ପ୍ରମୂଖ ଖବର
  • କୁସ୍ତିଯୋଦ୍ଧା ବଜରଙ୍ଗ ପୁନିଆଙ୍କୁ ହତ୍ୟା ଧମକ, ନିକଟରେ ଯୋଗ ଦେଇଛନ୍ତି କଂଗ୍ରେସ ଦଳରେ…
  • ||
  • ନୀଳଗିରି: ଗଣେଶ ମେଢ଼ ବିସର୍ଜନ ବେଳେ ଅଘଟଣ, ସାନ ଭାଇ ଆଗରେ ଚାଲିଗଲା ବଡ଼ଭାଇ
  • ||
  • କଟକ: ଦୁର୍ଗାପୂଜାରେ ଲେଜର ଲାଇଟ୍ ଓ ଫାୟାର ଗନ୍ ବ୍ୟବହାର ଉପରେ ଲାଗିଲା କଟକଣା
  • ||
  • ଶ୍ରୀମନ୍ଦିରରେ ଋଷି ପଞ୍ଚମୀ ନୀତି, ବ୍ରତ ପାଳନ କଲେ ମା' ଲକ୍ଷ୍ମୀ ଠାକୁରାଣୀ
  • ||
  • ରେଢ଼ାଖୋଲ ମୋଚିବାହାଲଠାରେ ଦୁଇ ବାଇକ ମୁହାଁମୁହିଁ ଧକ୍କା; ଜଣେ ମୃତ, ୨ ଗୁରୁତର
  • ||
  • ସୁନ୍ଦରଗଡ଼ : ତଣ୍ଟି କାଟି ଯୁବକଙ୍କ ହତ୍ୟା, ହତ୍ୟା ପଛର କାରଣ ଅସ୍ପଷ୍ଟ
  • ||
  • ପାଟଣା : ଟ୍ରକ୍‌ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
  • ||
  • କୋରାପୁଟ : ମାଛକୁଣ୍ଡ ଡ୍ୟାମ୍‌ର ଖୋଲିଲା ୨ଟି ଗେଟ୍‌, ୪୦୦୦ କ୍ୟୁସେକ ପାଣି ନିଷ୍କାସିତ
  • ||
  • ଯାଜପୁର : ଭାରସାମ୍ୟ ହରାଇ ଟ୍ରକ୍‌କୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ ଦୁଇ ଗୁରୁତର
  • ||
  • ସମ୍ବଲପୁର: ଶୁଭ ଲଗ୍ନରେ ମା’ ସମଲେଶ୍ୱରୀଙ୍କ ପୀଠରେ ଲାଗି ହେଲା ନବାନ୍ନ , ସବୁ ଆଡେ ଉତ୍ସବ ମୁଖର
  • ||
  • ବଙ୍ଗୋପସାଗରରେ ଅବପାତରେ ପରିଣତ ହେଲା ଲଘୁଚାପ, ଆସନ୍ତା ୪ ଦିନ ନିର୍ଧୁମ ଛେଚିବ
  • ||
  • ବଣାଇ : ବୁଲା ଗାଈଙ୍କୁ ଟାର୍ଗେଟ କରୁଛନ୍ତି ଦୁର୍ବୃତ୍ତ, ବୋଲେରୋ ଗାଡ଼ିରୁ ଦୁଇଟି ଗାଈ ସହ ଗୋଟିଏ ଷଣ୍ଢ ଉଦ୍ଧାର
  • ||
  • କେନ୍ଦ୍ରାପଡା : ଏଣ୍ଡର ଓ ବାଲିଆ ଅଞ୍ଚଳରେ ବାର୍ଡ ଫ୍ଲୁ ଚିହ୍ନଟ, ସତର୍କ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
  • ||
  • ନୂଆଁଖାଇରେ କୃଷକଙ୍କୁ ରାଜ୍ୟ ସରକାରଙ୍କ ଭେଟି, ସିଏମ୍ କିଷାନ ଯୋଜନାରେ ମିଳିବ ପ୍ରଥମ କିସ୍ତି
  • ||

ରବିବାର ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି, ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ମନା

ପୁରୀ,୦୩/୦୮:  ରବିବାର ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି। ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା ତିଥିରେ ଶ୍ରୀବିଗ୍ରହଙ୍କ ରତ୍ନଚିତା ଲାଗି ବିଧି ଅନୁଷ୍ଠିତ ହେବ । ସ୍ନାନପୂର୍ଣ୍ଣମୀରେ ଠାକୁରେ ଅଣସରକୁ ବିଜେ ଅବସରରେ ଏହି ଚିତାକୁ କଢ଼ାଯାଇଥିଲା । ରବିବାର ଅସଲ ରତ୍ନଚିତା ଲାଗି ହେବ । ତିନିବାଡ଼ର ବାଡ଼ଗ୍ରାହୀ ଓ ଦଇତାପତି ଏହି ଅଳଙ୍କାର ଶ୍ରୀଅଙ୍ଗରେ ଲାଗି କରିବେ । ଏଥିପାଇଁ  ଶ୍ରୀମନ୍ଦିରରେ ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଅପରାହ୍ନ ୨ଟା ଠାରୁ ସନ୍ଧ୍ୟା ୬ଟା  ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ।‌  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ସୂଚନା‌ ।

ପ୍ରଥମ ଭୋଗମଣ୍ଡପ ନୀତି ପରେ ଏହି ବିଶେଷ ନୀତି ସମ୍ପନ୍ନ ହେବ । ପୁଷ୍ପାଳକ ସେବାୟତ ତିନିବାଡ଼ରେ ମଇଲମ କରିବେ । ଶ୍ରୀଦେବୀ ଓ ଭୂଦେବୀଙ୍କୁ ପୁଷ୍ପାଳକ ସେବକମାନେ ରତ୍ନ ସିଂହାସନରୁ ହାତରେ ବିଜେ କରାଇ ଆଣି ଖଟ ଶେଜରେ ବିଜେ କରିବେ । ସୁଦ୍ଧସୁଆରମାନେ ରତ୍ନସିଂହାସନ ତଳେ ସ୍ୱର୍ଣ୍ଣ ଓଷ ପ୍ରସ୍ତୁତ କରିବେ । ବାଡ଼ଗ୍ରାହୀମାନେ ଶୁଦ୍ଧସୁଆର ଦେଇଥିବା ଓଷ ଚିତାରେ ଲାଗି କରାଇବେ । ପାଟରା ଦେଇଥିବା ପାଟଡୋର ଫିତାରେ ବାନ୍ଧି ଶ୍ରୀମସ୍ତକରେ ଚିତା ଲାଗି ହେବ । ଏଥିରେ ଦୁର୍ମୂଲ୍ୟ ପଥର ସବୁ ସ୍ଥାପନ ହୋଇଥିବ । ଆସନ୍ତା ସ୍ନାନପୂର୍ଣ୍ଣମୀ ପର୍ଯ୍ୟନ୍ତ ଚିତା ଅକ୍ଷତ ରହିବ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.