ପ୍ରମୂଖ ଖବର
  • ସୁଭଦ୍ରା ଯୋଜନା ପ୍ରଥମ ପର୍ଯ୍ୟାୟ ଦ୍ବିତୀୟ କିସ୍ତି ତାରିଖ ଘୋଷଣା, ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା
  • ||
  • ବୈପାରୀଗୁଡା : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ, ୫ ହଜାର ଟଙ୍କା ଜବତ
  • ||
  • ଯାଜପୁର : ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ବାଲିପାଟଣା : ଠିକାଦାର ଲାଇସେନ୍ସ ପାଇଁ ପଦ ହରାଇଲେ ସରପଞ୍ଚ, ବହିଷ୍କାର କଲେ ଖୋର୍ଦ୍ଧା ଜିଲ୍ଲାପାଳ
  • ||
  • ଓଡ଼ିଶାରେ କମିବ ରେଳ ଦୁର୍ଘଟଣା: ରେଳ ରାସ୍ତାରେ ଲାଗିବ କବଚ ସୁରକ୍ଷା ପ୍ରଣାଳୀ,ଟେଣ୍ଡର ପ୍ରକ୍ରିୟା ଆରମ୍ଭ
  • ||
  • ଲମତାପୁଟ : ସିକ୍ରେଟ ଚାମ୍ବରରେ ଗଞ୍ଜେଇ ଚାଲାଣ,୯୦ କେଜି ଗଞ୍ଜେଇ ଜବତ
  • ||
  • ଶ୍ରୀମନ୍ଦିରରେ ଅବଢ଼ାର ହେବ ମାନ ପରୀକ୍ଷଣ, ନିଯୁକ୍ତ ହେବେ ଫୁଡ଼ ଇନ୍ସପେକ୍ଟର
  • ||
  • ପୁଣି ମ୍ୟାଜିକ ନମ୍ୱର ଛୁଇଁଲା ହୀରାକୁଦ ଜଳଭଣ୍ଡାର, ୭ ଗେଟ୍‌ ଦେଇ ଜଳ ନିଷ୍କାସିତ
  • ||
  • ଆନନ୍ଦପୁର : ଅଟୋ ଧକ୍କାରେ ସ୍କୁଲ ଛାତ୍ରୀ ଗୁରୁତର, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଜଗତସିଂହପୁର : ଆଜି ଠାରୁ ସିରିଞ୍ଜ ଛାଡ଼ ଆନ୍ଦୋଳନ, ଓଡିଶା ନର୍ସିଂ ଆସୋସିଏସନ ଜଗତସିଂହପୁର ଶାଖାର ୧୦ ଦଫା ଦାବି
  • ||
  • ଅକ୍ଟୋବର ମାସରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳିବ ଗହମ, ଓଡ଼ିଶା ସମେତ ୯ ରାଜ୍ୟକୁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରାଳୟର ଚିଠି
  • ||
  • ବୁଡ଼ିଲା ପଞ୍ଚଲିଙ୍ଗେଶ୍ୱର ଶୈବପୀଠ; ପୂଜା ମଣ୍ଡପ ଉପରେ ଆଣ୍ଠୁଏ ଉପରେ ଝରପାଣି, ଭକ୍ତଙ୍କୁ ଦର୍ଶନ ମନା
  • ||
  • ବେତନଟୀ : କପିଳାସ ଜଙ୍ଗଲକୁ ପଠାଗଲା ନରହନ୍ତା ଦନ୍ତା, ୮ଘଣ୍ଟାର ଅପରେସନ ପରେ ହୋଇଥିଲା ଟ୍ରାଙ୍କୁଲାଇଜ୍‌
  • ||
  • ଚାନ୍ଦବାଲି : ଧରାପଡ଼ିଲେ ବାଇକ୍ ଲୁଟେରା;୨ ଗିରଫ, ଜଣେ ଫେରାର
  • ||
  • ୨୦୨୬ ମାଟ୍ରିକ୍‌ ପରୀକ୍ଷା ପଞ୍ଜୀକରଣ, ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ
  • ||
  • କମୁନି ଦାଦନ ଦୁଃଖ, ସୁରଟରେ ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ବୌଦ୍ଧ ଯୁବକ
  • ||
  • ସାଂଘାତିକ ହେବ ରୋଗୀସେବା: ଆଜିଠୁ ନର୍ସିଂ ଅଫିସରଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟବନ୍ଦ, ୩୦ ଜିଲ୍ଲା ହସ୍ପିଟାଲରେ ରୋଗୀସେବା ବାଧାପ୍ରାପ୍ତ
  • ||
  • ଜଳେଶ୍ବର : ବିପଦ ସଙ୍କେତ ତଳେ ଜଳକା ନଦୀର ଜଳସ୍ତର, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
  • ||
  • ଶୁକ୍ରବାରଠୁ କମିବ ବର୍ଷା ପରିମାଣ, ଉତ୍ତର ଓଡ଼ିଶାର କାଁ ଭାଁ କିଛି ସ୍ଥାନରେ ବର୍ଷିବ: ୬ରେ ପୁଣି ଲଘୁଚାପ ସମ୍ଭାବନା
  • ||

ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ, କହିଲେ ‘ମୋତେ ଗେଟ୍ଆଉଟ୍ କହିଥିବା IICଙ୍କୁ ମୁଁ କ୍ଷମା କଲି’

ଭୁବନେଶ୍ୱର, ୨୭।୯: ଲୋକସେବା ଭବନରେ ଦୁଇଦିନିଆ ଜିଲ୍ଲାପାଳ ସମ୍ମିଳନୀକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ । ନୂଆ ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲ୍ଲାପାଳଙ୍କୁ ନେଇ ବୈଠକ । ଆଇନଶୃଙ୍ଖଳାକୁ ଅଗ୍ରାଧିକାର ଦେଇ ଦ୍ୱିତୀୟ ଦିନ ଏସ୍‌ପିମାନେ ମଧ୍ୟ ଏହି ସମ୍ମିଳନୀରେ ସାମିଲ ହୋଇଛନ୍ତି । ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ଅଭିଭାଷଣ କହିଛନ୍ତି ଯେ, ସରକାର ହେଉଛନ୍ତି ଲୋକଙ୍କ ସରକାର । ସରକାର ଓ ଲୋକଙ୍କ ମଧ୍ୟରେ ମୁଖ୍ୟ ସେତୁ ହେଉଛନ୍ତି ଜିଲ୍ଲାପାଳ । ରାଜଧାନୀକୁ ଛାଡ଼ିଦେଲେ ଅନ୍ୟ ସବୁଠି ସରକାର କହିଲେ ଜିଲ୍ଲାପାଳ । ତେଣୁ ଜିଲ୍ଲାସ୍ତରରେ ଲୋକଙ୍କ ସମସ୍ୟାର ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । 

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ସରକାରୀ ଯୋଜନାର ସଫଳ ରୂପାୟନ ଓ କାର୍ଯ୍ୟକାରୀ ଜିଲ୍ଲାପାଳଙ୍କ ହାତରେ । ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ । ସରକାରୀ ଯୋଜନା କାର୍ଯ୍ୟକାରୀ ହେଲେ ଓଡ଼ିଶାରୁ ଗରିବୀ ହଟିବ । ଦୁର୍ନୀତି ନେଇ ଶୂନ୍ୟ ସହନଶୀଳତା ଅବଲମ୍ବନ କରିବାକୁ ଜିଲ୍ଲାପାଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ପରିଦର୍ଶନ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେବା ସହ ଯଦି କିଛି ଅନିୟମିତତା ହେଉଛି ତାହା ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେହିପରି ଗଣମାଧ୍ୟମ, ସୋସିଆଲ ମିଡିଆରେ ଆସୁଥିବା ଅଭିଯୋଗ ବାବଦରେ ଅନୁଧ୍ୟାନ କରି କାର୍ଯ୍ୟାନୁଷ୍ଠାନ ନେବାକୁ ବି ପରାମର୍ଶ ଦେଇଛନ୍ତି । ଥାନା ଓ ଶିକ୍ଷାନୁଷ୍ଠାନକୁ ଯିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠାରେ କୌଣସି ତ୍ରୁଟି ବିଚ୍ୟୁତି ଦେଖିଲେ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି କହିଛନ୍ତି । 

ଅନ୍ୟପକ୍ଷେ ସେ କହିଛନ୍ତି, ପୂର୍ବ ସରକାରରେ ଥାନାଅଧିକାରୀଙ୍କ ବ୍ୟବହାର ଅତି କଠୋର ଥିଲା । ମୁଁ ବିରୋଧୀ ଦଳ ମୁଖ୍ୟ ସଚେତକ ଥିବା ସମୟରେ 'ବିରୋଧୀ ଦଳ ନେତା ଭାବେ ଏକ ଅଭିଯୋଗ ନେଇ ଥାନାକୁ ଯାଇଥିଲି । କିନ୍ତୁ, ଆଇଆଇସି ଅଭିଯୋଗ ଶୁଣିବା ପୂର୍ବରୁ ଥାନାକୁ ଆସିବାର ଅଧିକାର ନାହିଁ ବୋଲି କହିଥିଲେ । ଆମ ଥାନାକୁ କାହିଁରି ଆସିଛ କହି ମୋତେ ଗେଟଆଉଟ୍ କହିଥିଲେ । ଏପରି ସ୍ଥିତି ଆମ ସରକାର ଆସିବାର ୧ ମାସ ପୂର୍ବରୁ ହୋଇଥିଲା । ତେବେ ଆଇଆଇସି କାହା ଚାପରେ ଆସି ଏଭଳି କରିଥିବେ ବୋଲି ଆଇଆଇସିଙ୍କୁ ମୁଁ କ୍ଷମା ଦେଇଛି । ଥାନାକୁ ଯାଉଥିବା ଲୋକଙ୍କୁ ଉଚିତ୍ ବ୍ୟବହାର କରିବା ସହ ତାଙ୍କ କଥା ଶୁଣିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । 

 

 

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.