ପ୍ରମୂଖ ଖବର
  • ବଲାଙ୍ଗୀର : ଗ୍ୟାସ ସିଲିଣ୍ଡର ଚୋରି ଗ୍ୟାଙ୍ଗକୁ ଧରିଲା ପୋଲିସ; ୫ ଗିରଫ,୧୩୩ରୁ ଉର୍ଦ୍ଧ୍ୱ ଗ୍ୟାସ୍‌ ସିଲିଣ୍ଡର ଜବତ
  • ||
  • ଗୁଣପୁର : ବାଇକ୍‌ ଚୋରଙ୍କୁ ଧରିଲା ପୋଲିସ; ୫ ଗିରଫ, ୮ ବାଇକ୍‌ ଜବତ
  • ||
  • ଖଲ୍ଲିକୋଟ : ପୋଖରୀରେ ବୁଡ଼ି ବ୍ୟକ୍ତି ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଚନ୍ଦାହାଣ୍ଡି : ସାପ କାମୁଡାରେ ୯ ବର୍ଷର ଝିଅ ମୃତ, ସରକାରୀ ସହାୟତା ପାଇଁ ଗ୍ରାମବାସୀଙ୍କ ଦାବି
  • ||
  • ବ୍ରହ୍ମପୁର : ଗାଡ଼ି ବ୍ୟାଟେରୀ ଚୋରଙ୍କ ପାର୍ଦ୍ଦାଫାଶ; ୫ଲୁଟେରା ଗିରଫ, ୭ ବ୍ୟାଟେରୀ ଜବତ
  • ||
  • ନବରଙ୍ଗପୁର : ସ୍କୁଲ ପଛ ବୁଦା ମୂଳରୁ ଛାତ୍ରୀଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ
  • ||
  • ଭରତପୁର ଥାନାରେ ମେଜରଙ୍କୁ ମାଡ଼ ଘଟଣା : ୫ ପୋଲିସ ଅଫିସର ନିଲମ୍ଵିତ
  • ||
  • ଅସ୍ତରଙ୍ଗରେ ପାଗଳ ବିଲୁଆର ଆତଙ୍କ, ୧୦ରୁ ଉର୍ଦ୍ଧ୍ୱ ଆହତ
  • ||
  • ବଣାଇ : ଉତ୍ପାତ ହେଉଥିଲା ଦନ୍ତା, ତୋଡ଼ା ଫରେଷ୍ଟରେ ଚାଲିଛି ଟ୍ରାଙ୍କୁଲାଇଜ୍
  • ||
  • ନବରଙ୍ଗପୁରରେ ବେଆଇନ ଗୋରୁ ଚାଲାଣ, ୫୦ରୁ ଉର୍ଦ୍ଧ୍ୱ ଗୋରୁ ଉଦ୍ଧାର
  • ||
  • ଭୋଗରାଇ : ଫୁଲୁଛି ସୁବର୍ଣ୍ଣରେଖା ନଦୀ, ବିପଦ ସଙ୍କେତ ଟପି ବନ୍ୟାଜଳ ପ୍ରବାହିତ
  • ||

ବ୍ରହ୍ମପୁର-ଟାଟାକୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ୍, ଯାତ୍ରା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ବ୍ରହ୍ମପୁର, ୧୫।୯: ବ୍ରହ୍ମପୁର-ଟାଟା ୨ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭର୍ଚ୍ଚୁଆଲ୍‌ରେ ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ଅଭିଭାଷଣରେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୂରଦୃଷ୍ଟି ଯୋଗୁଁ ଭିତ୍ତିଭୂମି କ୍ଷେତ୍ରରେ ବର୍ତ୍ତମାନ ସାରା ଦେଶ ବିଶ୍ୱର ଅଗ୍ରଣୀ ବିକଶିତ ଦେଶମାନଙ୍କ ସହିତ ସମକକ୍ଷ ହୋଇପାରିଛି ଏବଂ ଦେଶରେ ବିକାଶର ଏକ ନୂଆ ଲହରୀ ଆରମ୍ଭ ହୋଇଛି । ପ୍ରଧାମନ୍ତ୍ରୀଙ୍କ ନେତୃତ୍ୱରେ ଭାରତର ୧୪୦ କୋଟି ଜନତା ଏକ  ବିକଶିତ ଭାରତର ଲକ୍ଷ୍ୟ ଆଡ଼କୁ ଅଗ୍ରସର ହେଉଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ବ୍ରହ୍ମପୁର-ଟାଟା ବନ୍ଦେ ଭାରତ ଏକ୍ସପ୍ରେସ୍ ଓଡ଼ିଶାର ରେଶମ ସହର ବ୍ରହ୍ମପୁରକୁ ଇସ୍ପାତ ସହର ଟାଟା ସହିତ ସଂଯୋଗ କରିବ । ଏହି ଟ୍ରେନଟି ବ୍ରହ୍ମପୁରଠାରୁ ଟାଟାକୁ ୯ ଘଣ୍ଟା ୫ ମିନିଟରେ ଅତିକ୍ରମ କରିବ ଏବଂ ଏହା ବାଲୁଗାଁ, ଖୋର୍ଦ୍ଧା, ଭୁବନେଶ୍ୱର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼ ଇତ୍ୟାଦି ଷ୍ଟେସନଗୁଡ଼ିକରେ ମଧ୍ୟ ରହଣି କରିବ । 

ବ୍ରହ୍ମପୁର ଏକ ସମୃଦ୍ଧ ସହର ହୋଇଥିବା ବେଳେ ଏଠାକାର ରେଶମ ଶାଢ଼ୀ ସାରା ବିଶ୍ୱ ପ୍ରସିଦ୍ଧ, ଯାହାକୁ ବ୍ରହ୍ମପୁରୀ ପାଟ କୁହାଯାଏ । ଏଥିପାଇଁ ବ୍ରହ୍ମପୁର "ରେଶମ ସହର" ଭାବରେ ପରିଚିତ । ଏଥିସହ ବ୍ରହ୍ମପୁର ଆମ ରାଜ୍ୟର ଏକ ପ୍ରସିଦ୍ଧ ବାଣିଜ୍ୟିକ କେନ୍ଦ୍ର । ବନ୍ଦେ ଭାରତ ଏକ୍ସପ୍ରେସ ଯୋଗୁଁ ସହରର ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ଦୃତ ଅଭିବୃଦ୍ଧି ଆସିବ । ବର୍ତ୍ତମାନ ଆମ ରାଜ୍ୟରେ ପୁରୀ-ହାଓଡ଼ା, ପୁରୀ-ରାଉରକେଲା ଏବଂ ଭୁବନେଶ୍ୱର-ବିଶାଖାପାଟନମ୍ ମଧ୍ୟରେ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ୍ ଚାଲୁଛି ଏବଂ ଆଉ ୩ଟି ବନ୍ଦେ ଭାରତ ବ୍ରହ୍ମପୁର-ଟାଟା, ରାଉରକେଲା-ହାୱଡା ଏବଂ ରାୟପୁର-ବିଶାଖାପାଟଣା ମଧ୍ୟରେ ଚଳାଚଳ କରିବ । ଏହି ତିନୋଟି ବନ୍ଦେ ଭାରତ ଏକ୍ସପ୍ରେସ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଲାଇଫ୍ ଲାଇନ୍ ହେବ । 

ବିଶେଷ କରି ଆମ ଆଦିବାସୀ ବହୁଳ ଅଞ୍ଚଳରେ ଯୋଗାଯୋଗର ବିକାଶ ହେବ ଏବଂ ସେମାନେ ଆମର ଅର୍ଥନୈତିକ ଅଭିବୃଦ୍ଧିରେ ମଧ୍ୟ ସାମିଲ ହୋଇପାରିବେ । ଏହି ୬ଟି ବନ୍ଦେ ଭାରତ ଟ୍ରେନ୍ ଆମ ରାଜ୍ୟର ବିଭିନ୍ନ ସହରକୁ ପଡ଼ୋଶୀ ରାଜ୍ୟ ସହ ସଂଯୋଗ କରିବ । ଏହା ଓଡ଼ିଶାର ଦ୍ରୁତ ବିକାଶ ଏବଂ ପ୍ରଗତି କ୍ଷେତ୍ରରେ ସହାୟକ ହେବ । ଭାରତୀୟ ରେଳବାଇ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା ବ୍ୟତୀତ ଓଡ଼ିଶାରେ ରେଳ ସଂଯୋଗକୁ ଘନୀଭୂତ କରିବା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ବିକାଶ ନିମନ୍ତେ ପଦକ୍ଷେପ ନିଆଯାଇଛି । ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ର ସରକାର ରାଜ୍ୟରେ ଗୁଣପୁର-ଥେରୁବାଲି, ଜୁନାଗଡ-ନବରଙ୍ଗପୁର, ବାଦାମପାହଡ଼-କେନ୍ଦୁଝରଗଡ଼, ବାଙ୍ଗିରିପୋଷି-ଗୋରୁମହିଷାଣି, ମାଲକାନାଗିରି-ପାଣ୍ଡୁରଙ୍ଗପୁରମ୍, ବାମରା-ଚକୁଳିଆ, ବରଗଡ଼ ରୋଡ୍-ନୂଆପଡ଼ା ଓ ସରଡେଗା-ଭାଲୁମୁଣ୍ଡା ଏହି ୮ଟି ନୂତନ ରେଳ ପଥ ନିର୍ମାଣ ପାଇଁ ଅନୁମୋଦନ କରିଛନ୍ତି । ଏଥିପାଇଁ ପ୍ରାୟ ୨୦ ହଜାର କୋଟି ଟଙ୍କା ବିନିଯୋଗ ହେବ । 

୨୦୨୪-୨୫ ଆର୍ଥିକ ବର୍ଷରେ ଓଡ଼ିଶାରେ ରେଳ ବିକାଶ ପାଇଁ କେନ୍ଦ୍ର ବଜେଟ୍‌ରେ ୧୦ ହଜାର ୫୮୬ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି । ଏଥିସହିତ “ ଅମୃତ ଭାରତ ଷ୍ଟେସନ” ଅଧିନରେ ଆମ ରାଜ୍ୟର ଶ୍ରୀକ୍ଷେତ୍ର ପୁରୀ ଓ ରାଜଧାନୀ ଭୁବନେଶ୍ୱରକୁ ମିଶାଇ ମୋଟ୍ ୫୨ଟି ରେଳ ଷ୍ଟେସନର ଆଧୁନିକୀକରଣ ଓ ସଂପ୍ରସାରଣ ହେବ । ଓଡ଼ିଶାର ସାମଗ୍ରୀକ ଉନ୍ନତି ପାଇଁ ମୋଦି ସରକାର କେବେ ହେଲେ ଅର୍ଥର ଅଭାବ ରଖିନାହାନ୍ତି । ଓଡ଼ିଶାବାସୀଙ୍କ ଶୁଭେଚ୍ଛା ଓ ଆଶୀର୍ବାଦରୁ ରାଜ୍ୟରେ ନୂଆ ସରକାର ଆସିଛି । ଆମ ସରକାର ୧୦୦ଦିନ ପୂରଣ କରିବା ପୂର୍ବରୁ ଏହିପରି ଜନମଙ୍ଗଳକର କାର୍ଯ୍ୟଗୁଡ଼ିକ ଆଗେଇ ଚାଲିବା ରାଜ୍ୟ ପାଇଁ ଉତ୍ତମ ଭବିଷ୍ୟତର ସୂଚନା ଦେଉଛି । ରାଜ୍ୟରେ ଡବଲ୍ ଇଞ୍ଜିନ ସରକାର ଆସି ସାରିଛି । ବିକାଶର ଗତିକୁ ଡବଲ୍ ଇଞ୍ଜିନ ଅଧିକ ବେଗରେ ଆଗକୁ ନେଉଛି ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାରେ ରେଳ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ୧ ଲକ୍ଷ କୋଟି ଟଙ୍କା ମୂଲ୍ୟର ନୂତନ ରେଳ ପ୍ରକଳ୍ପ ଯୋଜନା କରିଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ଓଡ଼ିଶା ପାଇଁ ୭୦ ହଜାର କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି । ଏହି ପ୍ରକଳ୍ପଗୁଡ଼ିକ ରାଜ୍ୟର ରେଳ ନେଟୱାର୍କର ଦକ୍ଷତା ବୃଦ୍ଧି ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ  ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି । ଆଜିର ଏହି ଶୁଭ ଅବସରରେ ମୁଖ୍ୟମନ୍ତ୍ରୀ ସାରା ବ୍ରହ୍ମପୁର ସହରବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.