ପ୍ରମୂଖ ଖବର
  • ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା : ଫ୍ଲାଗମାର୍ଚ୍ଚରେ ପୁଲିସ୍‌ର ଶକ୍ତି ପ୍ରଦର୍ଶନ, ୩୦ ପ୍ଲାଟୁନ ପୁଲିସଙ୍କୁ ନେଇ ସହର ପରିକ୍ରମା
  • ||
  • ମିଆଁମାରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୫.୫ ରେକର୍ଡ଼
  • ||
  • IPL 2025: ଆଜି ରାଜସ୍ଥାନ ରୟାଲ୍ସ ଭେଟିବ ରୟାଲ୍‌ ଚ୍ୟାଲେଞ୍ଜର୍ସ, ସଂଘର୍ଷପୂର୍ଣ୍ଣ ହେବ ମ୍ୟାଚ୍
  • ||
  • ସମ୍ବଲପୁରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ପରାଧି ସୀତାରାମ ଷଡ଼ଙ୍ଗୀର ଗୋଡ଼ରେ ବାଜିଲା ଗୁଳି
  • ||
  • ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି, ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ
  • ||
  • ଏଥର ରାଜ୍ୟରେ ଠିକ୍‌ ସମୟରେ ପହଞ୍ଚିବ ମୌସୁମୀ ବାୟୁ: ଜୁନ୍‌ରେ ସ୍ୱାଭାବିକ ବର୍ଷା, ଜୁଲାଇ ଅଧାରୁ ଅଗଷ୍ଟ ଅଧା ଯାଏ ବର୍ଷା କମିବ
  • ||
  • ଭୁବନେଶ୍ୱର : ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ, ଅଳ୍ପକେ ବର୍ତ୍ତିଲେ ସାଙ୍ଗ
  • ||
  • ବ୍ରହ୍ମପୁର : ଟ୍ରେ ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
  • ||

ଭିଜିଲାନ୍ସ ଜାଲରେ ଚିତ୍ରକୋଣ୍ଡା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, କାର୍ ଓ ଘରୁ ମିଳିଲା ନଗଦ ୧୮ ଲକ୍ଷ ୫୭ ହଜାର ଟଙ୍କା

Published By : Prameya | April 12, 2025 9:08 AM

ଭୁବନେଶ୍ଵର, ୧୨/୦୪ : ଭିଜିଲାନ୍ସ ପଞ୍ଝାରେ ଚିତ୍ରକୋଣ୍ଡା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ। ଲାଞ୍ଚ ଟଙ୍କା ନେଇ ଯାଉଥିବା ବେଳେ ମାଡ଼ି ବସିଲା ଭିଜିଲାନ୍ସ। କାର୍ ଭିତରୁ ୫ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ। ଅଧିକ ଚଢାଉ ବେଳେ ଘରୁ ମିଳିଲା ନଗଦ ୧୩ ଲକ୍ଷ ୫୦ ହଜାର ଟଙ୍କା। 

ସୂଚନାନୁଯାୟୀ, ଚିତ୍ରକୋଣ୍ଡା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଇଥିବା ଖବର ପାଇ ଭିଜିଲାନ୍ସ ତାଙ୍କ ଉପରେ ନଜର କରିଥିଲା। ଶୁକ୍ରବାର ପବିତ୍ର ମୋହନ ପାଣିଗ୍ରାହୀ ତାଙ୍କ କାର୍ଯ୍ୟାଳୟରୁ ଯିବା ସମୟରେ ଭିଜିଲାନ୍ସର ଏକ ଟିମ୍ ଗୋବିନ୍ଦପଲ୍ଲୀ ଛକ ନିକଟରେ ତାଙ୍କୁ ଅଟକାଇ ଯାଞ୍ଚ କରିଥିଲା। ଏହି ସମୟରେ ଯନ୍ତ୍ରୀଙ୍କ କାର୍ ଭିତରୁ ନଗଦ ୫ ଲକ୍ଷ ୭ ହଜାର ଟଙ୍କା ଜବତ ହୋଇଥିଲା। ଏନେଇ ପବିତ୍ର ମୋହନ ପାଣିଗ୍ରାହୀଙ୍କୁ ପଚାରିବାରୁ ସେ ସନ୍ତୋଷଜନକ ଉତ୍ତର ଦେଇପାରିନଥିଲେ। ଏହା ପରେ ଭିଜିଲାନ୍ସ ଟିମ୍ ଯନ୍ତ୍ରୀଙ୍କ ବିଭିନ୍ନ ଠିକଣାରେ ଚଢାଉ କରିଥିଲା। ଚଢାଉ ବେଳେ ପବିତ୍ର ମୋହନଙ୍କ ଭୁବନେଶ୍ୱରର ଚନ୍ଦ୍ରଶେଖରପୁର, ଡମଣା ସ୍କୋୟାର, ନନ୍ଦଦେବୀ ଆପାର୍ଟମେଣ୍ଟରୁ ୧୩ ଲକ୍ଷ ୫୦ ହଜାର ଟଙ୍କା ସହ ଅନ୍ୟାନ୍ୟ ସୁନା ଗହଣା ଜବତ ହୋଇଥିଲା। ପବିତ୍ର ମୋହନ ପାଣିଗ୍ରାହୀଙ୍କ ଠାରୁ ମୋଟ ୧୮ ଲକ୍ଷ ୫୭ ହଜାର ଟଙ୍କା ଜବତ କରାଯାଇଛି। ଭିଜିଲାନ୍ସ ଏବେ ଯନ୍ତ୍ରୀଙ୍କୁ ଅଟକ ରଖି ତନାଘନା କରୁଛି। 

ଏହି ଖବରଟିକୁ ପଢନ୍ତୁ-ଚାରା ଗାଡିରୁ ୧୦ କୋଟିର ଗଞ୍ଜେଇ ଜବତ, ଜଣେ ଗିରଫ ଅନ୍ୟ ଜଣେ ଫେରାର

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.