ପ୍ରମୂଖ ଖବର
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ମେଗା ନିଯୁକ୍ତି ମେଳା: ଆଜି ୯୬୪ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Published By : Prameya | June 16, 2025 7:56 AM

ଭୁବନେଶ୍ୱର,୧୬/୦୬: ଆଜି ଓଡ଼ିଶା କୃଷି ଓ ବୈଷୟିକ  ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୃଷି ଶିକ୍ଷା ସଦନରେ ୯୬୪ଜଣଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ରାଜ୍ୟ  ସରକାରଙ୍କ ପୂର୍ତ୍ତ ବିଭାଗ, ଜଳ ସମ୍ପଦ ବିଭାଗ,  ଗୃହ ଓ ନଗର ଉନ୍ନୟନ ବିଭାଗ, ପଞ୍ଚାୟତିରାଜ  ଓ ପାନୀୟଜଳ ଯୋଗାଣ ବିଭାଗ ଏବଂ ଖାଦ୍ୟ  ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗରେ ଖାଲି  ପଡ଼ିଥିବା ବିଭିନ୍ନ ପଦବୀରେ ନିଯୁକ୍ତି ଦିଅଯିବ । ସର୍ବାଧିକ ୯୦୭ ଜଣ କନିଷ୍ଠ ଯନ୍ତ୍ରୀଙ୍କୁ ନିଯୁକ୍ତ  କରାଯିବ । 

ସେଥି ମଧ୍ୟରୁ ପୂର୍ତ୍ତ ବିଭାଗରେ ୫୬୩  କନିଷ୍ଠ ଯନ୍ତ୍ରୀ, ଜଳ ସମ୍ପଦ ବିଭାଗରେ ୬୨ କନିଷ୍ଠ  ଯନ୍ତ୍ରୀ, ଗୃହ ଓ ନଗର ଉନ୍ନୟନ ବିଭାଗରେ ୧୪୩  କନିଷ୍ଠ ଯନ୍ତ୍ରୀ ଓ ପୌରାଞ୍ଚଳରେ ୨୨ କନିଷ୍ଠ ଯନ୍ତ୍ରୀ,  ପଞ୍ଚାୟତି ରାଜ ଓ ପାନୀୟଜଳ ଯୋଗାଣ ବିଭାଗରେ  ୧୧୭ କନିଷ୍ଠ ଯନ୍ତ୍ରୀଙ୍କୁ ନିଯୁକ୍ତି ଦିଆଯିବ । ଏହା  ସହିତ ଗୃହ ଓ ନଗର ଉନ୍ନୟନ ବିଭାଗରେ ୨୯  ଜଣ କନିଷ୍ଠ ଏନଫୋର୍ସମେଣ୍ଟ ଅଧିକାରୀ ଓ ୧୦  ଟ୍ରେସର୍‌ ନିଯୁକ୍ତି ପାଇବେ । ୧୭ ଜଣ ବୈଧ ମାପ  ବିଜ୍ଞାନ ଓ ଓଜନ ନିରୀକ୍ଷକ ଓ ଖାଦ୍ୟ ଯୋଗାଣ ଓ  ଖାଉଟି କଲ୍ୟାଣ ବିଭାଗରେ ଜଣେ ଆକାଉଣ୍ଟାଣ୍ଟ୍‌  ନିଯୁକ୍ତି ପାଇବେ । 

ରାଜ୍ୟ ସରକାର ୫ବର୍ଷରେ  ଦେଢ଼ ଲକ୍ଷ ଯୁବକ, ଯୁବତୀଙ୍କ ନିଯୁକ୍ତି ଦେବାକୁ  ଘୋଷଣା କରିଥିବା ବେଳେ ପ୍ରଥମ ବର୍ଷରେ ପ୍ରାୟ  ୨୮ହଜାର ନିଯୁକ୍ତି ଦେଇଛନ୍ତି । ଏଥିପାଇଁ ୯ଟି  ନିଯୁକ୍ତି ମେଳା ଆୟୋଜନ କରାଯାଇଥିଲା । ୫ବର୍ଷର  ଲକ୍ଷ୍ୟ ହାସଲ ପାଇଁ ରାଜ୍ୟ ସରକାର ଦ୍ୱିତୀୟ  ବର୍ଷ ଆରମ୍ଭରୁ ପୁଣି ପ୍ରଥମ ନିଯୁକ୍ତି ମେଳାରେ ହିଁ  ୯୬୪ଜଣଙ୍କୁ ନିଯୁକ୍ତିପତ୍ର ବାଣ୍ଟିବାକୁ ସ୍ଥିର କରିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.