ପ୍ରମୂଖ ଖବର
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ନୂଆ ବାସଭବନରେ ମୁଖ୍ୟମନ୍ତ୍ରୀଙ୍କ ଗୃହ ପ୍ରବେଶ, ୨୬ ବର୍ଷ ପରେ ସିଏମ୍ କ୍ଵାର୍ଟରରେ ରହିବେ ମୋହନ

Published By : Rasmita Pradhan | March 6, 2025 11:16 AM

ଭୁବନେଶ୍ଵର,୬/୩ : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଦଳିଲା ଠିକଣା। ନୂଆ ସରକାରୀ ବାସଭବନରେ ଗୃହ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ୨୬ ବର୍ଷ ପରେ ସିଏମ୍ କ୍ଵାର୍ଟରରେ ରହିବେ ମୁଖ୍ୟମନ୍ତ୍ରୀ। ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ପୂଜାର୍ଚ୍ଚନା କରି ମୁଖ୍ୟମନ୍ତ୍ରୀ ସପରିବାରେ ଗୃହ ପ୍ରବେଶ କରିଛନ୍ତି। ପୂର୍ବରୁ ଗାନ୍ଧି ମାର୍ଗସ୍ଥିତ କ୍ଵାର୍ଟରରେ ରହୁଥିଲେ ମୋହନ। 

ଶୁଭବେଳା ଅନୁସାରେ ପ୍ରଥମେ ନନ୍ଦା ଏବଂ ନନ୍ଦିନୀ ନାମକ ଦୁଇ ଗୋମାତାଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ୧୦ଟା ୪୭ରେ ମୁଖ୍ୟମନ୍ତ୍ରୀ ଘର ଭିତରକୁ ପ୍ରବେଶ କରିଛନ୍ତି। ପୁରୀରୁ ଆସିଥିବା ୧୧ ଜଣ ପଣ୍ଡିତଙ୍କ ଦ୍ଵାରା ପୂଜାର୍ଚ୍ଚନା କରାଯାଇଛି। ଦିନ ତମାମ ପୂଜାର୍ଚ୍ଚନା ଚାଲିବ। ଏହି ଦୁଇଟି ଗାଇ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ସବୁଦିନ ରହିବେ।

ସୂଚନାନୁଯାୟୀ, ଜାନକୀ ବଲ୍ଲଭ ପଟ୍ଟନାୟକ ଏବଂ ଗିରିଧାରୀ ଗମାଙ୍ଗଙ୍କ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତୃତୀୟ ବ୍ୟକ୍ତି ଭାବେ ସିଏମ୍ କ୍ଵାର୍ଟରରେ ରହିବେ। ଦୀର୍ଘ ୨୬ ବର୍ଷ ହେଲା ଏହି ସରକାରୀ ବାସଭବନ ଖାଲି ପଡ଼ିଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରେ ରହୁଥିଲେ। ଏହି ବାସଭବନ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିଥିଲା। ତେବେ ମୋହନ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ଏଠାରେ ରହିବାକୁ ନିଷ୍ପତ୍ତି ନେଇଥିଲେ। ଏହାପରେ ସିଏମ୍ କ୍ଵାର୍ଟରର ମରାମତି କାମ ଆରମ୍ଭ ହୋଇଥିଲା। ଦୀର୍ଘ ୮ ମାସ ଧରି ମରାମତି କାର୍ଯ୍ୟ ଚାଲିଥିଲା। ମରାମତି କାର୍ଯ୍ୟ ଶେଷ ହେବାପରେ ଆଜି ରୀତିନୀତି ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ ଗୃହ ପ୍ରବେଶ ହୋଇଛି। ସିଏମ୍‌ଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଠାରେ କଡ଼ାକଡ଼ି ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଆଗକୁ ଏହିଠାରୁ ମୋହନ ମାଝୀ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ କରିବେ ବୋଲି ସୂଚନା ମିଳିଛି। 

ଏହି ଖବରଟିକୁ ପଢନ୍ତୁ-ରାଇକିଆ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ରାଜସ୍ଵ ମନ୍ତ୍ରୀ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.