ଭୁବନେଶ୍ୱର ୨୬/୦୫: ରଥଯାତ୍ରାକୁ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରରେ ସାମିଲ ହେବାକୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍ଡିଏ ଶାସିତ ମୁଖ୍ୟମନ୍ତ୍ରୀମାନଙ୍କୁ ସାମିଲ ହେବାକୁ ମୋହନ ସରକାରଙ୍କ ପକ୍ଷରୁ ମଧ୍ୟ ନିମନ୍ତ୍ରଣ କରାଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ସୂଚନା ଅନୁଯାୟୀ, ଚଳିତ ବର୍ଷ ଜୁନ୍ ୨୭ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଏଥିରେ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ଓଡିଶା ସରକାର । ସେହିପରି ସମସ୍ତ କେନ୍ଦ୍ରମନ୍ତ୍ରୀଙ୍କ ସହ ଏନ୍ଡିଏ ଶାସିତ ରାଜ୍ୟ ଗୁଡ଼ିକର ମୁଖ୍ୟମନ୍ତ୍ରୀମାନଙ୍କୁ ଘୋଷଯାତ୍ରା ସାମିଲ ହେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିମନ୍ତ୍ରଣ କରାଯାଇଛି । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।