ପ୍ରମୂଖ ଖବର
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ଆର୍ଥିକ ସହାୟତା; ୨୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Published By : Anindita Ratha | July 15, 2025 10:46 AM

ଭୁବନେଶ୍ବର,୧୫/୦୭: ଫକୀରମୋହନ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁ ଘଟଣା। ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା ଦେଇଛନ୍ତି  । ତେବେ ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ କରି ଶେଷରେ ଜୀବନ ଯୁଦ୍ଧରେ ହାରିଛନ୍ତି ବାଲେଶ୍ବର ଫକୀରମୋହନ ମହାବିଦ୍ୟାଳୟର ବିଏଡ୍ ବିଭାଗର ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସୋମବାର ବିଳମ୍ବିତ ରାତିରେ ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଫଳରେ ନିଜ କଲେଜ ଅଧ୍ୟାପକଙ୍କ ଦ୍ବାରା ନିର୍ଯାତନାର ଶିକାର ହୋଇ ଅନ୍ୟାୟ ବିରୋଧରେ ଲଢ଼ିଥିବା ଏହି ମୋଧାବୀ ଛାତ୍ରୀଙ୍କ ସଂଘର୍ଷର ଦୁଃଖଦ ଅନ୍ତ ଘଟିଛି। ବିଳମ୍ବିତ ରାତିରେ ଏହି ଖବର ଜଣାପଡ଼ିବା ପରେ ସମସ୍ତେ ସ୍ତମ୍ଭୀଭୂତ ହୋଇଯାଇଛନ୍ତି। ସେପଟେ ଏନେଇ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ  ଏକ୍ସରେ ପୋଷ୍ଟ କରି ଶୋକପ୍ରକାଶ କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.