ପ୍ରମୂଖ ଖବର
  • ବାଲେଶ୍ୱର : ଯାତ୍ରା ଦେଖିବାକୁ ଯାଇ ଫେରିଲେନି ଯୁବକ, ଉଦ୍ଧାର ହେଲା ମୃତଦେହ
  • ||
  • ଖସିଲା ସୁନା ଦର, ୨୪ କ୍ୟାରେଟ୍ ୧୦ ଗ୍ରାମ ପିଛା ୮୮, ୪୦୧ ଟଙ୍କାକୁ ହ୍ରାସ , ରୂପା ଦର କିଲେ ପିଛି ୮୮, ୩୭୫ ଟଙ୍କାକୁ ଖସିଲା
  • ||
  • ଦକ୍ଷିଣ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଉତ୍ତରପଶ୍ଚିମ ଦିଗରେ ଗତି କରିବ
  • ||
  • କଟକ : ବସ୍-ଅଟୋ ମୁହାଁମୁହିଁ ଧକ୍କା, ୩ ଗୁରୁତର
  • ||
  • ପୁରୀ : ସର୍ଟ ସର୍କିଟରୁ ଆମ୍ୱୁଲାନ୍ସରେ ଲାଗିଲା ନିଆଁ, ଅଳ୍ପରେ ବର୍ତ୍ତିଲେ ରୋଗୀ
  • ||
  • ବୌଦ୍ଧ : ୨ କୁଇଣ୍ଟାଲ ଗଞ୍ଜେଇ ସହିତ କାର୍‌ ଏବଂ ବାଇକ୍ ଜବତ, ୩ ଗିରଫ
  • ||
  • ଖୋର୍ଦ୍ଧା : ଷଢେଇଗଡ ଗାଁରେ ବୋମା ବିସ୍ଫୋରଣ: ଜଣେ ମୃତ, ଜଣେ ଗୁରୁତର
  • ||
  • ହାଇଦ୍ରାବାଦର ଚତୁର୍ଥ ପରାଜୟ, ୭ ୱିକେଟ୍‌ରେ ଜିତିଲା ଗୁଜରାଟ, ଆଜି ମୁମ୍ବାଇକୁ ଭେଟିବ ବେଙ୍ଗାଲୁରୁ
  • ||
  • ଓଡ଼ିଆ ନୂଆବର୍ଷ ପୂର୍ବରୁ ବିଜେଡି ସାଙ୍ଗଠନିକ ନିର୍ବାଚନ, ଆଜି ଶଙ୍ଖ ଭବନରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ଗଞ୍ଜାମ : ବିଷ ପିଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ, ଛାନଭିନ୍‌ କରୁଛି ପୋଲିସ
  • ||

ପବିତ୍ର ରାମନବମୀର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବାକୁ ଦେଇଛନ୍ତି ପରାମର୍ଶ

Published By : Prameya | April 6, 2025 10:15 AM

ଭୁବନେଶ୍ୱର, ୬।୪: ପବିତ୍ର ଶ୍ରୀରାମ ନବମୀ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ସତ୍ୟ, ଧର୍ମ, ନ୍ୟାୟ ଓ ଆଦର୍ଶକୁ ପାଥେୟ କରି ସମାଜର ମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିବାକୁ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରେ ସମସ୍ତଙ୍କ ଜୀବନ ସୁଖ, ଶାନ୍ତିରେ ପରିପୂର୍ଣ୍ଣ ହେଉ କାମନା କରିଛନ୍ତି ମଖ୍ୟମନ୍ତ୍ରୀ । ଏନେଇ ସେ ନିଜ ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରିଛନ୍ତି ।  

ଅନ୍ୟପଟେ ଭୁବନେଶ୍ଵର ରାମ ମନ୍ଦିରରେ ମହା ଆଡମ୍ୱରରେ ପାଳିତ ହେଉଛି ରାମ ନବମୀ । ଘଣ୍ଟ ଘଣ୍ଟି ସାଙ୍ଗକୁ ମନ୍ତ୍ର ଧ୍ବନିରେ ପ୍ରକମ୍ପିତ ପରିବେଶ । ରାମ ମନ୍ଦିରରେ ଅନେକ ଭକ୍ତ ଓ ଶ୍ରଦ୍ଧାଳୁ ଆସିଥିବା ବେଳେ ଶ୍ରୀ ରାମ ଚରିତ ମାନସ ପାଠ କରାଯାଉଛି । ଭୋର ୫ ଟାରୁ ଶ୍ରଦ୍ଧାଳୁଙ୍କ ଗହଳି ଲାଗି ରହିଛି । ସେପଟେ ମନ୍ଦିର ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ମନ୍ଦିରରେ ଶୃଙ୍ଖଳା ଦର୍ଶନ ପାଇଁ ଧାଡ଼ି ବାନ୍ଧି ଶ୍ରଦ୍ଧାଳୁ ଦର୍ଶନ କରୁଥିବା ବେଳେ ପୋଲିସ ମୁତୟନ କରାଯାଇଛି । 

 

 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.