ପ୍ରମୂଖ ଖବର
  • ବିହାରରେ ୧୭ଟି ରାଜନୈତିକ ଦଳକୁ ନିର୍ବାଚନ ଆୟୋଗଙ୍କ କାରଣ ଦର୍ଶାଅ ନୋଟିସ୍
  • ||
  • ଖନ୍ତାପଡ଼ା : ବାଇକକୁ ପଛରୁ ଧକ୍କା ଦେଲା ବସ୍ , ଅଙ୍ଗନବାଡି କର୍ମୀ ମୃତ ,ଶିକ୍ଷକ ଆହତ
  • ||
  • ମତ୍ସ୍ୟ ସେବାରେ ୨୧୭ ନୂତନ ପଦବୀ ଏବଂ ଉଦ୍ୟାନ କୃଷି ସେବାରେ ୬୭ ନୂତନ ପଦବୀ ସୃଷ୍ଟି
  • ||
  • ଦିଗପହଣ୍ଡି ଓସ୍ତାପଲ୍ଲୀରେ ବ୍ୟାପୁଛି ଝାଡାବାନ୍ତି, ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିଲା
  • ||
  • ପ୍ରସିଦ୍ଧ ୟୁଟ୍ୟୁବର ମନୀଷ କଶ୍ୟପ ‘ଜନ ସୁରାଜ’ ପାର୍ଟିରେ ସାମିଲ
  • ||
  • ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ମେଧା ତାଲିକା, କାଲିଠୁ ଆରମ୍ଭ ହେବ ନାମଲେଖା: ୨୪ରୁ ଏକାଦଶ ଶ୍ରେଣୀ ପାଠପଢ଼ା
  • ||
  • ସୁରକ୍ଷା ବାହିନୀକୁ ବଡ଼ ସଫଳତା, ଏନକାଉଣ୍ଟରରେ PLGA ବାଟାଲିୟନ ଡେପୁଟି କମାଣ୍ଡର ନିହତ
  • ||
  • ରାଜଧାନୀରୁ ୨୬୫ ଗ୍ରାମ ବ୍ରାଉନ ସୁଗର ଜବତ, ଅଭିଯୁକ୍ତ ଗିରଫ
  • ||
  • ଢେଙ୍କାନାଳ : ଫାର୍ମହାଉସ୍‌ରୁ ଶ୍ରମିକଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ତଦନ୍ତ କରୁଛି ପୁଲିସ
  • ||
  • IT ଅଫିସରେ ହାଜର ହେଲେ ବିଶାଳ ଦାସ, କିଛି ଦିନ ପୂର୍ବରୁ ହୋଇଥିଲା ଚଢାଉ
  • ||
  • ଭଦ୍ରକ : ବିପଦ ସଂକେତ ତଳେ ବୈତରଣୀରେ ବନ୍ୟା ଜଳ, ୧୮.୦୭ ମିଟରରେ ପ୍ରବାହିତ
  • ||
  • ଅଧରପଣା ପାଇ ତୃପ୍ତ ହେବେ ଦେବାଦେବୀଙ୍କ ସମେତ ଯୋଗିନୀଗଣ, ପଣା ସଂଗ୍ରହ ଉପରେ ଲାଗିଲା କଟକଣା
  • ||
  • ଢେଙ୍କାନାଳ : ୪୦ ଟିକିଆ ହାତୀପଲ ନଦୀ ପାର ବେଳେ ଅଘଟଣ, ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ହାତୀ, ଦୀର୍ଘ ସମୟର ପରେ ଉଦ୍ଧାର
  • ||
  • ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଅର୍ପଣ ନୀତି, ଆଜି ପାର୍ଶ୍ୱଦେବାଦେବୀ ଓ ଅଶରୀରଙ୍କୁ ହେବ ସମର୍ପଣ
  • ||
  • ବାଲେଶ୍ୱର : ବାଗୁଡ଼ି ଯୋଡ଼ାମ୍ବ ଛକ SBI ଏଟିଏମ୍‌ରୁ ଲୁଟ୍, ଗ୍ୟାସ୍‌ କଟରରେ ଏଟିଏମ୍‌ କାଟି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ବଙ୍ଗୋପସାଗରେ ଲଘୁଚାପ ସକ୍ରିୟ; ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||

