ପ୍ରମୂଖ ଖବର
  • ଜନତା ମଇଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ, ମହିଳା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି
  • ||
  • ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା, ନାଁ ଘୋଷଣା କଲେ ଅରବିନ୍ଦ କେଜ୍ରିୱାଲ
  • ||
  • ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି: ଜନ୍ମଦିନରେ ବାଣ୍ଟିବେ ସୁଭଦ୍ରା, ଆବାସ, କଳିଙ୍ଗ ଷ୍ଟାଡିୟମ ‘ସଟଲ୍‌’କୁ ଲୋକାର୍ପିତ କରିବେ
  • ||
  • କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାରେ ବିଦା ହେଲେ କମିଶନର ବିନୀତ ଗୋୟଲ
  • ||
  • ଜଳେଶ୍ଵର: ଲଗାଣ ବର୍ଷାରେ ଧଶିଲା ଜାମକୁଣ୍ଡା ସ୍ଲୁଇସ୍ ଗେଟ୍ ପୋଲ, ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହେବା ଆଶଙ୍କା
  • ||
  • ଶବର ସାହିରେ ୩୦ ମିନିଟ୍‌ ରହିବେ ପ୍ରଧାନମନ୍ତ୍ରୀ, ପିଏମ୍‌ ଆବାସ ହିତାଧିକାରୀଙ୍କୁ ଭେଟିବେ
  • ||
  • ଆସନ୍ତା ୨୩ରେ ପୁଣି ଲଘୁଚାପ: ଆଜିଠୁ ଶୁଖିଲା, ୨୨ରୁ ବଢ଼ିବ ବର୍ଷା
  • ||

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ କ୍ଷୟକ୍ଷତି ଓ ମୁକାବିଲା ସଂକ୍ରାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର,୧୦/୯ : ବିଧାନସଭା ପ୍ରକୋଷ୍ଠରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ।

ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧରେ ଅବଗତ କରାଇଛନ୍ତି। 

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୁଦ୍ରକୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି । ଅନେକ ଜାଗାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି। ଓଡରାଫ୍, ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକଙ୍କ ଅସୁବିଧାକୁ ତତ୍ପରତାର ସହ ଦୂର କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରାରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବା ପାଇଁ ସେ କହିଥିଲେ ।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.