ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ସମଲେଇ ମନ୍ଦିରରେ ନୂଆଁ ଖାଇବେ ମୁଖ୍ୟମନ୍ତ୍ରୀ ଏବଂ କେନ୍ଦ୍ରମନ୍ତ୍ରୀ, ସାଢ଼େ ୧୨ଟା ପରେ ସର୍ବସାଧାରଣ ଦର୍ଶନ

ସମ୍ବଲପୁର,୦୮/୦୯: ନୂଆଁଖାଇରେ ସାମିଲ ହେବାକୁ  ରବିବାର ସମ୍ବଲପୁର ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ । ତାଙ୍କ ସହ ଆସୁଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା  ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ । ମା’ ସମଲେଶ୍ୱରୀଙ୍କ  ମନ୍ଦିରରେ ଅନ୍ୟ ନେତା ମନ୍ତ୍ରୀଙ୍କ ଗହଣରେ ଉଭୟେ  ନବାନ୍ନ ଭକ୍ଷଣ କରିବେ । ସକାଳ ସାଢ଼େ ୯ଟା ସୁଦ୍ଧା ମା’ଙ୍କ  ନିକଟରେ ନବାନ୍ନ ଲାଗି ହେବ । ଏହା ପରେ ଅନ୍ୟ ପାଶ୍ୱର୍ ଦେବାଦେବୀଙ୍କ ନିକଟରେ ନବାନ୍ନ ଅର୍ପଣ କରାଯିବ ।  

ନୂଆଁଖାଇରେ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର  ଭକ୍ତମାନେ ମା’ଙ୍କ ଦର୍ଶନ ପାଇଁ ଆସୁଥିବାରୁ ମନ୍ଦିରରେ ନାହିଁ  ନ ଥିବା ଭିଡ଼ ହୋଇଥାଏ । ଏଭଳି ସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ  ଗସ୍ତ ପାଇଁ ମନ୍ଦିର ପରିସରରେ କଡ଼ା ସୁରକ୍ଷା ବ୍ୟବସ୍ଥା  ହୋଇଛି । ସାଧାରଣ ଦର୍ଶନ ପାଇଁ ସମୟ ନିର୍ଘଣ୍ଟ ଧାର୍ଯ୍ୟ  କରାଯାଇଛି । ନବାନ୍ନ ବିଧି ପରେ ମହା ଆଳତି, ଅନ୍ନଭୋଗ  ଆଦି ରୀତି ନୀତି ଥିବାରୁ ମଧ୍ୟାହ୍ନ ସାଢ଼େ ୧୨ଟା ପରେ  ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ସ୍ଥିରୀକୃତ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.