ପ୍ରମୂଖ ଖବର
  • ଭୁବନେଶ୍ୱର : ବିଦେଶୀ ମଦ ଦୋକାନ ଉପରେ ଅବକାରୀ ବିଭାଗର ରେଡ୍‌, ପାଣି ମିଶା ମଦ ଜବତ
  • ||
  • ତେଲକୋଇ : ବେଣା ଗାଁରେ ହାତୀପଲଙ୍କ ଉତ୍ପାତ; ଧାନ ସହ ଖାଇଗଲେ ଟଙ୍କା, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ପାଟଣା : ଚମ୍ପୁଆ ରେଞ୍ଜରେ ଦନ୍ତା ଆହତ, ସ୍ବାସ୍ଥ୍ୟାବସ୍ଥା ଅନୁଧ୍ୟାନ କରୁଛି ବିଶେଷଜ୍ଞ ଟିମ୍
  • ||
  • ମାର୍ଶାଘାଇ : ରେଳ ପୋଲ ଉପରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ଭଞ୍ଜନଗର : ବଚସାକୁ କେନ୍ଦ୍ର କରି ଦୁଇ ଭାଇଙ୍କୁ ମରଣାନ୍ତକ ଆକ୍ରମଣ; ବଡ଼ ଭାଇ ମୃତ, ସାନ ଭାଇ ଗୁରୁତର
  • ||
  • ପୁରୁଷ ହକି ଏସିଆନ ଚାମ୍ପିଅନ୍ସ ଟ୍ରଫି: ଆଜି ଚୀନ-ପାକିସ୍ତାନ୍, ଭାରତ-କୋରିଆ ସେମି ଫାଇନାଲ୍‌ ଲଢ଼େଇ
  • ||
  • କରଞ୍ଜିଆ : ଶିମିଳିପାଳ ଅଭୟାରଣ୍ୟରେ ପ୍ରବଳ ବର୍ଷା, ୧୨ ଘଣ୍ଟାରେ ୧୮୩.୮୯୬ ମିମି ବର୍ଷା ରେକର୍ଡ
  • ||
  • ଜଳେଶ୍ବର : ବିପଦ ସଙ୍କେତ ପାର୍‌ କଲା ଜଳକା ନଦୀ, ତଳିଆ ଅଞ୍ଚଳବାସୀ ଭୟଭୀତ
  • ||
  • ଶ୍ରୀମନ୍ଦିରରେ ବଳିବାମନ ବେଶ ନୀତି, ବାମନରୂପି ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ
  • ||
  • ପାଟଣା : ତେଲ ନଦୀ ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ, କେନ୍ଦୁଝର ଓ ମୟୁରଭଞ୍ଜ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ
  • ||
  • ଆଜି ବି ପ୍ରବଳ ଢାଳିବ ବର୍ଷା: ଦୁଇ ଜିଲ୍ଲାକୁ ଆଲର୍ଟ, ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି
  • ||
  • ବୌଦ୍ଧ : ବାଟୋଇଙ୍କୁ ଧକ୍କା ଦେଇ ଗଛକୁ ପିଟିଲା ପିକ୍ଅ‌ପ୍ ଭ୍ୟାନ୍‌, ୯ ଗୁରୁତର
  • ||

ବିଦ୍ୟାଳୟରେ ନିମ୍ନମାନର ଖାଦ୍ୟ ଖାଉଛନ୍ତି ପିଲା, ଖାଦ୍ୟର ମାନ ପରୀକ୍ଷା କଲେ ବିଧାୟକ

କୋରାପୁଟ, ୧୮/୦୮: ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଯାଉଥିଲା ନିମ୍ନମାନର ଖାଦ୍ୟ । ଅଭିଯୋଗ ପରେ ଖାଦ୍ୟର ମାନ ଯାଞ୍ଚ କଲେ ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା । ଲକ୍ଷ୍ମୀପୁର ବ୍ଳକ ଅନ୍ତର୍ଗତ ଧରଡ଼ାରେ ଥିବା ସରକାରୀ ଉନ୍ନତ ଉଚ୍ଚ ବିଦ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । 

ସୂଚନା ଅନୁଯାୟୀ, ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ଭାତ ସହ ନିମ୍ନମାନର ଡାଲି ଦିଆଯାଉଥିବା ନେଇ ଅଭିଯୋଗ ହୋଇଥିଲା । ଏହି ଘଟଣାର ଯାଞ୍ଚ କରିଥିଲେ ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉଁନ୍ତା । ଏତେ ନିମ୍ନମାନର ଖାଦ୍ୟ ଦିଆଯାଉଥିଲା ଯେ, ଛାତ୍ରଛାତ୍ରୀ ଏହାକୁ ଖାଇ ନପାରି ଫିଙ୍ଗି ଦେଉଥିବା ବିଧାୟକ ଦେଖିବାକୁ ପାଇଥିଲେ । ଏଥିସହିତ କୋରାପୁଟ ଜିଲ୍ଲାପାଳ ଏବଂ କୋରାପୁଟ ଗସ୍ତରେ ଥିବା ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ମଧ୍ୟ ଏହି ଖାଦ୍ୟ ଦେଖାଇଥିଲେ ।  

ଅନ୍ୟପଟେ ଏନେଇ ଚିନ୍ତା ପ୍ରକାଶ କରିଥିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବିଦ୍ୟାଳୟରେ ପାଠ ଠିକ୍ ଭାବରେ ପଢ଼ାଯାଉଛି କି ନାହିଁ, ତାହା ଉପରେ ମଧ୍ୟ ନଜର ପକାଇଥିଲେ ବିଧାୟକ । ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ବିଷୟରେ ପ୍ରଶ୍ନ ପଚାରିଥିଲେ । ତେବେ ଅଧିକାଂଶ ଛାତ୍ରଛାତ୍ରୀ ସାମାନ୍ୟ ନିଜର ସ୍କୁଲର ନାଁ ବି ଠିକରେ ଲେଖିପାରିନଥିଲେ । ବିଦ୍ୟାଳୟରେ ଏକାଧିକ ସମସ୍ୟା ଥିବାରୁ ଏହାର ଯାଞ୍ଚ କରିବାକୁ କୋରାପୁଟ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.