ମତ୍ସ୍ୟ ସେବା ଓ ଉଦ୍ୟାନ-କୃଷି ସେବା କ୍ୟାଡରର ପୁର୍ନବିନ୍ୟାସକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

Published By : Suraj Kumar | July 7, 2025 7:31 PM

ଭୁବନେଶ୍ୱର, ୭।୭ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଓଡିଶା ମତ୍ସ୍ୟଚାଷ ସେବା ଏବଂ ଓଡିଶା ଉଦ୍ୟାନ କୃଷି ସେବା କ୍ୟାଡରର ବିଭିନ୍ନ ପଦବୀ ଗୁଡିକର ପୁର୍ନବିନ୍ୟାସ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟ ସରକାର ମତ୍ସ୍ୟଚାଷ ଓ ଉଦ୍ୟାନ କୃଷି କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ଲକ୍ଷ୍ୟ ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ୨ଟି ସେବା କ୍ୟାଡରରେ ଅଧିକାରୀ ମାନଙ୍କ ସଂଖ୍ୟା ବୃଦ୍ଧି କରିଛନ୍ତି।

ନିଷ୍ପତ୍ତି ଅନୁଯାୟୀ ମତ୍ସ୍ୟଚାଷ ସେବା କ୍ୟାଡରର ସମୁଦାୟ ପଦବୀ ସଂଖ୍ୟା ୮୩୫କୁ ବୃଦ୍ଧି ପାଇଛି। ପୂର୍ବରୁ ଏହି ପଦବୀ ସଂଖ୍ୟା ୬୧୮ ଥିଲା। ଏହାଦ୍ୱାରା ୨୧୭ଟି ନୂତନ ପଦବୀ ସୃଷ୍ଟି ହୋଇଛି। ମତ୍ସ୍ୟ ସେବା କ୍ୟାଡରର ଅଧିକାଂଶ ପଦବୀ ଗୁଡିକ କ୍ଷେତ୍ରସ୍ତରରେ ରହିଥାଏ। ରାଜ୍ୟକୁ ମତ୍ସ୍ୟ ଉତ୍ପାଦନରେ ଆତ୍ମନିର୍ଭରଶୀଳ କରି ୨୦୩୬ ସୁଦ୍ଧା ବାର୍ଷିକ ମତ୍ସ୍ୟ ଉତ୍ପାଦନ ୩୩ ଲକ୍ଷ ମେଟ୍ରିକ୍ ଟନ ହାସଲ କରିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ମତ୍ସ୍ୟ ସେବା କ୍ୟାଡରର ଏହି ପୁର୍ନବିନ୍ୟାସ ଫଳରେ କ୍ଷେତ୍ରସ୍ତରଠୁ ଆରମ୍ଭ କରି ଜିଲ୍ଲା ଏବଂ ରାଜ୍ୟ ସ୍ତରରେ ମତ୍ସ୍ୟଚାଷର ଅଭିବୃଦ୍ଧି ପାଇଁ  ଅଧିକ ଅଧିକାରୀ ଉପଲବ୍ଧ ହୋଇପାରିବେ। 

ସେହିଭଳି ଉଦ୍ୟାନ କୃଷି ବିଭାଗରେ ପୁର୍ନବିନ୍ୟାସ କରାଯାଇ ୬୭ଟି ପଦବୀ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ପଦବୀ ସଂଖ୍ୟା ୪୦୩ ଥିଲା, ପୁର୍ନବିନ୍ୟାସ ପରେ ଏହା ୪୭୦କୁ ବୃଦ୍ଧି ପାଇଛି। ଏହାଦ୍ୱାରା ଉଦ୍ୟାନ କୃଷି କ୍ଷେତ୍ରରେ ମଧ୍ୟ ବ୍ୟାପକ ଅଭିବୃଦ୍ଧି ହୋଇପାରିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.