ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

୩ରୁ ୪ ମାସ ମଧ୍ୟରେ ଆଉ ୫ ଲକ୍ଷ ଜମାକାରୀଙ୍କୁ କ୍ଷତିପୂରଣ ରାଶି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

Published By : Gurupada Nath | July 2, 2025 7:24 PM

ଭୁବନେଶ୍ୱର,୨/୭ :  ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି। ଏତଦ୍‌ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି। ଆସନ୍ତା ୩-୪ ମାସ ମଧ୍ୟରେ, ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। 

ଏଠାରେ ସୂଚାଇ ଦିଆଯାଇ ପାରେ ଯେ, ୨୦୧୪ରୁ ୨୦୨୪ ମସିହା, ଦୀର୍ଘ ୧୦ ବର୍ଷ, ମଧ୍ୟରେ କେବଳ ୨,୭୯,୧୦୯ ଜଣ କ୍ଷୁଦ୍ର ଜମାକାରୀଙ୍କୁ ମାତ୍ର ୧୧୯ କୋଟି ଟଙ୍କା ଫେରସ୍ତ କରାଯାଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.