ପ୍ରମୂଖ ଖବର
  • ଭାରତ ପାଇଁ ଐତିହାସିକ ଦିନ, ଲଞ୍ଚ ହେଲା ଆକ୍ସିଓମ୍‌ -୪ ମିଶନ୍‌, ମହାକାଶ ଗଲେ ଶୁଭାଂଶୁ ଶୁକ୍ଲା
  • ||
  • ଅନୁଗୁଳ : ହାତୀସ୍କ୍ଵାଡ୍ କର୍ମଚାରୀଙ୍କୁ କଚାଡି ମାରିଲା ହାତୀ, କ୍ଷତିପୂରଣ ଦାବି
  • ||
  • ବୌଦ୍ଧ : ବାର୍‌ହା ମାଂସ ଖାଇ ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିବା ପଡ଼ିଲା ମହଙ୍ଗା, ଯୁବକ ଗିରଫ
  • ||
  • ଆକ୍ସିଅମ୍-୪ ମିଶନ୍, ଆଜି ମହାକାଶକୁ ଯିବେ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା
  • ||
  • ବାଲେଶ୍ୱର : ଦିନକ ପରେ ହୋଇଥାନ୍ତା ବାହାଘର, ଟ୍ରକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ
  • ||
  • ୨୮ ଯାଏଁ ରାଜ୍ୟରେ ବଡ଼ ବର୍ଷା, ଆଜି ପାଇଁ ୩ ଜିଲ୍ଲାକୁ ଆଲର୍ଟ
  • ||

ଶୋଇଥିବା ବେଳେ କାମୁଡ଼ିଲା ସାପ; ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ

Published By : Harapriya Sethi | June 23, 2025 3:02 PM

ସୋର, ୨୩/୦୬: ବାଲେଶ୍ୱର ଜିଲ୍ଲା ସୋର ଥାନା ଶିଙ୍ଗାଖୁଣ୍ଟା ପଞ୍ଚାୟତ ସିନ୍ଧୁଆ ଗ୍ରାମରେ ବିଷଧର ସାପ କାମୁଡାରେ ଜଣେ ନାବାଳିକାଙ୍କର ମୃତ୍ୟୁ ହୋଇଯାଇଛି । ମୃତ ନାବାଳିକା ହେଉଛନ୍ତି ସିନ୍ଧୁଆ ଗ୍ରାମର ଚନ୍ଦନ ସିଂଙ୍କ ଝିଅ ରାଧା ସିଂ (୧୩ ବର୍ଷ) । 

ସୂଚନା ଅନୁସାରେ, ସିନ୍ଧୁଆ ଗ୍ରାମର ଚନ୍ଦନ ସିଂଙ୍କ ଝିଅ ରାଧା ସିଂ ସ୍ଥାନୀୟ ହାଇସ୍କୁଲରେ ଅଷ୍ଟମ ଶ୍ରେଣୀରେ ପାଠ ପଢ଼ନ୍ତି । ରବିବାର ରାତିରେ ରାଧା ଶୋଇଥିବା ବେଳେ ବିଳମ୍ବିତ ରାତିରେ ଏକ ବିଷଧର ସାପ ତାଙ୍କୁ କାମୁଡ଼ିଥିଲା । ଏ ବାବଦରେ ସେ ତାଙ୍କ ବାପା ଚନ୍ଦନଙ୍କୁ ଜଣାଇଥିଲେ । ଏହା ଶୁଣି ତୁରନ୍ତ ତାଙ୍କୁ ୧୦୮ ଆମ୍ବୁଲାନ୍ସରେ ସୋର ମେଡିକାଲରେ ଭର୍ତ୍ତି କରିଥିଲେ ପରିବାରଲୋକେ । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରାଧାର ମୃତ୍ୟୁ ହୋଇଥିଲା । ଘଟଣା ସମ୍ପର୍କରେ ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଞ୍ଚି ଏକ ମାମଲା ରୁଜୁ କରି ମୃତଦେହ ଜବତ କରି ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।  ଏହା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.