ପ୍ରମୂଖ ଖବର
  • କଟକ : ମହାନଦୀରେ ଗାଧୋଇବା ବେଳେ ବୁଡ଼ିଗଲେ ୩ ଜଣ: ଜଣେ ଉଦ୍ଧାର, ସର୍ଚ୍ଚ ଅପରେସନ୍‌ ଜାରି
  • ||
  • ଭଦ୍ରକ : ପୋଖରୀରେ ଗାଧୋଇବା ବେଳେ ଅଘଟଣ, ଗଭୀର ପାଣିରେ ବୁଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • କଟକରେ ନକଲି ବିଦେଶୀ ମଦ କାରଖାନାରେ ଚଢାଉ: ବିପୁଳ ପରିମାଣର ସାମଗ୍ରୀ ଜବତ, ଜଣେ ଅଟକ
  • ||
  • ଭଦ୍ରକ ମେଡିକାଲରେ ଅଘଟଣ, ଲିଫ୍ଟରେ ଚାପି ହୋଇ ଚାଲିଗଲା ରୋଗୀଙ୍କ ଜୀବନ
  • ||
  • ବାଲେଶ୍ୱର : ପ୍ରଶାନ୍ତଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଘୋଷଣା, ପତ୍ନୀଙ୍କୁ ସରକାରୀ ଚାକିରି
  • ||
  • IPL 2025: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଘରୋଇ ଗ୍ରାଉଣ୍ଡରେ ଆରସିବିର ପ୍ରଥମ ବିଜୟ ଲକ୍ଷ୍ୟ
  • ||
  • ଢେଙ୍କାନାଳ : କୁଖ୍ୟାତ ଅପରାଧୀ ହୁଣ୍ଡକୁ ଏନକାଉଣ୍ଟର୍‌, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ: ସବୁ ପଞ୍ଚାୟତରେ ହେବ ସ୍ୱତନ୍ତ୍ର ଗ୍ରାମସଭା, ଆଭାସୀ ମାଧ୍ୟମରେ ଯୋଗଦେବେ ପ୍ରଧାନମନ୍ତ୍ରୀ
  • ||
  • ଗୁରୁବାର ଭୀଷଣ ଗ୍ରୀଷ୍ମ ପ୍ରକୋପ, ୨୬ ଯାଏ ଆକାଶରୁ ଅଗ୍ନିବର୍ଷା: ଉପକୂଳରେ ଅସହ୍ୟ ହେବ ତାତି, ଗୁଳୁଗୁଳି
  • ||

୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା, ‘୩୬ ପାଇଁ ୩୬’ କାର୍ଯ୍ୟକ୍ରମ: ୧୫ ଦିନ ଭିତରେ ରାଜ୍ୟର ୪ଟି ସ୍ଥାନରେ ଆଞ୍ଚଳିକ କର୍ମଶାଳା

Published By : Prameya | April 24, 2025 11:48 AM

ଭୁବନେଶ୍ୱର,୨୪/୦୪: ୨୦୩୬ ସୁଦ୍ଧା ଗଠନ ହେବ ସମୃଦ୍ଧ ଓ ବିକଶିତ ଓଡ଼ିଶା । ଏଥିପାଇଁ ୩୬ଟି ସର୍ବୋଚ୍ଚ ପ୍ରାଥମିକ କାର୍ଯ୍ୟକ୍ରମ ଚିହ୍ନଟ କରି ‘୩୬ ପାଇଁ ୩୬’ କାର୍ଯ୍ୟକ୍ରମ ଆରମ୍ଭ କରାଯିବ । ଏହା ଓଡ଼ିଶାର ଅଭିବୃଦ୍ଧିର ପରିବର୍ତ୍ତନ ଯାତ୍ରାକୁ  ତ୍ୱରାନ୍ୱିତ କରିବ । ମନ୍ତ୍ରୀ ପରିଷଦ ବୈଠକରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । 

ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ  ଅଧ୍ୟକ୍ଷତାରେ ମନ୍ତ୍ରୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଛି ।  ବୈଠକରେ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭' ଉପସ୍ଥାପନ  କରାଯାଇଥିଲା । ମୁଖ୍ୟମନ୍ତ୍ରୀ କହିଲେ, ରାଜ୍ୟ ଗଠନର  ଶତବାର୍ଷିକୀ ପାଳନ ଅବସରରେ ସରକାର ୨୦୩୬ ସୁଦ୍ଧା  ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା  ପାଇଁ ଏକ ଉଚ୍ଚାଭିଳାଷୀ ସଂକଳ୍ପ ନେଇଛନ୍ତି  । ୨୦୪୭ ସୁଦ୍ଧା  ଆମ ଦେଶକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବାର ଲକ୍ଷ୍ୟ  ହାସଲ ଦିଗରେ ମଧ୍ୟ ଏହା ସହାୟକ ହେବ । 

ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦିଙ୍କ ମାର୍ଗଦର୍ଶନରେ ୨୦୨୪ ଅଗଷ୍ଟରୁ ରାଜ୍ୟ  ସରକାର ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭' ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ବୈଠକରେ ଭିତ୍ତିଭୂମି ନିର୍ମାଣ, ସଡ଼କ,  ରେଳପଥ, ବିମାନ ଯୋଗାଯୋଗ ବ୍ୟବସ୍ଥାର ସମ୍ପ୍ରସାରଣ  ପାଇଁ ସ୍ୱତନ୍ତ୍ର ନୀତି ପ୍ରଣୟନ ପାଇଁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ  ଦେଓ, ପ୍ରଭାତୀ ପରିଡ଼ା, ମନ୍ତ୍ରୀ ପରିଷଦର ସମସ୍ତ ସଦସ୍ୟ,  ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ଅତିରିକ୍ତ ମୁଖ୍ୟ  ଶାସନ ସଚିବ, ପ୍ରମୁଖ ଶାସନ ସଚିବ, ସଚିବ ଓ ବରିଷ୍ଠ  ଅଧିକାରୀମାନେ ଉପସ୍ଥିତ ଥିଲେ । 

ବୈଠକରେ ସ୍ଥିର ହୋଇଥିଲା,  ଆଗାମୀ ୧୫ ଦିନ ଭିତରେ ‘ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭  ଉପରେ ରାଜ୍ୟର ୪ଟି ସ୍ଥାନରେ ଆଞ୍ଚଳିକ କର୍ମଶାଳା ଅନୁଷ୍ଠିତ  ହେବ । ବିଭିନ୍ନ ସ୍ତରରେ ଜନପ୍ରତିନିଧି, ସାଧାରଣ ଜନତା,  ନାଗରିକ ସମାଜ, ବୁଦ୍ଧିଜୀବୀଙ୍କ ସହ ବିଚାର ବିମର୍ଷ କରି  ଏହି ଭିଜନ ଦସ୍ତାବିଜକୁ ଚୂଡ଼ାନ୍ତ ରୂପରେଖ ପ୍ରଦାନ କରାଯିବ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.