍ସନ ମୋଡରେ ରହୁ । ଏହାକୁ ସୁନିଶ୍ଚିତ କରିବା ପାଇଁ ଉଚ୍ଚ ପୋଲିସ ଅଧିକାରୀମାନେ ଏହାର ନିୟମିତ ମନିଟରିଙ୍ଗ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । 

ବୈଠକରେ ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି ଜୋରଦାର କରିବା ସହିତ, ବିଭିନ୍ନ ଶିକ୍ଷାନୁଷ୍ଠାନମାନଙ୍କରେ ପଢ଼ୁଥିବା ପିଲାମାନଙ୍କ ସୁରକ୍ଷା ପାଇଁ ସ୍କୁଲ ଓ କଲେଜ ଅଞ୍ଚଳରେ ନିୟମିତ ଭାବେ ପାଟ୍ରୋଲିଂ କରିବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଟ୍ରାଫିକ ବ୍ୟବସ୍ଥାକୁ ମଧ୍ୟ ସୁନିୟନ୍ତ୍ରିତ କରିବା ପାଇଁ ସେ ପରାମର୍ଶ ଦେଇଥିଲେ । ଏଥି ସହିତ ପଡୋଶୀ ରାଜ୍ୟ ସୀମାରୁ ଓଡ଼ିଶାକୁ ବ୍ରାଉନସୁଗାର ଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ଏବଂ କଡ଼ାକଡ଼ି ପଦକ୍ଷେପ ନେବାର ଆବଶ୍ୟକତା ରହିଛି ବୋଲି ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ନିଖୋଜ ମହିଳା ଓ ଶିଶୁଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବିଗତ ଏକ ବର୍ଷ ମଧ୍ୟରେ ୮,୦୩୫ ମହିଳା ଓ ୩,୩୦୬ ଜଣ ବାଳିକାଙ୍କୁ ଉଦ୍ଧାର କରାଯାଇଛି ବୋଲି ବୈଠକରୁ ଜଣାଯାଇଛି। ପୋଲିସ ବିଭାଗରେ ଖାଲି ରହୁଥିବା ପଦବୀ ଗୁଡ଼ିକ ଯଥାଶୀଘ୍ର ପୂରଣ କରିବା ପାଇଁ ଏକ ସ୍ୱତନ୍ତ୍ର ପୋଲିସ ନିଯୁକ୍ତି ବୋର୍ଡ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଥିଲେ। 

ବୈଠକରୁ ଜଣାପଡ଼ିଛି ଯେ, ରାଜ୍ୟରେ ପୋଲିସ ବିଭାଗର ଫଳପ୍ରଦ କାର୍ଯ୍ୟାନୁଷ୍ଠାନ ଯୋଗୁଁ ମୋଟାମୋଟି ଭାବେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ୧୫ବର୍ଷର ତଥ୍ୟକୁ ଅନୁଧ୍ୟାନ କଲେ ଜଣାପଡିଛି ଯେ, ବିଗତ ଏକ ବର୍ଷ ମଧ୍ୟରେ ଅଧିକାଂଶ କ୍ଷେତ୍ରରେ ଅପରାଧ ହ୍ରାସ ପାଇଛି । ବେଆଇନ୍ ଅସ୍ତ୍ରଶସ୍ତ୍ର କାରବାର, ବାଲି ଚୋରା ଚାଲାଣ ଏବଂ ଜାମିନ୍‍ ବିହୀନ ୱାରେଣ୍ଟ କାର୍ଯ୍ୟକାରୀ କରିବା କ୍ଷେତ୍ରରେ ଓଡ଼ିଶା ପୋଲିସର କାର୍ଯ୍ୟରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ । ଡ୍ରଗ୍ସ ଏବଂ ବେଆଇନ ଗଞ୍ଜେଇ ଚାଷ ରୋକିବା କ୍ଷେତ୍ରରେ ନିଆଯାଉଥିବା ପଦକ୍ଷେପ ଗୁଡ଼ିକୁ ଆହୁରି ସୁଦୃଢ଼ କରିବା ଆବଶ୍ୟକ ବୋଲି ମତ ଦେଇ ଏହି ପଦକ୍ଷେପକୁ ଆହୁରି ବ୍ୟାପକ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । 

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ର, ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ଏବଂ ବରିଷ୍ଠ ପୋଲିସ ଅଧିକାରୀଗଣ ଯୋଗଦେଇଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.