ବୈପାରୀଗୁଡ଼ା, ୨୯।୧୨: କୋରାପୁଟ ଗୁପ୍ତେଶ୍ୱର ସୁକୁନାଳ ଯାତ୍ରୀବାହୀ ବସ୍ ଦୁର୍ଘଟଣା ଘଟଣା । ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ମୃତାହତଙ୍କ ବିଷୟରେ ଜାଣି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଦୁର୍ଘଟଣାରେ ମୃତାହତଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହିତ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଗୁରୁତର ଆହତଙ୍କ ତୁରନ୍ତ ଚିକିତ୍ସା ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ଝାଡ଼ଖଣ୍ଡ ବିଜୟ ପରେ ବିହାରରେ ନିର୍ବାଚନ ଲଢ଼ିବ ଜେଏମଏ...