ପ୍ରମୂଖ ଖବର
  • କଳାହାଣ୍ଡି : ଗାଁ ରାସ୍ତାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ରାଇରଙ୍ଗପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଆଜି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ଉତ୍ସବରେ ଯୋଗ ଦେବେ
  • ||
  • ଆଗାମୀ ୪ ଦିନ ପ୍ରଚଣ୍ଡ ତାତି: ବୁଧବାର ୪୫ ଡିଗ୍ରୀ ଛୁଇଁବ ପାରଦ, ତତଲା ଲୌହପିଣ୍ଡ ପାଲଟିବ ପଶ୍ଚିମ ଓଡ଼ିଶା
  • ||

ଓଲଟିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଡ୍ରାଇଭର ଗୁରୁତର

Published By : Harapriya Sethi | May 11, 2025 12:17 PM

ପାଟଣାଗଡ, ୧୧/୦୫: ପାଟଣାଗଡ଼ ଥାନା ଯୋଗିମୁଣ୍ଡା ସାପ୍ତାହିକ ଗୋରୁ ବଜାର ସମ୍ମୁଖରେ ଥିବା ମୂଖ୍ୟ ରାସ୍ତାର ବୁଲାଣିରେ ଏକ ସିମେଣ୍ଟ ବୋଝେଇ ଟ୍ରକ୍ ଓଲଟି ପଡ଼ିଛି । ଟ୍ରକ୍‌ ଚାଳକଙ୍କ ହାତ ଭାଙ୍ଗି ଯାଇଥିବା ବେଳେ ସେ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଭୀମ ଭୋଇ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । 

ସୂଚନା ମୁତାବକ, ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଯୋଗିମୁଣ୍ଡା ସାପ୍ତାହିକ ଗୋରୁ ବଜାର ସମ୍ମୁଖରେ ଥିବା ମୂଖ୍ୟ ରାସ୍ତାର ବୁଲାଣିରେ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଟ୍ରକ୍‌ ଚାଳକଙ୍କ ହାତ ଭାଙ୍ଗି ଯାଇଥିବା ବେଳେ ସେ ଗୁରୁତର ଅବସ୍ଥାରେ ବଲାଙ୍ଗୀର ଭୀମ ଭୋଇ ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ତେବେ ଟ୍ରକ୍‌ଟି ଛତିଶଗଡ଼ ଅଞ୍ଚଳର ହୋଇଥିବା ବେଳେ ଏହି ଅଘଟଣଟି ରାତ୍ରି ପାଖାପାଖି ଗୋଟାଏରେ ଘଟିଥିବାରୁ ଚାଳକର ନାମ ଜଣାପଡିନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.